11 ଜାନୁୟାରୀ 2019 ଶୁକ୍ରବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ । ଶାରିରୀକ ଅସୁସ୍ଥତା ଦୂରହେବ । କର୍ମ କ୍ଷେତ୍ରରେ ଉପରିସ୍ଥ  କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ । ମହିଳାମାନେ ଗୁରୁ ଗୁରୁଜନମାନଙ୍କର ସହଯୋଗ ପାଇବେ । ଯୁବକ ଯୁବତୀ ମାନେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । । ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ ।

ବୃଷ:-

ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ଅତ୍ୟଧିକ କାର୍ଯ୍ୟଚାପ ସତ୍ୱେ ମନ ଶାନ୍ତି ରହିବ । ଆର୍ଥୀକ ଉନ୍ନତି ଓ ଶାରିରୀକ ଅସୁସ୍ଥତା ଦୂରେଇଯିବ । ପିତା ମାତାଙ୍କ ଶରୀର ସୁସ୍ଥ ହୋଇପାରେ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ସାମାନ୍ୟ ଲାଭହେବ । ପାରିବାରିକ କ୍ଷେତ୍ରରେ ନୈରାଶ୍ୟ, ଅର୍ଥାଭାବ ମଧ୍ୟେ ସୁସମ୍ବାଦ ପ୍ରାପ୍ତି ହେବ । ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ ।

ମିଥୁନ:-

ବ୍ୟବସାୟରେ କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ ଓ ଅଧିକ ଲାଭ କରିବାର ସୁଯୋଗ ପାଇବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ ଓ ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଗୃହିଣୀମାନେ ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ପାଇ ସୁଖରେ ଦିନଟି କାଟିବେ । ସ୍ୱାସ୍ଥ୍ୟ ଭଲ ରହିବ ଓ ଋଣଭାର ଲାଘବ ହେବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟିବ ଓ ପ୍ରଶଂସିତ ହେବେ । ପ୍ରତିକାର: ଭୋକିଲା ଲୋକଙ୍କୁ ଖୁଆନ୍ତୁ ।

କର୍କଟ:-

ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନହେବ । ସାକ୍ଷାତକାର ପାଇଁ ଦୂରଯାତ୍ରା କରିବେ । କର୍ମକ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭବାନ ହେବେ । ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ଋଣ ମିଳିଯିବ । ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ । । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ ।

ସିଂହ:-

ରାଜନୀତିରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ଭାଗୀଦାର ବ୍ୟବସାୟରେ ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ । ମହିଳାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ନୂତନ କର୍ମପ୍ରାପ୍ତି ହେବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ବାଦ ବିବାଦ ମେଣ୍ଟି ଯିବା ଫଳରେ ଆତ୍ମସନ୍ତୋଷ ଆଣିଦେବ ।

କନ୍ୟା:-

ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟରେ ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ । କର୍ମ କ୍ଷେତ୍ରରେ ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ନୂତନ କର୍ମ ଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହେବ । ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ ଓ ଉନ୍ନତି କରିବେ । ପାରିବାରିକ ଜୀବନରେ ଶାନ୍ତି ଆସିବ । ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ । ପ୍ରତିକାର:  ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

ତୁଳା:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ଆର୍ଥିକ ସ୍ଥିତି ସୁଧୁରିଯିବ । ବକେୟା ଅର୍ଥ ପ୍ରାପ୍ତି ହେବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ । କର୍ମରେ ପଦୋନ୍ନତି ହେବାର ସୂଚନା ପାଇବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ । ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ । ଦାମ୍ପତ୍ୟ ସୁଖ ବୃଦ୍ଧିହେବ । ଋଣ ଭାରରୁ ମୁକ୍ତି ପାଇବେ । ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ପ୍ରତିକାର :  ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଛା:-

ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ନୂତନକର୍ମ ପ୍ରାପ୍ତିରେ ସଫଳ ହେବେ । ପାରିବାରିକ ଜୀବନ ସୁଖମୟ ହେବ । ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବ । ମହିଳାମାନେ ଗୁରୁଜନମାନଙ୍କର ଆଦରଣୀୟା ହୋଇ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ । ନୂତନ କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ପ୍ରତିକାର:  ରୁଟି ଗୁଡ ଗାଈକୁ ଖାଇବାକୁ ଦିଅନ୍ତୁ ।

ଧନୁ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ ।  ପାରିବାରିକ ଜୀବନ ଆନନ୍ଦମୟ ହେବ ।  ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ ।  ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ସେବାକାରୀମାନଙ୍କ ସହଯୋଗରେ ଜନସେବାଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ । ରାଜନୈତିକ କ୍ଷେତ୍ରରେ କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । ମହିଳାମାନେ ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ କରିବେ । ପ୍ରତିକାର : କୁକୁରକୁ ଖାଇବାକୁ ଦିଅନ୍ତୁ ।

ମକର:-

କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର ହେବ । ସାମାଜିକ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ବ୍ୟବସାୟ କ୍ଷେତ୍ରରୁ  ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ଭଲ ରହିବ । ପିତା-ମାତାଙ୍କ ସହ ସମ୍ପର୍କ ଭଲ ରହିବ । ମହିଳାମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ । ରାଜନେତାମାନେ ଦୂର ସ୍ଥାନକୁ ଯାତ୍ରା କରିବେ ଓ  ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ଶତୃ ବୃଦ୍ଧି, ଦାମ୍ପତ୍ୟ କଳହ, ଭାତୃ ବିବାଦ ଦେଖା ଦେଇ ପରେ । ପ୍ରତିକାର :  ୫ଟି ମନ୍ଦାରଫୁଲ ଦେବୀ ମନ୍ଦିରରେ ଅର୍ପଣ କରନ୍ତୁ ।

କୁମ୍ଭ:-

ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଶତୃମାନେ ପରାଜିତ ହେବେ । ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ । ପାରିବାରିକ ଅଶାନ୍ତି ଦୂରେଇଯିବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂରହେବ । ଆଦର୍ଶବାଦୀ ହେବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ସ୍ୱାସ୍ଥ୍ୟ ଭଲ ରହିବ ।

ମୀନ:-

ବ୍ୟବସାୟ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ ହୋଇ ଆର୍ଥୀକ ଉନ୍ନତି ଘଟିବ । ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ । ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ । ପିତା ମାତାଙ୍କ ଠାରୁ ସହଯୋଗ ମିଳିବ । ପରିବାର ଓ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । କର୍ମଜୀବିମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେକ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର : ଷଣ୍ଢକୁ କିଛି ଖୁଆନ୍ତୁ ।

Leave a Reply

Your email address will not be published. Required fields are marked *