12 ଜାନୁୟାରୀ 2019 ଶନିବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ଆଜି କାଲି ଅଧ୍ୟୟନସମୟ ଦୀର୍ଘ ହୋଇଥିବାରୁ ପିଲାମାନେ ପାଠପଢାପ୍ରତି ଏକ ବିରକ୍ତି ଭାବ ଆସିପାରେ କିନ୍ତୁ ଏସବୁମଧ୍ୟରେ ସମତୁଲତାର ସହ ସାମାଜିକ ଏବଂ ବୈଧିକ ଜୀବନକୁ ବିକାଶ କରନ୍ତୁ ଓ ଅନ୍ୟାନ୍ୟ ସବୁ ଉତ୍ତମ ହେବ । ଆଜି ଦିନରେ ଆପଣଙ୍କର ମାନସିକ ଦୁଶ୍ଚିନ୍ତା ଅଧିକ ହେଇପାରେ । ପରିବାର ସଦଶ୍ୟ ମାନଙ୍କ ସହ ସମୟ ବିତାଇ ପାରନ୍ତି । ସାମୟିକ ନିରାପତ୍ତାର ଅଭାବ ଅନୁଭବ କରିବେ । କିନ୍ତୁ ଏହା ଖୁବ୍ ଶିଘ୍ର ଦୂର ହୋଇଯିବ । ମାନସିକ ରୂପରେ ଆଜି ଆପଣର ଉତ୍ସାହର ଅଭାବ ରହିବ, ଯାହାଦ୍ୱାରା ମନରେ ଅଶାନ୍ତି ରହିବ । ପରିଜନମାନଙ୍କ ସହିତ ମନମାଳିନ୍ୟ ହୋଇପାରେ । ସ୍ଥାବର ସଂପତ୍ତିର କାଗଜପତ୍ର କରିବା ସମୟରେ ବିଶେଷ ଧ୍ୟାନ ରଖିବେ । ମାନହାନି ନ ହେଉ ଏହାର ଧ୍ୟାନ ରଖିବେ,ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ । ପ୍ରତିକାର-ଅସହାୟକୁ ସାହାଯ୍ୟ କରନ୍ତୁ । ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ ।

ବୃଷ

ଆଜି ହଠାତ୍ ଆପଣଙ୍କର କୌଣସି ବନ୍ଧୁ ଫୋନ୍ କିମ୍ବା ଇମେଲ କରିପାରନ୍ତି । ଏହି ବନ୍ଧୁ ବୋଧହୁଏ ଆପଣଙ୍କ ଘରେ କିଛି ଦିନ ରହିବାକୁ ଆସିପାରନ୍ତି । ଆପଣ ତାଙ୍କର ଆତିଥ୍ୟ ଚ଼ର୍ଚ୍ଚା ପାଇଁ ପ୍ରସ୍ତୁତ ହୋଇ ରୁହନ୍ତୁ । ଯଦି ଆପଣଙ୍କ ବନ୍ଧୁ କିମ୍ବା ଆତ୍ମୀୟସଜ୍ଜନ ବିଦେଶରୁ ଆସୁଥାନ୍ତି ,ତେବେ ବୋଧହୁଏ ସେ ଆଜି ଆପଣଙ୍କ ଘରକୁ ଆପଣଙ୍କୁ ଭେଟିବା ପାଇଁ ଆସିବେ । ସେଥିପାଇଁ ନିଜ ଘରକୁ ସଫାସୁତୁରା କରନ୍ତୁ । ଆଜି ଦିନ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ । ଶାରୀରିକ ଏବଂ ମାନସିକ ରୂପରେ ଆପଣ ଅସୁସ୍ଥତାର ଅନୁଭବ କରିପାରନ୍ତି । ବ୍ୟର୍ଥ ଖର୍ଚ୍ଚ ନ ହେଉ, ଏହାର ଧ୍ୟାନ ରଖିବେ,ପ୍ରତିକାର-ଗାଈକୁ କିଛି ଖାଦ୍ୟ ଦେବେ ।

ମିଥୁନି

ଆଜିର ଦିନ ଟି ଆପଣଙ୍କର ଜୋସ୍ ରେ ଭରା ରହିବ । ଆଜି ଆପଣଙ୍କୁ ଆପଣଙ୍କର ପ୍ରତ୍ୟେକ ଦିନର ଦିନଚ଼ର୍ଯ୍ୟାରୁ ମୁକ୍ତି ମିଳିବ । ଏବଂ ଆପଣ ନିଜକୁ ସତେଜ ଅନୁଭବ କରିବେ । ଆଜି ଆପଣ ଯାହା ନିଷ୍ପତ୍ତି ନେବେ ଭାବିଚ଼ିନ୍ତି ନିଅନ୍ତୁ ,କାରଣ ଆପଣ ନେଇଥିବା ନିଷ୍ପତ୍ତି ଉପରେ ପଶ୍ଚାତାପ ଯେପରି କରିବାକୁ ନ ପଡ଼େ । ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ । ସ୍ଵାସ୍ଥ୍ୟ ପ୍ରତି ଆଜି ଅଧିକ ଧ୍ୟାନ ରଖିବାର ଆବଶ୍ୟକତା ଅଛି । ସ୍ଵାସ୍ଥ୍ୟ ପଛରେ ଧନର ଖର୍ଚ୍ଚ ମଧ୍ୟ ହୋଇପାରେ । ଆଜି ଖାଇବା ପିଇବା ଘରେ ହିଁ କରନ୍ତୁ ତେବେ ଭଲ ହେବ । ଆଧ୍ୟାତ୍ମିକତା ପ୍ରତି ରୁଚି, ଧ୍ୟାନ ତଥା ଜପ ଆପଣଙ୍କୁ ଉଚିତ ମାର୍ଗକୁ ନେଇପାରିବ.ପ୍ରତିକାର-ବେଲ କାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କର୍କଟ

ନିଜ ସମ୍ପର୍କରେ ସୁଧାର ଆଣିବା ପାଇଁ ଯୋଜନା କରନ୍ତୁ ଏବଂ ସେମାନଙ୍କୁ ଖୁସି କରିଦିଅନ୍ତୁ । ଆଜି ଶୀଘ୍ର ଘରେ ପହଞ୍ଚିବା ପାଇଁ ଚ଼େଷ୍ଟା କରନ୍ତୁ ଏବଂ ପରିବାର ବର୍ଗକୁ ବାହାରକୁ ବୁଲେଇ ନେଇ ଯାଆନ୍ତୁ । ଆପଣ ଦେଖିବେ ଆପଣଙ୍କୁ କେତେ ଖୁସି ମିଳିବ । ଆଜି ଆପଣ ନିଜକୁ ପରିସ୍ଥିତି ସହିତ ଖାପଖୁଆଇ ଚ଼ଳିବାକୁ ଚ଼େଷ୍ଟା କରନ୍ତୁ । ଅସୁବିଧାଟି ଆସୁଥିବ ଏବଂ ଯାଉଥିବ କିନ୍ତୁ ଆପଣ ଏହାଜାଣିସାରିଛନ୍ତି ସକାରାତ୍ମକ ଭାବନା ରଖିଲେ ଆମେ ଆମ ଅସୁବିଧା ଗୁଡ଼ିକୁ ଭଲ ଭାବରେ ସମ୍ଭାଳି ପାରିବା । ଆଜିର ଦିନ ଆନନ୍ଦର ଦିନ ଅଟେ । ବ୍ୟାପାର ଏବଂ ଆୟରେ ବୃଦ୍ଧି ହେବ । ଆଜି ଆପଣଙ୍କ ଉପରେ ଲକ୍ଷ୍ମୀଙ୍କର କୃପା ରହିବ । ପରିଜନ ଏବଂ ମିତ୍ରମାନଙ୍କ ସହିତ ଆମୋଦ-ପ୍ରମୋଦର ବାତାବରଣ ରହିବ । ନୂଆ ସଂପର୍କ ଏବଂ ପରିଚୟ ବ୍ୟାପାର କ୍ଷେତ୍ରରେ ଲାଭପ୍ରଦ ରହିବ । ଛୋଟ ଯାତ୍ରା ଆନନ୍ଦଦାୟୀ ରହିବ । ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ

ସିଂହ

ଆଜି ଆପଣ ନିଜ ଉପରେ କାର୍ଯ୍ୟ ବୋଧ ବଢ଼ି ଯାଇଛି ବୋଲି ଅନୁଭବ କରିବେ । ଏହି ଚ଼ିନ୍ତା ଘର ଏବଂ କାର୍ଯ୍ୟ ସହ ସମ୍ବନ୍ଧିତ ହୋଇଥାଇପାରେ । ଆଜି ଆପଣ ଶାନ୍ତ ରହି ନିଜର କାର୍ଯ୍ୟ ସମ୍ପାଦନ କରନ୍ତୁ । ଆଜି ଆପଣ ବହୁତ ପରିସ୍ଥିତି ସାମନାକରି ନିଜ ସାହସକୁ ବଜାୟ ରଖନ୍ତୁ । ବେଳେ ବେଳେ ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ । ମାନସିକ ରୂପରେ ଦ୍ଵିଧା ଅନୁଭବ ହେବାରୁ କୌଣସି ନିଶ୍ଚିତ ନିର୍ଣ୍ଣୟ ନେବାରେ କଷ୍ଟ ହୋଇପାରେ । ନିରର୍ଥକ ଖର୍ଚ୍ଚରୁ ବଞ୍ଚନ୍ତୁ । ବାଣୀ ଉପରେ ନିୟନ୍ତ୍ରଣ ନ ରଖିବାରେ ପରିଜନମାନଙ୍କ ସହିତ ମନମାଳିନ୍ୟ ହେବାର ଆଶଂକା ଅଛି,ପ୍ରତିକାର-ଗୁଡ଼ ଓ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ

କନ୍ୟା

ଆଜି ଆପଣ ଏମିତି କାର୍ଯ୍ୟରେ ମନୋନିବେଶ କରିବେ ଯାହାକି ଆଧ୍ୟାତ୍ମିକ ସମ୍ପର୍କିତ । ଏହାଦ୍ୱାରା ଆପଣ ଖୁସି ଏବଂ ଆତ୍ମସନ୍ତୋଷ ଲାଭ କରିବେ । ଏହା ଦ୍ୱାରା ଆପଣ ସଠିକ ମାର୍ଗ ଦର୍ଶନ ପାଇପାରନ୍ତି ଏବଂ ଏହାର ପୁରାଲାଭ ଉଠାନ୍ତୁ । କାର୍ଯ୍ୟ ସମ୍ପର୍କିତ ଭ୍ରମଣ କିମ୍ବା ଦର୍ଶନୀୟ ସ୍ଥାନ ବିତେଇବା ପାଇଁ କୋଉଁ ଆଡେ ଯାଇପାରନ୍ତି । ଏପ୍ରକାର ଭ୍ରମଣ ଫଳପ୍ରଦ ଏବଂ ଉପଭୋଗ କରିବେ । ଯଦି କାର୍ଯ୍ୟ ସମ୍ପର୍କିତ ଭ୍ରମଣ ହୋଇଥାଏ ସୁଫଳମିଳିବ । ମିତ୍ର ଏବଂ ପରିଜନମାନଙ୍କ ସହିତ ଆଜିର ଦିନ ଆନନ୍ଦ ପୂର୍ବକ ସମାପ୍ତ ହେବ । କୌଣସି ପର୍ଯ୍ୟଟନ ସ୍ଥଳକୁ ଯାତ୍ରା ମଧ୍ୟ ହୋଇପାରେ । ବ୍ୟବସାୟୀ ଲୋକମାନଙ୍କ ପାଇଁ ସମୟ ଅନୁକୂଳ ଅଟେ,ପ୍ରତିକାର-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ତୁଳା

ଆଜି ଆପଣଙ୍କ ଭାଗ୍ୟରେ ହଠାତ୍ ପରିବର୍ତ୍ତନ ହେବ । ଆପଣଙ୍କ କାର୍ଯ୍ୟ ଆପଣଙ୍କ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ କରିଦେବ । ଆପଣଙ୍କ ଭଲ ଗୁଣ ଯୋଗୁଁ ଆଜି ଆପଣଙ୍କର ନୂଆ ବନ୍ଧୁ ହେବ ଏବଂ କିଛି ବ୍ୟବସାୟୀଙ୍କ ସହ ମଧ୍ୟ ଆପଣଙ୍କର ଭଲ ସମ୍ବନ୍ଧ ହୋଇପାରିବ । ଆପଣଙ୍କୁ ବିଦେଶ ଯିବା ପାଇଁ ନିମନ୍ତ୍ରଣ ମିଳିପାରେ ସେଥିପାଇଁ ସଜାଗ୍ ରୁହନ୍ତୁ ଏବଂ ଏହି ସୁଯୋଗକୁ ହାତଛଡା କରନ୍ତୁ ନାହିଁ । କିନ୍ତୁ ଆପଣଙ୍କୁ ମିତବ୍ୟୟୀ ହେବାକୁ ପଡ଼ିବ । ଆପଣଙ୍କ ସ୍ଵାସ୍ଥ୍ୟ ଆଜି ଭଲ ରହିବ । ବ୍ୟବସାୟିକ କ୍ଷେତ୍ରରେ ଲାଭ ହେବ । ସାଥିରେ କାମ କରୁଥିବା ଲୋକଙ୍କର ସହଯୋଗ ପ୍ରାପ୍ତ ହେବ । ପରିଜନମାନଙ୍କ ସହିତ ଆପଣ ସମୟ ଆନନ୍ଦପୂର୍ବକ ବିତାଇ ପାରିବେ । ପ୍ରତିକାର-କୁକୁରକୁ ରୁଟି ଖାଇବାକୁ ଦିଅନ୍ତୁ ।

ବିଛା

ଆଜି ଆପଣ କୌଣସି ଉପଦେଷ୍ଠାଙ୍କର କିମ୍ବା ବରିଷ୍ଠ ବ୍ୟକ୍ତିଙ୍କର ମାର୍ଗ ଦର୍ଶନ ପାଇଁ ସାହାଯ୍ୟ ଚାହିଁବେ । ଆପଣ ବୋଧ ହୁଏ ନିଜ ଜୀବନର କୌଣସି ଦ୍ୱିଧା ବା ଅସୁବିଧା ପରିସ୍ଥିତିରୁ ବାହାରି ଆସିପାରୁ ନାହାନ୍ତି । ଆଜି ଆପଣଙ୍କ ମନ ବନ୍ଧୁମାନଙ୍କ ସହ ମଜ୍ଜା କରିବାକୁ ଚ଼ାହୁଁଛି । ଆଜିକାଲି ଆପଣଙ୍କ ସମ୍ପର୍କ ସୁଧାରିବାରେ ଲାଗିଛନ୍ତି ଯେଉଁଥି ପାଇଁ ଆପଣ ଖୁସି ଅଛନ୍ତି । ଆଜି ଆପଣ ଯେତେ ଅଧିକ ସମୟ ପାରିବେ ଆପଣଙ୍କ ପରିବାରଙ୍କ ସହ କଟାନ୍ତୁ । ଶାରୀରିକ ଏବଂ ମାନସିକ ରୂପରେ ଆଜି ସମ୍ପୂର୍ଣ୍ଣ ଦିନ ପ୍ରସନ୍ନତା ରହିବ । ବ୍ୟବସାୟ କ୍ଷେତ୍ରରେ କାର୍ଯ୍ୟର ପ୍ରଶଂସା ହେବାରୁ କାର୍ଯ୍ୟ ପ୍ରତି ଉତ୍ସାହ ମଧ୍ୟ ବଢ଼ିବ । ସାଥିରେ କାମ କରୁଥିବା ଲୋକଙ୍କର ମଧ୍ୟ ସହଯୋଗ ପ୍ରାପ୍ତ ହେବ । ପ୍ରତିକାର-ଅସହାୟକୁ ସାହାଯ୍ୟ କରନ୍ତୁ ।

ଧନୁ

ଆଜି ଆପଣଙ୍କ ସାଙ୍ଗକୁ ଆପଣଙ୍କର ସାହାଯ୍ୟ ଆବସ୍ୟକତା ଅଛି । ଆପଣ ତାଙ୍କୁ ସାହାଯ୍ୟ କରିବା ଉଚ଼ିତ୍ ହେବ । ଯାହା ହେଲେ ମଧ୍ୟ ଆପଣଙ୍କର ସମ୍ପର୍କ ଏମିତି ଅଛି । ବହୁତ ଭାବି ଚ଼ିନ୍ତି କାହାକୁ କୌଣସି ପରାମର୍ଶ ଦିଅନ୍ତୁ । ଆଜି ଆପଣ ଆତ୍ମବିଶ୍ଳେଷଣରେ ସମୟ ବିତାଇବେ । ଆପଣ କେତେ କଠିନ ପରିଶ୍ରମ କରି ଆଜି ପ୍ରତିଷ୍ଠିତ ହୋଇପାରିଛନ୍ତି , ସେ ବିଷୟରେ ଚ଼ିନ୍ତା କରିବେ ଏବଂ ଭବିଷ୍ୟତରେ କଣ କରିବେ ମଧ୍ୟ ଯୋଜନା କରିବେ । ଆପଣ ଭବିଷ୍ୟତରେ ଉପଯୁକ୍ତ ପାଇବା ପାଇଁ ଏହା ସାହାଯ୍ୟ କରିବ । ଆଜିର ଦିନ ଆପଣଙ୍କପାଇଁ ଶୁଭ ଅଟେ । ଯଶ କୀର୍ତ୍ତି ପ୍ରାପ୍ତ ହେବାରେ ସରଳତା ରହିବ । ବ୍ୟାପାର କ୍ଷେତ୍ରରେ ଭାଗିଦାରୀ ସହିତ ସମ୍ବନ୍ଧ ସକାରାତ୍ମକ ରହିବ । ବସ୍ତ୍ରାଭୂଷଣର କ୍ରୟରେ ମନ ଆନନ୍ଦିତ ହେବ । ପ୍ରତିକାର-ଗୁଡ଼ ଓ ଗହମ ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ମକର

ଆଜି ଆପଣ ନିଜର ଜୀବନକୁ ବଦଳାଇବାକୁ ଚ଼ାହିଁବେ ।  ଏହି ସମୟଟି ସଠିକ୍ ନିର୍ଣ୍ଣୟ ନେବାର ସମୟ ଅଟେ । ସମସ୍ୟା ଗୁଡ଼ିକୁ ପରିହାର କରିଲେ ତାହାର ଉପାୟ ବାହାରିବ ନାହିଁ । କୌଣସି ବୃଦ୍ଧ ବ୍ୟକ୍ତିଙ୍କ ପାଇଁ ଆପଣଙ୍କ ସମ୍ପର୍କ ଖରାପ ହୋଇପାରେ । ଯଦି ଆପଣ କୌଣସି ବଡ଼ ଝଗଡ଼ାରେ ନା ଅଡ଼ୁଆରେ ପଡ଼ିଯାଇଛନ୍ତି , ତେବେ ତାକୁ ଶୀଘ୍ର ଠିକ୍ କରନ୍ତୁ । ଶାରୀରିକ ଏବଂ ମାନସିକ ରୂପରେ ଆପଣଙ୍କ ସ୍ଵାସ୍ଥ୍ୟ ପ୍ରସନ୍ନତାରେ ପୂର୍ଣ୍ଣ ରହିବ । ଉତ୍ସାହପୂର୍ଣ୍ଣ ବାତାବରଣ ହେବାରୁ ନୂଆ କାର୍ଯ୍ୟର ପ୍ରାରମ୍ଭ କରିବାର ପ୍ରେରଣା ମିଳିବ । ପାରିବାରିକ ବାତାବରଣରେ ସୁଖ-ଶାନ୍ତି ବନି ରହିବ ।

କୁମ୍ଭ

ଆଜି କେହି ଜଣେ ଗୁରୁଜନ ଆପଣଙ୍କୁ ଉପଦେଶ ଦେବେ ଯାହାକି ଆପଣଙ୍କ ଜୀବନରେ ବହୁତ କାମ ଆସିବ । ଯଦିଓ ଆପଣ କାହାରି ଉପଦେଶ ଖୋଜୁ ନଥିଲେ ତଥାପି ଆପଣଙ୍କୁ ଲାଭ ଜନକ ଉପଦେଶ ମିଳିଯିବ । ଯଦି ଆପଣଙ୍କର ନିକଟବର୍ତ୍ତୀ ସମ୍ପର୍କୀୟଙ୍କ ସାଙ୍ଗରେ କୌଣସି ମତଭେଦ ଅଛି ତାହା ସୁସମ୍ପର୍କରେ ପରିଣତ ହେବା ଆପଣ ଦେଖିବାକୁ ପାଇବେ । ଏହି ସୁସମ୍ପର୍କ ଦୁଇ ପକ୍ଷର ଚ଼େଷ୍ଟାର ପରିଣାମ ସୂରୂପ ହେବ । ବାଦ-ବିବାଦରେ ଫସନ୍ତୁ ନାହିଁ । ସନ୍ତାନମାନଙ୍କ ବିଷୟରେ ଚିନ୍ତା ହୋଇପାରେ । ବିଦ୍ୟାର୍ଥିମାନଙ୍କପାଇଁ ଅଭ୍ୟାସରେ ସଫଳତା ପ୍ରାପ୍ତ ହେବାରେ ତାଙ୍କର ଉତ୍ସାହରେ ବୃଦ୍ଧି ହେବ । ପ୍ରତିକାର-ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

ମୀନ

ଆପଣ ଭଗବାନଙ୍କ ସହ ନିଜ ସମ୍ପର୍କ ଜାଣିବାକୁ ଚାହିଁବେ,ଏତଦ୍ୱାରା ଆଜି ଆପଣଙ୍କୁ ଏହା ଜାଣିବାରେ ସାହାଯ୍ୟ ମିଳିବ ଯେ ଯାହା ଆଜି ଆପଣଙ୍କ ସହିତ ହେଉଛି ତାହା କାହିଁକି ହେଉଛି ଓ କେମିତି ଆଜି ଆପଣଙ୍କ ନିଜ ଜୀବନକୁ ଆହୁରି ସୁନ୍ଦର ମନେଇପାରିବେ । ଆପଣ ପରିବାରର କାର୍ଯ୍ୟ କ୍ଷେତ୍ର ଏବଂ ବୈବାହିକ ଜୀବନରେ ସଫଳତାର ସ୍ୱାଦ ଉପଭୋଗ କରିବେ । ଆପଣଙ୍କର ଭବିଷ୍ୟତର ସୁଖ ସ୍ୱାଛନ୍ଦ୍ୟର ଭାବନା । ଆପଣଙ୍କ ଦିନଟି ସୁଖରେ କଟିବ । ଏହା ଅନ୍ୟମାନଙ୍କୁ ପ୍ରଭାବିତ କରିବ । ଆଜିର ଦିନ ଭାଗ୍ୟ ବୃଦ୍ଧି ହେବାର ଦିନ ଅଟେ । ବିଦେଶ କିମ୍ବା ଦୂର ଦେଶରୁ ଶୁଭ ସମାଚାର ପ୍ରାପ୍ତ ହେବ । ଛୋଟ ପ୍ରବାସ କିମ୍ବା କୌଣସି ଧାର୍ମିକ ଯାତ୍ରାଯୋଗୁଁ ମନର ପ୍ରସନ୍ନତାରେ ବୃଦ୍ଧି ହେବ । ଶାରୀରିକ ରୂପରେ ମଧ୍ୟ ଆଜି ସୁସ୍ଥ ରହିବେ । ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ ।

Leave a Reply

Your email address will not be published. Required fields are marked *