13 ଜାନୁୟାରୀ 2019 ରବିବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପାରିବାରିକ ସମସ୍ୟା ସୁଧାରିବା ପାଇଁ କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ସ୍ୱାସ୍ଥ୍ୟ କିମ୍ବା ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ସମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କୌଣସି ପ୍ରକାର ଅସୁବିଧା ନହୋଇ କାମ ହୋଇଯିବ । କୃଷିକ୍ଷେତ୍ରରେ ପରିଶ୍ରମର ଯଥା ମୂଲ୍ୟ ପାଇବେ । ମହିଳାମାନଙ୍କର ବନ୍ଧୁମିଳନ ହେତୁ ମନ ଖୁସୀ ରହିବ । ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ ।

ବୃଷ:-

ଶାନ୍ତଶୀଳ ଭାବଧରି ଦୁର୍ନୀତି ଦୁସ୍ତର କାର୍ଯ୍ୟକୁ ହଟାଇବେ । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କାର୍ଯ୍ୟପନ୍ଥା ବୃଦ୍ଧି କରାଇବେ । ସତର୍କତା ସହିତ ନ ଚଳିଲେ କାର୍ଯ୍ୟକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି । ବ୍ୟବସାୟରେ ଆନୁସଙ୍ଗିକ କ୍ରିୟାଦ୍ୱାରା ନୂଆ ଧରଣର କାର୍ଯ୍ୟକୁ ପସନ୍ଦ କରିବେ । ଯୋଜନା ମୁତାବକ କାମକରି ସବୁ ଭଲ ଥିଲେ ମଧ୍ୟ ପରୋକ୍ଷ ଶତୃତା ଯୋଗୁ ବିଚଳିତ ବୋଧ କରିପାରନ୍ତି । ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ । ଛାତ୍ରଛାତ୍ରୀମାନେ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା କରିବାକୁ ପଡ଼ିପାରେ । କୃଷିଜିବୀମାନେ ଉତ୍ସାହିତ ହେବେ । ବ୍ୟବସାୟୀମାନେ ଯେକୌଣସି ଯାଗାରୁ ଧନ ଉପାର୍ଜନ କରିପାରିବେ । ପ୍ରତିକାର- ଅସହାୟ ବୃଦ୍ଧଙ୍କର ସେବା କରନ୍ତୁ ।

ମିଥୁନ:-

ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ । କଳା, ସାହିତ୍ୟ, ଏଜେନ୍ସି ଏବଂ ସାମ୍ବାଦିକତାରେ ପ୍ରଂଶସିତ ହେବେ । କର୍ମକ୍ଷେତ୍ରରେ ଆଶା କରୁଥିବା ଖବର ଅଚାନକ ଭାବରେ ଶୁଣି ଖୁସି ହେବେ । ନିକଟ ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ପାଇଯିବେ । ଚାକିରୀରେ ଯଶ ସମ୍ମାନ ଓ ସୁଖ୍ୟାତି ମିଳିବ । ବ୍ୟବସାୟରେ ଧନଧାନ୍ୟରେ ଗୃହ ଭରପୁର ହୋଇଉଠିବ ଓ ଲାଭ ଆପଣଙ୍କ ପଛେ ପଛେ ଗୋଡ଼ାଇବ । ଛାତ୍ରଛାତ୍ରୀମାନେ ସାହିତ୍ୟ ସସ୍କୃତି ଆଦି ଚର୍ଚ୍ଚା କରିବେ । ମହିଳାମାନେ ପତିପ୍ରାଣା ହୋଇ ପରିବାରରେ ପ୍ରୀତିଭାଜନ ହେବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

କର୍କଟ:-

ମହିଳାମାନେ ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଦିନଟି କାଟିବେ । କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି । ବ୍ୟବସାୟରେ ଆକସ୍ମିକ ଲାଭ ଦେଖି ଆଶ୍ଚର୍ଯ୍ୟ ହୋଇଯିବେ । ଘରେ ବସିଥିଲେ ମଧ୍ୟ କେହି ବଳେ ବଳେ ଆସି ଆପଣଙ୍କ କାମନା ପୂର୍ଣ୍ଣ କରିଯିବ । ଯୁବକ ଯୁବତୀମାନଙ୍କର ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । ଛାତ୍ରଛାତ୍ରୀମାନେ ସାହାଯ୍ୟ ପଥ ଲୋଡ଼ିବେ । ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ । ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ସିଂହ:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ ଓ ଉନ୍ନତି ହେବାସହ ଗୃହବାହାନ ପ୍ରାପ୍ତି ହେବ । ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି । ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

କନ୍ୟା:-

ଦୁର୍ନୀତି ନିବାରଣ ପ୍ରତି ଉଦଯୋଗୀ ହେବେ । ଛାତ୍ରଛାତ୍ରୀମାନଙ୍କର ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ଆମୋଦ ପ୍ରମୋଦର ମଉକା ଜୁଟିବ । ଅର୍ଥ ସାହାଯ୍ୟ ଦେବା ସକାଶେ କିମ୍ବା ସମସ୍ୟା ସମାଧାନ ପାଇଁ ବନ୍ଧୁ ପ୍ରତିଶୃତି ଦେଇ ଶେଷ ସମୟରେ ନାସ୍ତିବାଣୀ ଶୁଣାଇବେ । ମହିଳାମାନେ ପରର ସାହାଯ୍ୟ ଲୋଡ଼ିବେ ଓ ଧନ୍ଦିହୋଇ ନିଜର ପ୍ରତିଷ୍ଠା ବୃଦ୍ଧି ଧାରଣାକୁ ଉଜ୍ଜ୍ୱଳ ପଥରେ ପରିଣତ କରିବେ । ଘରେ ବାହାରେ କେହି ଆପଣଙ୍କୁ ହଟାଇପାରିବେ ନାହିଁ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ । ପ୍ରତିକାର-କୁକୁରକୁ ଖାଇବାକୁ ଦିଅନ୍ତୁ ।

ତୁଳା:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ଯୁବକ ଯୁବତୀମାନଙ୍କର ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଛା:-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ଭୋଗବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ଧନୁ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ ଶତୃମାନେ ପରାଜିତ ହେବେ । ଅତ୍ୟଧିକ କାର୍ଯ୍ୟଚାପ ଯୋଗୁଁ ଚିନ୍ତିତ ରହିବେ । ନୂତନ କର୍ମ ପ୍ରାପ୍ତି ହେବ । ପାରିବାରିକ ଅଶାନ୍ତି ଦୂରେଇଯିବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ । ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ । କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବକେୟା ଅର୍ଥ ପ୍ରାପ୍ତି ହେବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ । ଆର୍ଥିକ ସ୍ଥିତି ସୁଧୁରିଯିବ । ପ୍ରତିକାର- ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ମକର:-

ଭାବପ୍ରବଣତା ବଶତଃ ଅତି ନିକଟରେ ରହୁଥିବା କିମ୍ବା ଅଧିକାଂଶ ସମୟରେ ମିଶୁଥିବା ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି । ଆୟ ଅତ୍ୟଳ୍ପ ଓ ବ୍ୟୟ ଅଧିକ ହେବାର ସମ୍ଭାବନା । କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ୱାସୀ ମନେ କରିବେ । ସହକର୍ମୀମାନଙ୍କ ସହ ବାଦବିବାଦ କ୍ରମେ ଜଟିଳ ହେବ, ତଥାପି ଆପଣଙ୍କ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । କୌଣସି ହିଂସ୍ରଜନ୍ତୁ ବା ଦୁଷ୍ଟପ୍ରକୃତି ଲୋକଙ୍କ ହାବୁଡ଼ରେ ପଡିପାରନ୍ତି । କଚେରି ମାମଲାର ଶୁଣାଣି ତାରିଖ ଘୁଞ୍ଚିଗଲେଭଲ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିପଦରେ ପଡିବେ । ବିଦ୍ୟା କ୍ଷେତ୍ରରେ ବିଜୟ ପ୍ରାପ୍ତ ହେବ । ପ୍ରତିକାର- ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

କୁମ୍ଭ:-

ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଛାତ୍ରଛାତ୍ରୀମାନେ ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତହେବେ । ଯୁବକ ଯୁବତୀମାନଙ୍କର ଦାମ୍ପତ୍ୟ ସୁଖ ବୃଦ୍ଧିହେବ ଓ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ମହିଳାମାନଙ୍କର ଚାତୁର୍ଯ୍ୟତାରେ ପରାକ୍ରମ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିଥିବାରୁ ଦୃଢ଼ତା ରହିପାରିବ । ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ ।

ମୀନ:-

କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ନିଜସ୍ଵାର୍ଥ ପାଇଁ ଠିକିଲେ ଶିଖିବା ସ୍ଵଭାବ ପ୍ରକାଶ ପାଇବ ଓ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ଅଶାନ୍ତିର ଝଡ ଶାନ୍ତ ହେବ । ମହିଳାମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ଯୁବକ ଯୁବତୀମାନଙ୍କର ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ପ୍ରତିକାର-ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

Leave a Reply

Your email address will not be published. Required fields are marked *