16 ଫେବୃୟାରୀ 2019 ଶନିବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ ।

ବୃଷ:-

ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ । ଧନ ପାଇବାର ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ କେତେକ କ୍ଷେତ୍ରରେ ବିଫଳ ହେବେ । କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେବ । ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ ।

ମିଥୁନ:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ରାଜନୀତିରେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ ।

କର୍କଟ:-

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ଉନ୍ନତି ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ ।

ସିଂହ:-

ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । କର୍ମ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସରକାରୀ କାମରେ ସଫଳତା ପାଇବେ । ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-

ମାନସିକ ଶାନ୍ତି ମିଳିବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ନୂତନ ଦ୍ରବ୍ୟ କ୍ରୟ କରିବେ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଶତୃମାନେ ଦୂରେଇ ଯିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ ।

ତୁଳା:-

ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା  ଓ ମାଲିମକଦ୍ଦମାର ଅବସାନ ହେବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ । ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍‌ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ । ଆକସ୍ମିକ ଧନହାନୀ ହେତୁ ମନରେ ଦୁଃଖ ପ୍ରକାଶ ହେବ । କୌଣସି ଅଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ ।

ବିଛା:-

ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ପରିବାରରେ ସୁସ୍ଥ ବାତାବରଣ  ଜାରିରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରମୋଶନ ସୂଚନାପାଇ ଖୁସି ହେବେ । ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ  ସଫଳହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ ।

ଧନୁ:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ । ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ । ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି । ଭ୍ରାତୃ ବିବାଦ ଦୂର ହେବ । ବିଦ୍ୟାର୍ଥିଙ୍କ ଉନ୍ନତି ହେବ । ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ବନ୍ଧୁବିରୋଧ, ପ୍ରତିବେଶୀଙ୍କ ସହ କଳହ ସୃଷ୍ଟି ହୋଇପାରେ । ପ୍ରତିକାର-ଲାଲ ବସ୍ତ୍ର ପରିଧାନ କରନ୍ତୁ ।

ମକର:-

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପୁରାତନରୋଗର ଉପଶମ ମିଳିବ । ପାରିବାରିକକ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ପ୍ରତିକାର-ବିଦ୍ୟାର୍ଥୀକୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-

ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ । ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହିପାରନ୍ତି । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ଆପଣ ବ୍ୟତିବ୍ୟସ୍ତ ହୋଇଯିବେ । ରାଜନୈତିକ ଜୀବନରେ ଶତୃମାନେ ପ୍ରବଳ ହେବେ । କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ । ଜାଗା ଜମିବାଡ଼ି ନେଇ ସମସ୍ୟା ଦେଖାଦେବ । ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ । କୃଷିଜୀବିମାନେ ପରିଶ୍ରମର ମୂଲ୍ୟ ପାଇବେ । ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ । ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ ।

ମୀନ:-

ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । କୃଷିଜିବୀମାନେ ହସଖୁସିରେ ସମୟ ବିତାଇବେ । ସରକାରୀ ସାହାଯ୍ୟ ମିଳିପାରେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପ୍ରତିକାର-ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

Leave a Reply

Your email address will not be published. Required fields are marked *