16 ଜାନୁୟାରୀ 2019 ବୁଧବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:–

ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ । ମହିଳାମାନେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ । ପ୍ରତିକାର:- ଅସହାୟଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ ।

ବୃଷ:–

ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଋଣ ଭରଣା ପାଇଁ ଚେଷ୍ଟା କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ମହିଳାମାନେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ପ୍ରତିକାର:- ଗୁଡ଼ ଆଉ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:–

ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ । ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ । ଶୁଭ ସମ୍ବାଦପାଇ ଖୁସିହେବେ । ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ ।

କର୍କଟ:–

ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । କୋର୍ଟ କଚେରୀ ମାମଲାରେ ବିଳମ୍ବ ହେବ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ । ମହିଳାମାନେ ସୁଖ-ଶାନ୍ତିରେ ଦିନଟି କଟାଇବେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରତିକାର:- ଗୁଡ଼ ଓ ଗହମ ପିଲାଙ୍କୁ ବାଣ୍ଟନ୍ତୁ ।

ସିଂହ :–

ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ନ ଚାଲିଲେ ପରେ ହଇରାଣ ହେବେ । ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକମାନଙ୍କର ବିଶେଷ ଉନ୍ନତିହେବ । ରାଜନୀତି ସ୍ତରରେ ମାନହାନି ହେଲାଭଳି ପରିସ୍ଥିତି ଦେଖାଦେଇ ପାରେ । ମହିଳାମାନେ ସନ୍ତୁଷ୍ଟ ରହିଲେବି ଆର୍ଥିକ, ପାରିବାରିକ ଓ ବ୍ୟବସାୟିକକ୍ଷେତ୍ରରେ ସମସ୍ୟା ଦେଖାଦେବ । ବିଭିନ୍ନ ପ୍ରକାର ସମସ୍ୟାଦେଇ ଗତି କରିବେ । ପ୍ରତିକାର:- ମସୁର ଡାଲି ମନ୍ଦିରରେ ଦାନ କରନ୍ତୁ ।

କନ୍ୟା:–

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ଦୂରଯାତ୍ରା କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । ମହିଳାମାନେ ଅଳ୍ପରେ ସନ୍ତୁଷ୍ଟ ହେବେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ଭଗୀଦାରିକ୍ଷେତ୍ରରେ ଆଖିବନ୍ଦ କରି ଯେକୌଣସି ପଦକ୍ଷେପ ନେଇ ପାରନ୍ତି । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:–

ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ମହିଳା ମାନଙ୍କର ଚାକିରି କ୍ଷେତ୍ରରେ ଉନ୍ନତି, ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ପ୍ରତିକାର:- ବୃଦ୍ଧାଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ ।

ବିଚ୍ଛା :–

ବ୍ୟବସାୟମାନେ ଅଧିକ ଲାଭ କରିବେ । କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ । ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

ଧନୁ:–

ବ୍ୟବସାୟୀମାନେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ । କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ । ମାଲି ମୋକଦ୍ଦମାରେ ଅନାଗ୍ରହ ସୃଷ୍ଟି ହେବ । ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ଲାଭ କରିବେ । ବିଦେଶଯାତ୍ରାରେ ଯଶଲାଭ, ପରିବାରରେ ମାନ ମନାନ୍ତର ଦୂର ହେବ । ମାନସିକ ଏକାଗ୍ରତା ରଖି ପାରିବେ । ଶୁଭ ସମ୍ବାଦପାଇ ଖୁସିହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ପ୍ରତିକାର:- ଅସହାୟଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ ।

ମକର:–

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ବ୍ୟବସାୟମାନେ ଅଧିକ ଲାଭ କରିବେ । କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ । ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:–

ସମସ୍ୟା ଦୂରହେବ ଓ ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଆୟ ବଢିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦେଖାଦେବ । ମାଲି ମୋକଦ୍ଦମାରେ ଅନାଗ୍ରହ ସୃଷ୍ଟି ହେବ । ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ଲାଭ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାର:- ଗ୍ରାମ ଦେବତୀଙ୍କ ପାଖରେ ବୁନ୍ଦି ଭୋଗ କରି ପିଲାମାନଙ୍କୁ ବାଣ୍ଟି ଦିଅନ୍ତୁ ।

ମୀନ:–

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ମହିଳାମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ । ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବେ । କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ ନକରି ଅନ୍ନଦାନ କରନ୍ତୁ ।

Leave a Reply

Your email address will not be published. Required fields are marked *