17 ନଭେମ୍ବର 2018 ଶନିବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପାରିବାରିକ ସମସ୍ୟା ସୁଧାରିବା ପାଇଁ କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ସ୍ୱାସ୍ଥ୍ୟ କିମ୍ବା ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ସମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କୌଣସି ପ୍ରକାର ଅସୁବିଧା ନହୋଇ କାମ ହୋଇଯିବ। କୃଷିକ୍ଷେତ୍ରରେ ପରିଶ୍ରମର ଯଥା ମୂଲ୍ୟ ପାଇବେ। ମହିଳାମାନଙ୍କର ବନ୍ଧୁମିଳନ ହେତୁ ମନ ଖୁସୀ ରହିବ। ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ।

ବୃଷ:-

ଶାନ୍ତଶୀଳ ଭାବଧରି ଦୁର୍ନୀତି ଦୁସ୍ତର କାର୍ଯ୍ୟକୁ ହଟାଇବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କାର୍ଯ୍ୟପନ୍ଥା ବୃଦ୍ଧି କରାଇବେ। ସତର୍କତା ସହିତ ନ ଚଳିଲେ କାର୍ଯ୍ୟକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି। ବ୍ୟବସାୟରେ ଆନୁସଙ୍ଗିକ କ୍ରିୟାଦ୍ୱାରା ନୂଆ ଧରଣର କାର୍ଯ୍ୟକୁ ପସନ୍ଦ କରିବେ। ଯୋଜନା ମୁତାବକ କାମକରି ସବୁ ଭଲ ଥିଲେ ମଧ୍ୟ ପରୋକ୍ଷ ଶତୃତା ଯୋଗୁ ବିଚଳିତ ବୋଧ କରିପାରନ୍ତି। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ। ଛାତ୍ରଛାତ୍ରୀମାନେ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା କରିବାକୁ ପଡ଼ିପାରେ। କୃଷିଜିବୀମାନେ ଉତ୍ସାହିତ ହେବେ। ବ୍ୟବସାୟୀମାନେ ଯେକୌଣସି ଯାଗାରୁ ଧନ ଉପାର୍ଜନ କରିପାରିବେ। ପ୍ରତିକାର- ଅସହାୟ ବୃଦ୍ଧଙ୍କର ସେବା କରନ୍ତୁ।

ମିଥୁନ:-

Loading...

ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। କଳା, ସାହିତ୍ୟ, ଏଜେନ୍ସି ଏବଂ ସାମ୍ବାଦିକତାରେ ପ୍ରଂଶସିତ ହେବେ। କର୍ମକ୍ଷେତ୍ରରେ ଆଶା କରୁଥିବା ଖବର ଅଚାନକ ଭାବରେ ଶୁଣି ଖୁସି ହେବେ। ନିକଟ ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ପାଇଯିବେ। ଚାକିରୀରେ ଯଶ ସମ୍ମାନ ଓ ସୁଖ୍ୟାତି ମିଳିବ। ବ୍ୟବସାୟରେ ଧନଧାନ୍ୟରେ ଗୃହ ଭରପୁର ହୋଇଉଠିବ ଓ ଲାଭ ଆପଣଙ୍କ ପଛେ ପଛେ ଗୋଡ଼ାଇବ। ଛାତ୍ରଛାତ୍ରୀମାନେ ସାହିତ୍ୟ ସସ୍କୃତି ଆଦି ଚର୍ଚ୍ଚା କରିବେ। ମହିଳାମାନେ ପତିପ୍ରାଣା ହୋଇ ପରିବାରରେ ପ୍ରୀତିଭାଜନ ହେବେ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କର୍କଟ:-

ମହିଳାମାନେ ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଦିନଟି କାଟିବେ। କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି। ବ୍ୟବସାୟରେ ଆକସ୍ମିକ ଲାଭ ଦେଖି ଆଶ୍ଚର୍ଯ୍ୟ ହୋଇଯିବେ। ଘରେ ବସିଥିଲେ ମଧ୍ୟ କେହି ବଳେ ବଳେ ଆସି ଆପଣଙ୍କ କାମନା ପୂର୍ଣ୍ଣ କରିଯିବ। ଯୁବକ ଯୁବତୀମାନଙ୍କର ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ। ଛାତ୍ରଛାତ୍ରୀମାନେ ସାହାଯ୍ୟ ପଥ ଲୋଡ଼ିବେ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ସିଂହ:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ ଓ ଉନ୍ନତି ହେବାସହ ଗୃହବାହାନ ପ୍ରାପ୍ତି ହେବ। ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କନ୍ୟା:-

ଦୁର୍ନୀତି ନିବାରଣ ପ୍ରତି ଉଦଯୋଗୀ ହେବେ। ଛାତ୍ରଛାତ୍ରୀମାନଙ୍କର ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ଆମୋଦ ପ୍ରମୋଦର ମଉକା ଜୁଟିବ। ଅର୍ଥ ସାହାଯ୍ୟ ଦେବା ସକାଶେ କିମ୍ବା ସମସ୍ୟା ସମାଧାନ ପାଇଁ ବନ୍ଧୁ ପ୍ରତିଶୃତି ଦେଇ ଶେଷ ସମୟରେ ନାସ୍ତିବାଣୀ ଶୁଣାଇବେ। ମହିଳାମାନେ ପରର ସାହାଯ୍ୟ ଲୋଡ଼ିବେ ଓ ଧନ୍ଦିହୋଇ ନିଜର ପ୍ରତିଷ୍ଠା ବୃଦ୍ଧି ଧାରଣାକୁ ଉଜ୍ଜ୍ୱଳ ପଥରେ ପରିଣତ କରିବେ। ଘରେ ବାହାରେ କେହି ଆପଣଙ୍କୁ ହଟାଇପାରିବେ ନାହିଁ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ। ପ୍ରତିକାର-କୁକୁରକୁ ଖାଇବାକୁ ଦିଅନ୍ତୁ।

ତୁଳା:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ଯୁବକ ଯୁବତୀମାନଙ୍କର ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଛା:-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଭୋଗବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ଧନୁ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ ଶତୃମାନେ ପରାଜିତ ହେବେ। ଅତ୍ୟଧିକ କାର୍ଯ୍ୟଚାପ ଯୋଗୁଁ ଚିନ୍ତିତ ରହିବେ। ନୂତନ କର୍ମ ପ୍ରାପ୍ତି ହେବ। ପାରିବାରିକ ଅଶାନ୍ତି ଦୂରେଇଯିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ। ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ। କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବକେୟା ଅର୍ଥ ପ୍ରାପ୍ତି ହେବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। ଆର୍ଥିକ ସ୍ଥିତି ସୁଧୁରିଯିବ। ପ୍ରତିକାର- ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମକର:-

ଭାବପ୍ରବଣତା ବଶତଃ ଅତି ନିକଟରେ ରହୁଥିବା କିମ୍ବା ଅଧିକାଂଶ ସମୟରେ ମିଶୁଥିବା ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି। ଆୟ ଅତ୍ୟଳ୍ପ ଓ ବ୍ୟୟ ଅଧିକ ହେବାର ସମ୍ଭାବନା। କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ୱାସୀ ମନେ କରିବେ। ସହକର୍ମୀମାନଙ୍କ ସହ ବାଦବିବାଦ କ୍ରମେ ଜଟିଳ ହେବ, ତଥାପି ଆପଣଙ୍କ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। କୌଣସି ହିଂସ୍ରଜନ୍ତୁ ବା ଦୁଷ୍ଟପ୍ରକୃତି ଲୋକଙ୍କ ହାବୁଡ଼ରେ ପଡିପାରନ୍ତି। କଚେରି ମାମଲାର ଶୁଣାଣି ତାରିଖ ଘୁଞ୍ଚିଗଲେଭଲ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିପଦରେ ପଡିବେ। ବିଦ୍ୟା କ୍ଷେତ୍ରରେ ବିଜୟ ପ୍ରାପ୍ତ ହେବ। ପ୍ରତିକାର- ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କୁମ୍ଭ:-

ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଛାତ୍ରଛାତ୍ରୀମାନେ ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତହେବେ। ଯୁବକ ଯୁବତୀମାନଙ୍କର ଦାମ୍ପତ୍ୟ ସୁଖ ବୃଦ୍ଧିହେବ ଓ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ମହିଳାମାନଙ୍କର ଚାତୁର୍ଯ୍ୟତାରେ ପରାକ୍ରମ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିଥିବାରୁ ଦୃଢ଼ତା ରହିପାରିବ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

ମୀନ:-

କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ। ବ୍ୟବସାୟରେ ନିଜସ୍ଵାର୍ଥ ପାଇଁ ଠିକିଲେ ଶିଖିବା ସ୍ଵଭାବ ପ୍ରକାଶ ପାଇବ ଓ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ଅଶାନ୍ତିର ଝଡ ଶାନ୍ତ ହେବ। ମହିଳାମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ଯୁବକ ଯୁବତୀମାନଙ୍କର ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ପ୍ରତିକାର-ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ଶେୟାର କରି ଅନ୍ୟମାନଙ୍କୁ ଜଣାନ୍ତୁ

Leave a Reply

Your email address will not be published. Required fields are marked *