17 ଡିସେମ୍ବର 2018 ସୋମବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ସାମାଜିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ପ୍ରଶଂସିତ ହେବେ । ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ଜନସେବାରେ ନିଜକୁ ନିୟୋଜିତ କରିବେ । କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଶାନ୍ତି ପାଇବେ । ପ୍ରତିକାର–ଅସହାୟକୁ ସାହାଯ୍ୟ କରନ୍ତୁ ।

ବୃଷ:-

ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ । ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ । ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ସ୍ୱାସ୍ଥ୍ୟ ଠିକ୍ ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପ୍ରତିକାର–ଗାଈକୁ କିଛି ଖାଦ୍ୟ ଖୁଆନ୍ତୁ ।

ମିଥୁନ:-

ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍ । କର୍ମକ୍ଷେତ୍ରରେ ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ସୃଷ୍ଟି ହେବ । ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେବେ । ହାତକୁ ନେଇଥିବା କାର୍ଯ୍ୟଟି କଠିନ ପରିଶ୍ରମ କରିବାକୁ ପଡିବ । କର୍ମ କ୍ଷେତ୍ରରେ ବ୍ୟସ୍ତତା ଅନୁଭବ କରିବେ । ପ୍ରତ୍ୟେକ କର୍ମରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ । ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନ ଦାନ ଦିଅନ୍ତୁ ।

କର୍କଟ: –

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ଶୁଭ କାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ପ୍ରତିକାର:- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-

ବ୍ୟବସାୟରେ ସାମାନ୍ୟ ଲାଭ ଓ ବକେୟା ଅର୍ଥ ଆଦାୟ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ବନ୍ଧୁଙ୍କର ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ । ପ୍ରତିକାର–ଷଣ୍ଢକୁ ଗୁଡରୁଟି ଖୁଆନ୍ତୁ ।

କନ୍ୟା:-

ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ । ସାମାଜିକ ସ୍ତରରେ ସମ୍ମାନଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ । ପରକଥାରେ ପଡି ପରିବାର ଲୋକଙ୍କୁ ଭୁଲ୍ ବୁଝିବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

ତୁଳା:-

ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପନେବେ । ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି । ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ । କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ । କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଅଶାନ୍ତି ଲାଗିବ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ବିଛା:-

ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ସହ ପ୍ରଶଂସା ପାଇବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ । ପ୍ରତିକାର– ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

ଧନୁ:-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ଅଧାଥିବା କାର୍ଯ୍ୟ ପୂରଣ ହେବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରତିକାର– ଚଣାଡାଲି ମନ୍ଦିରରେ ଦାନ କରନ୍ତୁ ।

ମକର:-

ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ । ବନ୍ଧୁ ପରିବାର ଠାରୁ ସୁଖ ମିଳିବ । ପରିଶ୍ରମ ଦ୍ଵାରା ବ୍ୟବସାୟ ବଢିବ । ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବା ପାଇଁ ଆୟୋଜନ କରିବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ସାମାଜିକ ଉତ୍ସବରେ ଯୋଗ ଦେବେ । ରାଜନୀତି କାର୍ଯ୍ୟରେ ସଫଳତା ମିଳିବ । ଧନଲାଭ ହେବାରୁ ଖୁସି ହେବେ । ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ । ଶରୀର ଅସୁସ୍ଥ ରହିବ । ଛାତ୍ର ଓ ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରିବେ । ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ପ୍ରତିକାର– ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ମୀନ:-

ବ୍ୟବସାୟରେ ଭଲ ଲାଭ ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଶତୃ ପରାଜିତ ହେବେ । ବାକିଥିବା ଅର୍ଥପ୍ରାପ୍ତି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ । ବିରୋଧୀମାନେ ହଇରାଣ ହେବେ । ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ । ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରିବାକୁ ପଡିବ । ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

Leave a Reply

Your email address will not be published. Required fields are marked *