17 ଫେବୃୟାରୀ 2019 ରବିବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ସେବାକାରୀମାନଙ୍କ ସହଯୋଗରେ ସମ୍ମ । ନଜନକ ସ୍ଥିତି ପରିଲକ୍ଷିତ ହେବ । ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ମହିଳାମାନେ ଗୁରୁଜନମାନଙ୍କର ଆଦରଣୀୟା ହେବେପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ ।

ବୃଷ:-

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ ।

ମିଥୁନ:-

ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ ।  ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ । ସମସ୍ତଙ୍କ ମେଳରେ ରହି ମଧ୍ୟ ନିଃସଙ୍ଗତା ଅନୁଭବ କରିବେ । କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । ଉଚ୍ଚପ୍ରଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ । ଗୃହିଣୀମାନେ ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ ।

କର୍କଟ:-

ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ସମୟ ଗୁଡିକ ହସ ଖୁସିରେ ବିତିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ ।

ସିଂହ:-

ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । କର୍ମ ଓ ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ବ୍ୟବସାୟରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ । ନିଜ ଲୋକ ମନମୋଟିଆ ହେବେ । ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରିବେ । ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ବିଳମ୍ବ ହେବ ।

କନ୍ୟା:-

ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । କର୍ମ ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । କର୍ମ ଓ ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ ।

ତୁଳା:-

ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ । ଆଦର୍ଶବାଦୀ ହେବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ । ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ । ସଙ୍କୁଚିତ ସ୍ଥିତିର ଅଧୀନ ହୋଇ ଘୋଷାରି ହେବେ ଓ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ । ଦୂର ଯାତ୍ରାରେ ଶରୀରପୀଡା ଭୋଗ କରିବାସହ ମୂଲ୍ୟବାନ ଦ୍ରବ୍ୟ ଚୋରୀ ହେବାର ସୂଚନା ମିଳେ ।

ବିଛା:-

ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ । ବିହିନ୍ନ ପ୍ରକାର କଥା ଚିନ୍ତାକରି କୌଣସି କାମ ପ୍ରତି ମନ ଲାଗିବ ନାହିଁ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ ।

ଧନୁ:-

ଆତ୍ମବିଶ୍ଵାସ ବୃଦ୍ଧି ପାଇବ । କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ । ବ୍ୟାପାର-ବ୍ୟବସାୟ, ଚାକିରୀରେ ଉନ୍ନତି କରିବେ । ବେରୋଜଗାରଙ୍କୁ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି । ବନ୍ଧୁଙ୍କ ଆଗମନ ହେବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ ।

ମକର:-

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ ନତୁବା ଲକ୍ଷ୍ୟ ଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ । କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍ ।

କୁମ୍ଭ:-

ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ବସିୟତ୍, ପାରିବାରିକ ତଥା ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ । ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଜ୍ୟସହଯୋଗ କରିବାକୁ ବାଧ୍ୟ ହେବେ ।

ମୀନ:-

ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ଗୃହରେ ଥିବା କଳହ, ପତି-ପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ । ବିଦ୍ୟାର୍ଥୀମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମୟ ।

Leave a Reply

Your email address will not be published. Required fields are marked *