18 ଜାନୁୟାରୀ 2019 ଶୁକ୍ରବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପାରିବାରିକସ୍ତର ହସ ଖୁସିରେ କଟିବ । କର୍ମ ପ୍ରତି ହତୋତ୍ସାହ ଏବଂ ସ୍ଵାସ୍ଥ୍ୟରେ ଅବନତି ଦେଖାଦେବ । ପ୍ରତିକାର-ଉପହାର ସ୍ୱରୂପ ଲାଲରଙ୍ଗର ବସ୍ତ୍ର ଓ ଲାଲରଙ୍ଗର ବସ୍ତୁ ଗ୍ରହଣ କରନ୍ତୁ ନାହିଁ ।

ବୃଷ:-

ମନଭିତରେ ରାଗରେ ଜଳୁଥିଲେ ମଧ୍ୟ କିଛି କାହାକୁ କହିବାକୁ ସାହସ ହେବ ନାହିଁ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ସନ୍ତାନ ଯୋଗେ ଚିନ୍ତିତ ରହିବେ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ମିଥୁନ:-

ବିଦ୍ୟାରେ ଉନ୍ନତି କରିବେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପାରିବାରିକ ପରିସ୍ଥିତି ଯୋଗୁ କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

କର୍କଟ:-

କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ଲାଗି ରହିଥିଲେ ଆଜି ତାହାର ସମାଧାନ କରିପାରିବେ । ମହିଳା ମାନଙ୍କର ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ । ରାଜନୀତିରେ ଫାଇଦା ଉଠାଇବେ । ବ୍ୟବସାୟରେ ପ୍ରଚୁର ଲାଭହେବ । ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ ।

ସିଂହ:-

ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ ।

କନ୍ୟା:-

କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ ନଚେତ୍ କ୍ଷତିରେ ପଡିବେ । ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ପଢାପଢିରେ ମାନସିକ ଶାନ୍ତି ମିଳିବ । ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ ।

ତୁଳା:-

ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ଶୁଭକାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ବିଚଳିତ ହୋଇପାରେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ବିଛା:-

ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା, ମନ ବିଷାଦଗ୍ରସ୍ତ ହେବ । ପିତ୍ତଦୋଷ ବୃଦ୍ଧି ପାଇବ ଓ ଶରୀରପୀଡା ଅତି କଷ୍ଟକର ହେବ । ପାରିବାରିକ କ୍ଷେତ୍ରରେ କିଛି ହରାଇ ମନକଷ୍ଟ ହେବ । କେତେକ କର୍ମରେ ସଫଳତା ପ୍ରାପ୍ତି ହେବ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ । ପରକଥାରେ ପଡି ପରିବାରଲୋକଙ୍କୁ ଭୁଲ୍ ବୁଝନ୍ତୁ ନହିଁ । ପ୍ରତିକାର- ଆରାଧ୍ୟା ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ଧନୁ:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ । ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ବେବ । କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ଭୁଲ ବୁଝାମଣା ଯୋଗୁ ପରିବାରରେ ଦ୍ଵନ୍ଦ ଦେଖାଦେବ । ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ମକର:-

ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପ୍ରତିକାର- ଗାଈକୁ ଖାଇବାକୁ ଦେବେ ।

କୁମ୍ଭ:-

ମାନସିକ ଦୁଶ୍ଚିନ୍ତାଦୂରହେବ । ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-

କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ

Leave a Reply

Your email address will not be published. Required fields are marked *