18 ଡିସେମ୍ବର 2018 ମଙ୍ଗଳବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:–

କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଆୟ ବୃଦ୍ଧିପାଇବ । କର୍ମକ୍ଷେତ୍ରରେ ପରିସ୍ଥିତି ଭଲ ରହିବ । ବିଭିନ୍ନ ପ୍ରକାର ସମସ୍ୟା ଦୂର ହୋଇ ଶାନ୍ତି ମିଳିବ । ଚାକିରୀଜୀବିମାନେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ । ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ । କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ବଢ଼ିବ ଓ ସମୟ ଗଡ଼ିଚାଲିବ । କୃଷିଜୀବିମାନେ କଠିନ ପରିଶ୍ରମ କରିବେ । ପ୍ରତିକାର:- ବୃଦ୍ଧାଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ ।

ବୃଷ:–

ଖୋଜୁଥିବା ଜିନିଷ ସୁବିଧାରେ ପାଇବେ । କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ପ୍ରିୟଜନମାନଙ୍କୁ ପ୍ରିୟକଥା କହି ସମସ୍ୟାକୁ ସୁଧାରି ନେବେ । ବ୍ୟବସାୟରେ ଲାଭ ହେବାରୁ ମନ ଖୁସି ରହିବ । ନୂତନ ଗୃହ କିମ୍ବା ଯାନବାହନ କିଣିବା ପାଇଁ ମନ ବଳେଇବେ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟକରି ଚଳିବା ହିତକର । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଋଣ ଭରଣାରେ ସହଜ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ପ୍ରତିକାର:- ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:–

କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ଦୂରଯାତ୍ରାର ସୁଯୋଗ ପାଇବେ । କଳାତ୍ମକ ଦିଗରୁ ପ୍ରଶଂସିତ ହେବେ । । ମହିଳାମାନେ ସଭାସମିତି, ରାଜନୀତିରେ ସମ୍ମାନିତା ହେବେ ଓ ଗୃହୋପକରଣ କ୍ରୟ କରିବେ । ବିଦ୍ୟା ଓ ଖେଳରେ ପ୍ରଶଂସିତ ହେବେ । ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୈରାଶ୍ୟର ଅନ୍ଧକାର ମଧ୍ୟକୁ ଠେଲି ହୋଇଯିବେ । ଚାକିରୀଜୀବିମାନେ ନାନା ପ୍ରକାର ସଙ୍ଘର୍ଷ ମଧ୍ୟରେ ବାଟ ଚାଲିବେ । ମାଲିମୋକଦ୍ଦମାରେ କୂଟନୀତିର ଶୀକାର ହେବେ । ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

କର୍କଟ:–

ଦୂରଯାତ୍ରା, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସଫଳତା ମିଳିବ । କର୍ମର୍କ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରବେ । ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କୋର୍ଟ କଚେରୀ ମାମଲାରେ ବିଳମ୍ବ ହେବ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ । ମହିଳାମାନେ ସୁଖ-ଶାନ୍ତିରେ ଦିନ କଟାଇବେ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ । ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

ସିଂହ:–

ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ । ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ । ମହିଳାମାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ । ବିଦ୍ୟାରେ ଉନ୍ନତି ହେବ । ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ ।

କନ୍ୟା:–

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ଚାକିରୀ ଜୀବିମାନେ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେବେ । ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ମହିଳାମାନେ ନୂତନବନ୍ଧୁଙ୍କୁପାଇ ଖୁସୀଅନୁଭବ କରିବେ । ପ୍ରତିଯୋଗିତା ପରିକ୍ଷାରେ ଉତ୍ତିର୍ଣ୍ଣହେବେ । ପ୍ରତିକାର:- କୌଣସି ଜିନିଷ କାହାଠାରୁ ମାଗଣାରେ ଗ୍ରହଣ କରନ୍ତୁ ନାହିଁ ।

ତୁଳା:–

ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ । ମାଲି ମୋକଦ୍ଦମାରେ ଆଗ୍ରହ ଦେଖା ଦେବ । ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ପାଇବେ । ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

ବିଛା:–

କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ଖଣ୍ଡନ କରିବେ । ମାନସିକ ସ୍ଥିରତା ରହିବ । କୌଣସି ମାଙ୍ଗଳିକ କାର୍ଯ୍ୟ ତଥା ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେବେ । ଆପଣଙ୍କ ନିକଟରୁ ସମ୍ପର୍କୀୟମାନେ ସହାୟତା ପାଇବେ । ସଙ୍ଗୀତ, କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ । ବହୁତ ଦିନରୁ ଅଟକିଥିବା ବକେୟା ଟଙ୍କା ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ ।

ଧନୁ:–

ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ । ଦୂରଯାତ୍ରାରେ ସଫଳତା ମିଳିବ ଓ ଯାତ୍ରା ଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ସନ୍ତାନ ଯୋଗେ ଚିନ୍ତିତ ହେବେ । ବିଦ୍ୟାରେ ଉନ୍ନତି କରିବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ହେତୁମନ ଖୁସୀରହିବ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

ମକର:–

ପାରିବାରିକ ସମସ୍ୟା ସୁଧୁରି ଯିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ପ୍ରବାସ ଓ ଯାତ୍ରାରେ ଲାଭବାନ୍ ହେବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ଖରାପ ପିଲାଙ୍କ ସହ ସାଙ୍ଗ ହୋଇ ସନ୍ତାନ କୁ-ମାର୍ଗଗାମୀ ହେବେ । ଚକ୍ଷୁ ପୀଡ଼ା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହେବ । ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:–

ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ । ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ସ୍ୱାସ୍ଥ୍ୟ ଠିକ୍ ରହିବ । ପରିବାରର ସମସ୍ୟାର ସମାଧାନ ହୋଇଯିବ ଓ ଆର୍ଥିକ ଉନ୍ନତି ଫଳରେ ଶାନ୍ତି ପାଇବେ । ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାର ସୁବିଧାପାଇବେ । ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ମୀନ:–

କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ସୃଷ୍ଟି ହୋଇପାରେ । ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡ଼ା ଅନୁଭବ କରିବେ । ମହିଳାଙ୍କ ସହ ଅଯଥା ଝଗଡ଼ା ବଢ଼ିଯିବା ଫଳରେ ନିଜେ ଲଜ୍ଜିତ ହେବେ । କୁଟୁମ୍ବରେ ଚିକିତ୍ସାର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ । ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ବିଫଳ ହେବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

Leave a Reply

Your email address will not be published. Required fields are marked *