19 ଡିସେମ୍ବର 2018 ବୁଧବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ରାଜନୀତି କ୍ଷେତ୍ରରେ ସଂଗଠନ, ସଭାସମିତିରେ ଯୋଗଦେଲେ ଲୋକ ସମ୍ପର୍କ ବଢ଼ିବ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ । ବନ୍ଧୁ ମିଳନରେ ମହିଳାମାନଙ୍କ ମନ ପ୍ରଫୁ୍ଲ୍ଲ ରହିବ । ରବିଫସଲ, ପନିପରିବା ଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇ ଖୁସିହେବେ । ଯୁବକ ଯୁବତୀମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ହେବା ଫଳରେ ମାନସମ୍ମାନ ଓ ଯଶକ୍ଷାତି ପାଇବେ । ଆମଦାନୀ, ରପ୍ତାନି ବ୍ୟବସାୟ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବିଦ୍ୟାକ୍ଷେତ୍ରରେ ପଢା ପଢିରେ ମନଯୋଗ ଦେବେ । ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ବୃଷ:-

ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବାପାଇଁ ଚେଷ୍ଟିତ ହେବେ । ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ମହିଳାମାନେ ଆନୁଷ୍ଠାନିକ ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରି ବିଭିନ୍ନ ଦିଗରୁ ଲାଭବାନ୍ ହେବେ । ପନିପରିବାଚାଷି ଓ ବ୍ୟବସାୟୀମାନେ ସଜାଗ ନରହିଲେ କ୍ଷତି ସହିବେ । ରାଜନୀତିରେ ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି । ଅଫିସରେ କିମ୍ବା କର୍ମକ୍ଷେତ୍ରରେ ବହୁତ କାମ ହାତକୁ ନେଇ ସଫଳତା ପାଇବେ । ବିଦ୍ୟାକ୍ଷେତ୍ରରେ ପ୍ରତିଯୋଗିତାରେ ବିଜୟୀ ହେବେ ଓ ଯଶପ୍ରାପ୍ତି ହେବ । ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତିକରିବ । ପ୍ରତିକାର- ହରିଡା ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-

କର୍ମକ୍ଷେତ୍ରରେ ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ । ରାଜନୈତିକ ମାନଙ୍କର କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ୱାସୀ ମନେ କରିବେ ତେଣୁ ଧାରକରଜ କରିବାକୁ ବାଧ୍ୟହେବେ । କୋର୍ଟ କଚେରି ମାମଲାର ଶୁଣାଣି ଆଗକୁ ଯିବାରୁ ବ୍ୟସ୍ତତା ବଢ଼ିଯିବ । ସାମ୍ବାଦିକତାରେ ପ୍ରଂଶସିତ ହେବେ । ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡ଼ିବ । ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ ।

କର୍କଟ-

ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ପରିବାରରେ କଳହ ସୃଷ୍ଟି ହେବାର ସମ୍ଭାବନାଅଛି । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡ଼କୁ ନଜରଦେଇ କାମକରିବା ଉଚିତ୍ । ମହିଳାମାନେ ଅନ୍ୟମାନଙ୍କ କାମରେ ମନଦେଇ ନିଜକାମକୁ ଅବହେଳା କରିବେ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରି ଦୂରଯାତ୍ରାର ସୁଯୋଗ ପାଇବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ପ୍ରତିକୁଳ ପରିସ୍ଥିତି ଦୂରେଇଯିବ ଓ ଅଧିକାରୀ ଖୁସିହେବେ । ସନ୍ତାନସୁଖ ମିଳିବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ସିଂହ:-

ପ୍ରତ୍ୟେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ଼ ରହିବ । କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବନାହିଁ । ଆଇନ ଅଦାଲତ ମାଲିମୋକଦ୍ଦମା, ବାଦ-ବିବାଦ ଯୋଗୁଁ ଚିନ୍ତିତ ରହିବେ । ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତିକ୍ଷେତ୍ରରେ ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରିବେ । ମହିଳାମାନେ ସମ୍ମାନ ପାଇବେ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ । ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

କନ୍ୟା:-

କାର୍ଯ୍ୟଗୁଡ଼ିକ ସହଜ ସରଳରେ ସମ୍ପାଦନ ହୋଇ ଲାଭଦାୟକ ହେବ । ଦୂରଯାତ୍ରାରେ ସଫଳତା ମିଳିବ । ଆକସ୍ମିକ ଧନଲାଭ ହେବ । ପଡ଼ୋଶୀମାନେ ସ୍ୱାର୍ଥ ହାସଲ ପାଇଁ ବାକ୍ଚାତୁରୀ କଥା କହି କାର୍ଯ୍ୟ ହାସଲ କରିବେ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷସମୟ ଦେବାକୁ ପଡ଼ିବ । ଶିଳ୍ପ, ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ମହିଳାମାନେ ଅଯଥା ଭ୍ରମଣ କରିବା ଫଳରେ ଠକାମୀ ଭଣ୍ଡାମୀର ଶୀକାର ହେବେ । ବିଦ୍ୟାକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ଅନ୍ୟମନସ୍କ ରହିବେ । ଅନ୍ୟମନସ୍କତା କିମ୍ବା ବିସ୍ମରଣ ଯୋଗୁ କୌଣସି ଜିନିଷ ହରେଇ ବସିବେ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ପାଇବ । ପ୍ରତିକାର:-ମାଂସଭୋଜନ,ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ ।

ତୁଳା:-

ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ । ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭପାଇବେ । ପନିପରିବାରେ ଚାଷି ଓ ବ୍ୟବସାୟୀମାନେ ପ୍ରଚୁର ଲାଭପାଇବେ । ରାଜନୀତିରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ପ୍ରଶଂସିତ ହେବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସହଜରେ ସମାଧାନ କରିପାରିବେ । ପାରିବାରିକସ୍ତର ହସ ଖୁସିରେ କଟିବ । ପ୍ରତିକାର:-ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ ।

ବିଛା:-

ମିତ୍ରମାନଙ୍କଦ୍ୱାରା ଅନେକକାର୍ଯ୍ୟରେ ଲାଭପାଇବେ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ । ବନ୍ଧୁଙ୍କ ସାହାଯ୍ୟ କ୍ରମେ ମାଲିମୋକଦ୍ଦମାରେ ବିଜୟୀ ହେବେ । ସହକର୍ମୀଙ୍କ ବ୍ୟାପାରରେ ମୁଣ୍ଡ ପୂରାଇଲେ ନିଜେ ଅସୁବିଧାରେ ପଡ଼ିବେ । ମହିଳାମାନଙ୍କ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ମାନସିକସ୍ଥିତି ଭଲ ରହିବ । ବିଦ୍ୟାରେ ପ୍ରଶଂସା ପାଇବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ଠିକ୍ ଭାବେ ବୁଝିପାରିବେ ନାହିଁ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ଆର୍ଥିକ ଦିଗରୁ ସୁବିଧା ହେଲେ ମଧ୍ୟ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ୍ୱ ଦେଖାଦେବ । ପ୍ରତିକାର- ଅସହାୟକୁ ଖାଦ୍ୟ ଦିଅନ୍ତୁ ।

ଧନୁ:-

କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ତରବରିଆ ଭାବରେ କୌଣସି କାମ ନକରି ପ୍ରତ୍ୟେକ ପରିସ୍ଥିକୁ ଆଖିଆଗରେ ରଖି କାମ କରିବା ଭଲ ହେବ । ନୂତନ ପ୍ରସ୍ତାବ ଦେଇ ବନ୍ଧୁ ଗହଣରେ ଚର୍ଚ୍ଚିତ ହୋଇପାରନ୍ତି । ଅନ୍ୟାନ୍ୟ ଦିଗରୁ ସବୁଭଲ ଥିଲେ ମଧ୍ୟ ଆର୍ଥିକ ଅନାଟନ କାର୍ଯ୍ୟକ୍ଷେତ୍ରରେ ଅନ୍ତରାୟ ସୃଷ୍ଟି କରିବ । ପୂର୍ବରୁ ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରିପାରନ୍ତି । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ । ନିଜ ଚେଷ୍ଟାରେ ବହୁତ କଷ୍ଟ କଲେ ବାକିଥିବା ଅର୍ଥ ପାଇବେ । ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗହେବ । ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ ।

ମକର:-

ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ଶୁଭ ସମାଚାର ପାଇ ଖୁସି ହେବେ । ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ଶତୃମାନେ ପରାଜିତ ହୋଇ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ବିବାଦୀୟ ପରିସ୍ଥିତି ସମାଧାନ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ ଓ ଦାମ୍ପତ୍ୟ ସୁଖପ୍ରାପ୍ତି ହେବ । ବ୍ୟବସାୟରେ ଅତ୍ୟଧିକ ପରିଶ୍ରମ କରି କ୍ଷତି ସହିବେ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

କୁମ୍ଭ:-

ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଆୟ ଉପାର୍ଜନର ବୃଦ୍ଧି ହେବ । ବାଦ-ବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ମୀନ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ମହିଳାମାନଙ୍କର ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ ଓ ଆଶାତୀତ ଲାଭ ପାଇବେ । ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ସଫଳତା ପାଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ସୃଷ୍ଟି ହେବ । ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ପାରିବାରିକ ପରିସ୍ଥିତି ଠିକ୍ ରହିବନାହିଁ । ସନ୍ତାନ ସନ୍ତତି ପୀଡ଼ିତ ହେବାରୁ ମାନସିକ ଚିନ୍ତା ବୃଦ୍ଧି ପାଇବ । ପ୍ରତିକାର- ରୁଟି କୁକୁରକୁ ଖାଇବାକୁ ଦେବେ ।

Share

Leave a Reply

Your email address will not be published. Required fields are marked *