20 ନଭେମ୍ବର 2018 ମଙ୍ଗଳବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ।

ବୃଷ:-

ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ। ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ବ୍ୟବସାୟୀମାନଙ୍କ ଆର୍ଥିକସ୍ଥିତି ସୁଧୁରିବ। ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ। ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ। ମହିଳାମାନେ ଧର୍ମପରାୟଣା ଓ ପ୍ରିୟବାଦିନୀ ହେବେ। ସମ୍ପର୍କୀୟମାନଙ୍କ ସହ ପରୋକ୍ଷ ଶତୃତା ଯୋଗୁ ବିଚଳିତ ହେବେ।

ମିଥୁନ:-

କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯିବ। ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ବୁଦ୍ଧିମତା କାରଣରୁ ଆର୍ଥିକସ୍ଥିତି ସୁଧୁରିବ ଓ ଅବସ୍ଥା ବଦଳିଯିବ। ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ। କୌଣସି ଦରକାରୀ ମୂଲ୍ୟବାନ ଜିନିଷ ଖରିଦ କରିବାକୁ ମନ ବଳାଇବେ। ସମସ୍ୟାଗୁଡ଼ିକ ଆପଣାଛାଏ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ। ମହିଳାମାନେ ମନପସନ୍ଦ ଜିନିଷପାଇ ଖୁସି ହେବେ। କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତିହେବେ। ପ୍ରତିକାର:-ଅସହାୟଙ୍କର ସେବା କରନ୍ତୁ।

କର୍କଟ:-

କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ବ୍ୟବସାୟରେ ଆଶା କରୁଥିବା ସଫଳତା ପାଇ ଦୂରଯାତ୍ରାର ସୁଯୋଗ ପାଇବେ। ପରିବାରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ସମସ୍ୟାର ସମାଧାନ କରିବେ। ମହିଳାମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ପ୍ରଶଂସା ପାଇବେ। ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ।

ସିଂହ:-

ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ଆକସ୍ମିକ ଧନ ପ୍ରାପ୍ତି ହେବ। ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁର ଆସିବ। ମାଲିମୋକଦ୍ଦମାରେ ଖେଳ ନୃତ୍ୟ ଗୀତ ପ୍ରତିଯୋଗିତାରେ ସଫଳ ହେବେ। ସ୍ୱାସ୍ଥ୍ୟ, ପରିବାର, କର୍ମକ୍ଷେତ୍ର, ଅର୍ଥ ସମ୍ପର୍କୀୟ ସମସ୍ୟା  ଅନୁକୂଳ ରହିବ। ବିଦ୍ୟା, କୃଷି ଓ ରାଜ ନୀତିରେ ଉନ୍ନତି ହେବ। ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ।

କନ୍ୟା:-

ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ଆଡୁ ଲାଭ ପାଇବେ। ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ା କାମରୁ ପ୍ରଶଂସିତହେବେ। ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ।

ତୁଳା:-

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ସଭାସମିତି ଓ ସମାଜିକ କାର୍ଯ୍ୟଯୋଗେ ଆତ୍ମୀୟମାନଙ୍କ ସାହାଯ୍ୟ ନେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। ସ୍ୱାସ୍ଥ୍ୟ ଦିଗରୁ ସ୍ତ୍ରୀମାନେ ବିଶେଷ ସତର୍କ ରହିବା ଉଚିତ୍। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ଉଡାଖବର ବିବ୍ରତ କରିବ।

ବିଛା:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାପାଇ ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ହେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ପରିବାରରେ ଅଶାନ୍ତି ଦୂରେଇ ଯାଇ  ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମହିଳାମାନଙ୍କର ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ।

ଧନୁ:-

ରାଜନୀତି କ୍ଷେତ୍ରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ମହିଳାମାନଙ୍କର ସମସ୍ତ ଚେଷ୍ଟା ସଫଳ ହେବା ଫଳରେ ଶାନ୍ତିପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାର ସୁଯୋଗ ମିଳିବ ଓ ଦୂରଯାତ୍ରାରେ ସଫଳ ହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ।

ମକର:-

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ଦେଖା ଦେବ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ। ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। ଆର୍ଥିକସ୍ଥିତି ଭଲ ରହିବ କିଛି ଅସୁବିଧା ହେବ ନାହିଁ। ମିତ୍ରମାନେ ପରାମର୍ଶ ଦେଇ ସମସ୍ତ ଆଶା ପୂରଣ କରିବେ। ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ପୁରାତନ ରୋଗ ପୀଡ଼ାରୁ ଉପସମ ପାଇବେ। ଚିକିତ୍ସକ, ରସାୟନଜ୍ଞ, କେମିକାଲ୍, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ।

କୁମ୍ଭ:-

ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ମହିଳାମାନେ ଆତ୍ମୀୟମାନଙ୍କ ସମ୍ମୁଖରେ ମୁଣ୍ଡ ନୂଆଁଇବେ। ବିଦ୍ୟାକ୍ଷେତ୍ରରେ ଲାଭ ପାଇବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଅଫିସରେ କିମ୍ବା ପରିବାରରେ ସୁସମ୍ପର୍କ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ କାମଗୁଡ଼ିକ ସହଜରେ ହୋଇଯିବ। ବ୍ୟବସାୟରେ ଉନ୍ନତି କରିବେ। କଚେରି ମାମଲାରେ ସମସ୍ୟା ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ରରେ ସଭାସମିତି ଓ ସମାଜିକ କାର୍ଯ୍ୟରେ ଯୋଗ ଦେଇ ସାହାଯ୍ୟ ପାଇବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ ।

ମୀନ:-

ଚିକିତ୍ସକ, ରସାୟନଜ୍ଞ, କେମିକାଲ୍, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ। କର୍ମକ୍ଷେତ୍ରରେ ସୁସମ୍ପର୍କ ବୃଦ୍ଧି ହୋଇ କାମଗୁଡ଼ିକ ସହଜରେ ହୋଇଯିବ ଓ ପ୍ରଶଂସିତ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଶୁଭଖବର ପାଇ ମନ ଖୁସି ହେବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଆଇନ ଅଦାଲତ ଲେଖାପଢାରୁ ଶୁଭଫଳ ମିଳିବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ।

Leave a Reply

Your email address will not be published. Required fields are marked *