21 ଜାନୁୟାରୀ 2019 ସୋମବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ପ୍ରତିଯୋଗୀ ପରୀକ୍ଷାରେ ପରିମାଣ ଅନୁକୂଳ ହେବାଦ୍ୱାରା ଚାରିଗୁଣ ଖୁସି ବଢ଼ିଯିବ । ପ୍ରମୋଶନ, ବେତନ ବୃଦ୍ଧି, ଇଚ୍ଛିତ ସ୍ଥାନକୁ ସ୍ଥାନାନ୍ତରଣ, ଅଟକି ଥିବା ଅର୍ଥ ମିଳିଯିବ । ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ । ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ । ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ । ପ୍ରତିକାର: ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ ।

ବୃଷ:-

ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡା ଅନୁଭବ କରିବେ । ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ । ଇ ପାରିବେ । ନିଜ ଆଚାର ବ୍ୟବହାରରେ ତ୍ରୁଟି ପରିଲକ୍ଷିତ ହେବାଦ୍ଵାରା ଗୁରୁଜନଙ୍କ ଅସନ୍ତୋଷ ଭାଜନ ହେବେ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗିବେ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହେବ । ଦାମ୍ପତ୍ୟ ସୁଖରେ ବାଧା ଆସିବ । ଅଳସୁଆ ପ୍ରକୃତି ପ୍ରକାଶ ପାଇବା ଫଳରେ ବହୁତ କ୍ଷତି ସହିବେ । ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:-

ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ଶତୃମାନେ ତଳମୁହାଁ ହେବେ । ଆର୍ଥୀକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ । ଦାମ୍ପତ୍ୟ ସୁଖରେ ସୁଖୀ, ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ । ଭୌତିକ ସୁଖ ସୁବିଧା ପ୍ରାପ୍ତିହେବ । ଇଲୋକ୍ଟ୍ରୋନିକ୍ ଉପକରଣ, ଉଚ୍ଚ ସ୍ତରୀୟ ବାହନ କ୍ରୟ କରିପାରିବେ । ପ୍ରତିକାର : ଗୋଟାମୁଗ ମନ୍ଦିରରେ ଦାନ କରନ୍ତୁ ।

କର୍କଟ:-

କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ବସ୍ତ୍ରାଭୂଷଣ ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ଅଧାଥିବା କାର୍ଯ୍ୟ ପୂରଣ ହେବ । ଆର୍ଥୀକ ସ୍ୱଚ୍ଛଳତା ଦେଖା ଦେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । କର୍ମ ପ୍ରତି ହତୋତ୍ସାହ ଏବଂ ସ୍ଵାସ୍ଥ୍ୟରେ ଅବନତି ଦେଖାଦେବ । ପ୍ରତିକାର- ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ସିଂହ:-

ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ । ବାକିଥିବା ଅର୍ଥ ପ୍ରାପ୍ତି ହେବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ । ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ ପ୍ରତିକାର : ପିମ୍ପୁଡ଼ି ଗାତପାଖରେ ଗୁଡ଼ ରଖନ୍ତୁ ।

କନ୍ୟା:-

କର୍ମୋନ୍ନତି, ସନ୍ତାନସୁଖ ପ୍ରାପ୍ତି, ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ବିଫଳ ହେବେ । ଶାରିରୀକ ଅସୁସ୍ଥତା ଦୂରହେବ । ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ । ରାଜନେତାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ପ୍ରତିକାର: ଭିକାରୀଙ୍କୁ ଅନ୍ନ ଦାନ କରନ୍ତୁ ।

ତୁଳା:-

ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ । ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ କର୍ମପ୍ରାପ୍ତି ହେବ । ପ୍ରତିକାର- ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ବିଛା:-

ବ୍ୟବସାୟିକ ସ୍ଥିତି ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ । ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ । ନିରର୍ଥକ ମନସ୍ତାପ, ମାନସିକ ଅଶାନ୍ତି, ଅସ୍ଥିର ବିଚାର, କର୍ମକ୍ଷେତ୍ର ଓ ପରିବାର ପାଇଁ ଚିନ୍ତାର କାରଣ ହେବ । ନୂତନ ଚାକିରି ପାଇଁ ପ୍ରୟାସ ରତ ଯୁବକଯୁବତୀମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ । ପ୍ରତିକାର: ମିଠାରୁଟି କାଙ୍ଗାଳଙ୍କୁ ଖୁଆନ୍ତୁ ।

ଧନୁ:-

ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ । କର୍ମ କ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ କରିବେ । ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ । ଶରୀର ସୁସ୍ଥ ରହିବ । ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ପ୍ରାପ୍ତି ହେବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ଯାତ୍ରାକଲେ ସାଙ୍ଗରେ ପଇଡ଼ ନେଇ ଯାଆନ୍ତୁ । ପ୍ରତିକାର: କେଶର, ହଳଦୀ ଘୋରି ମୁଣ୍ଡରେ ଲଗାନ୍ତୁ ।

ମକର:-

ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ । ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେସନାରୀ, ଔଷଧ ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ । କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ । ଶରିର ସୁସ୍ଥ ରହିବ । ସରକାରୀ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ପ୍ରତିକାର: ଅସହାୟ ଓ ବୃଦ୍ଧାଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ ।

କୁମ୍ଭ:-

ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ । କର୍ମ ନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ । ପୁରାତନ ରୋଗର ପ୍ରକୋପ ହ୍ରାସ ହେବ । ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଶାନ୍ତି ଅନୁଭବ କରିବେ । ସ୍ତ୍ରୀମାନଙ୍କର ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ବିଶେଷ ଲାଭ କରିପାରିବେ । ପ୍ରତିକାର : ଅଶ୍ୱତ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ ।

ମୀନ:-

ବ୍ୟବସାୟରେ ଉତ୍ତମ ରୋଜଗାର ହେବ । ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ । ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ । ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ । ଅଟକି ଥିବା କାର୍ଯ୍ୟ ଚାଲୁ ହେବ, ସନ୍ତାନମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ହେବେ । ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବା ଫଳରେ ମନ ଭଲ ରହିବ । ପ୍ରତିକାର : ଗାଈକୁ ପରିବା ଘାସ ଖାଇବାକୁ ଦିଅନ୍ତୁ ।

Leave a Reply

Your email address will not be published. Required fields are marked *