21 ଡିସେମ୍ବର 2018 ଶୁକ୍ରବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ :

ଆଜି ଆପଣ କିଛି ନୂଆ ଲୋକଙ୍କୁ ଭେଟିବେ ଏବଂ ନିଜ କାର୍ଯ୍ୟରେ ଆପଣ ନିଜର ସ୍ଥିତିକୁ ଦୃଢ଼ କରିପାରିବେ ଏହା ଦ୍ୱାରା ଆପଣଙ୍କର ନୂଆ ବନ୍ଧୁ ସୃଷ୍ଟି ହେବେ ଏବଂ ଆପଣଙ୍କର ଜୀବନରେ ଅନ୍ୟ ଏକ ନୂଆ ଦିଗ ଦେଖାଦେବ । ଆପଣଙ୍କ ଭାବନାତ୍ମକ ଚିନ୍ତାଯୋଗୁଁ ଆପଣ ଆଜି ଅସୁସ୍ଥତା ଅନୁଭବ କରିପାରନ୍ତି । ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରନ୍ତୁ ନାହିଁ । ବାଣୀ ଏବଂ ବଚନ ଉପରେ ନିୟନ୍ତ୍ରଣ ରଖିବାକୁ ପରାମର୍ଶ । ଖାଇବା ପିଇବା ଉପରେ ଧ୍ୟାନ ରଖିବେ । ବ୍ୟବସାୟ କ୍ଷେତ୍ରରେ ବିଘ୍ନ ଉପସ୍ଥିତ ହୋଇପାରେ । ଉଚ୍ଚ ଅଧିକାରୀମାନଙ୍କ ସହିତ ଘର୍ଷଣର ପ୍ରସଙ୍ଗକୁ ଏଡ଼ାଇବାକୁ ଚେଷ୍ଟା କରିବା ସହିତ ଶତ୍ରୁମାନଙ୍କ ସହିତ ବାଦ-ବିବାଦ କିମ୍ବା ଉଗ୍ର ଚର୍ଚ୍ଚା ନ ହେଉ ଏହାର ଧ୍ୟାନ ରଖିବେ । କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବାରେ ବିଳମ୍ବ ହୋଇପାରେ ଏଥିପାଇଁ ଧୈର୍ଯ୍ୟର ସହକାରେ କାର୍ଯ୍ୟ କରନ୍ତୁ । ପ୍ରତିକାର : ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ ।

ବୃଷ :

ଆପଣଙ୍କ ବ୍ୟବହାରକୁ ସମସ୍ତେ ପ୍ରଶଂସା କରିବେ । ଆଜି ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ । ପ୍ର ଣୟ-ପ୍ରସଙ୍ଗ ପାଇଁ ଆଜିର ଦିନ ଅନୁକୂଳ ଅଟେ । ତଥାପି ମଧ୍ୟ କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ । ପେଟ ସମ୍ବନ୍ଧିତ ରୋଗରେ ଶାରୀରିକ କଷ୍ଟ ହୋଇପାରେ । କିନ୍ତୁ ମଧ୍ୟାହ୍ନ ପରେ ପରିବାରରେ ଆନନ୍ଦ ଏବଂ ଉଲ୍ଲାସମୟ ବାତାବରଣ ରହିବ । ମାନସିକ ରୂପରେ ପ୍ରସନ୍ନ ଏବଂ ଫୁର୍ତ୍ତିର ଅନୁଭବ ହେବ । ବ୍ୟବସାୟରେ ଲାଭ ହେବାର ସମ୍ଭାବନା ଅଛି । ସହକର୍ମିମାନଙ୍କର ସହଯୋଗ ମିଳିବା ପରେ କାମ କରିବାରେ ଆନନ୍ଦ ଆସିବ । ପ୍ରତିଦ୍ୱନ୍ଦ୍ୱୀମାନଙ୍କୁ ପରାସ୍ତ ହେବାକୁ ପଡ଼ିବ । ପ୍ରତିକାର : ଆମିଷ ଓ ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ

ମିଥୁନ :

ଆଜି ଦିନରେ ଆପଣ ବିଦେଶରୁ କୌଣସି ଖୁସିଖବର ପାଇ ପାରନ୍ତି । ଏହି ଖବର ବିଦେଶରେ ରହୁଥିବା କୌଣସି ବନ୍ଧୁପରିଜନ ଆପଣଙ୍କୁ ଦେବେ । ଆପଣ ତାଙ୍କର ଫୋନ କିମ୍ବା ଇମେଲର ଅପେକ୍ଷା କରନ୍ତୁ । କାରଣ ଏହି ସୁସମ୍ବାଦ ଆପଣଙ୍କ ପାଇଁ ଖୁବ୍ ଗୁରୁତ୍ତ୍ୱପୂର୍ଣ୍ଣ । କୌଣସି ପ୍ରକାରର ସଙ୍କଟରେ ନ ପଡ଼ନନ୍ତୁ ସେଥିପାଇଁ ଦେଖିଚାହିଁ କାର୍ଯ୍ୟ କରିବାକୁ ଉପଦେଶ । ବ୍ୟବସାୟ କ୍ଷେତ୍ରରେ ଆଜି ଅଧିକାରୀମାନଙ୍କ ସାଙ୍ଗରେ ଉଗ୍ର ଚର୍ଚ୍ଚା କରିବେ ନାହିଁ, ଅନ୍ୟଥା କ୍ଷତି ହେବାର ସମ୍ଭାବନା ଅଛି । ଗୃହସ୍ଥଜୀବନରେ ଆନନ୍ଦପୂର୍ଣ୍ଣ ବାତାବରଣ ରହିବ । କୌଣସି ଧାର୍ମିକ କିମ୍ବା ମାଙ୍ଗଳିକ ପ୍ରସଙ୍ଗରେ ଆପଣଙ୍କ ଉପସ୍ଥିତି ରହିବ । ତୀର୍ଥ ଯାତ୍ରା ହୋଇପାରେ । ପ୍ରତିକାର:- ପିତାମାତାଙ୍କର ସେବାକରିବା ଆବଶ୍ୟକ

କର୍କଟ :

ଆଜି ଆପଣଙ୍କୁ ଆପଣଙ୍କ ପରିବାରର ପୂରା ସହଯୋଗ ମିଳିବ । ଯଦି ଆପଣ କୌଣସି ଅସୁବିଧାରେ ପଡୁଛନ୍ତି , ତେବେ ଆପଣ ନିଜର ଲୋକମାନଙ୍କ ସାହାଯ୍ୟ ନିଅନ୍ତୁ । ଆପଣ ଯେକୌଣସି ପ୍ରକାର ସାହାଯ୍ୟ ଚାହୁଁଛନ୍ତି ଆପଣଙ୍କୁ ମିଳିପାରିବ । ସେଥିପାଇଁ ସାହାଯ୍ୟ ମାଗିବାକୁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ । ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ଆଜିର ଦିନ ଭଲ ଅଟେ । ପ୍ରିୟ ବ୍ୟକ୍ତିଙ୍କ ସହିତ ହୋଇଥିବା ଭେଟ ଆନନ୍ଦଦାୟୀ ରହିବ । ଭାଗ୍ୟବୃଦ୍ଧି ହେବ । ସାମାଜିକ ରୂପରେ ମାନ-ସମ୍ମାନ ପ୍ରାପ୍ତି ହେବ । ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କ ମନରେ ଉଦାସ ରହିବ । ଶାରୀରିକ ରୂପରେ ଅସୁସ୍ଥତା ଅନୁଭବ କରିପାରନ୍ତି । ମାତାଙ୍କର ସ୍ଵାସ୍ଥ୍ୟ ମଧ୍ୟ ବିଗିଡ଼ି ପାରେ, ଏହାର ଧ୍ୟାନ ରଖିବେ । ପ୍ରତିକାର : କାହାରିଠାରୁ ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ

ସିଂହ :

ଆଜି ଆପଣଙ୍କୁ ନିଜର କେହି ଆଶ୍ଚର୍ଯ୍ୟ କରିବ । ବିଷୟଟି ଆପଣଙ୍କ ସମ୍ପର୍କରେ ହୋଇପାରିଥାଏ,ନ ହୋଇ ମଧ୍ୟ ପାରିଥାଏ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର୍ଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ । ଆଜି ଶାରୀରିକ ଫୁର୍ତ୍ତି ତଥା ମାନସିକ ଉଲ୍ଲାସ ଏବଂ ଚେତନା ଶକ୍ତିର ଅଭାବ ରହିବ । ସାମାଜିକ ରୂପରେ ଅପମାନ ନ ହେଉ, ଏହାର ଧ୍ୟାନ ରଖିବେ । ଧନହାନି ହେବାର ଆଶଂକା ଅଛି । କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ । କାର୍ଯ୍ୟରେ ସଫଳତା ନ ମିଳିବା କାରଣରୁ ନିରାଶା ହୋଇପାରେ । ସ୍ଵାଦିଷ୍ଟ ଭୋଜନର ଆନନ୍ଦ ନେଇ ପାରିବେ ଏବଂ ନୂଆ ବସ୍ତ୍ରର କ୍ରୟ ମଧ୍ୟ କରିବେ । ବାହନ ସୁଖ ମିଳିବ । ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

କନ୍ୟା :

ଆଜି ଆପଣ ଯାହା ନିଷ୍ପତ୍ତି ନେବେ ଭାବିଚ଼ିନ୍ତି ନିଅନ୍ତୁ ,କାରଣ ଆପଣ ନେଇଥିବା ନିଷ୍ପତ୍ତି ଉପରେ ପଶ୍ଚାତାପ ଯେପରି କରିବାକୁ ନ ପଡ଼େ । ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ । ବ୍ୟବସାୟର ବାତାବରଣ ଅନୁକୂଳ ରହିବ । ମା’ ଘରୁ ଗୃହିଣୀମାନଙ୍କୁ ଭଲ ଖବର ମିଳିବ । ପାରିବାରିକ ବାତାବରଣ ମଧ୍ୟ ଅନୁକୂଳ ରହିବ । ଶତ୍ରୁମାନଙ୍କୁ ମଧ୍ୟ ଅଧିକ ଲାଭ ପ୍ରାପ୍ତି ହେବ ନାହିଁ । ଶାରୀରିକ ଏବଂ ମାନସିକ ରୂପରେ ଆପଣ ସୁସ୍ଥ ରହିବେ । ବୌଦ୍ଧିକ ଚର୍ଚ୍ଚାରେ ନିଜର ତାର୍କିକ ବିଚାରକୁ ପ୍ରଦାନ କରିବା ପାଇଁ ସମୟ ଅନୁକୂଳ ଅଟେ । ସାମାଜିକ ରୂପରେ ସମ୍ମାନ ପ୍ରାପ୍ତି ହେବ । ଭାଗିଦାରୀରେ ମଧ୍ୟ ଲାଭ ହେବ । ,ପ୍ରତିକାର – ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ତୁଳା :

ଆଜି ଆପଣ ଘରର ଗୁରୁଜନ ମାନଙ୍କ ସହିତ ସମୟ ବିତାଇବା ଉଚ଼ିତ୍ ହେବ । ସେମାନେ ଆପଣଙ୍କୁ କିଛି କୁହନ୍ତୁ ବା ନକୁହନ୍ତୁ ସେମାନେ ମଧ୍ୟ ଆପଣଙ୍କର ସାନିଧ୍ୟ୍ୟ ଆବଶ୍ୟକ କରନ୍ତି । ନିର୍ଦ୍ଧାରିତ କାର୍ଯ୍ୟ ସମ୍ପନ୍ନ ନ ହେବା କାରଣରୁ ହତାସା ଅନୁଭବ କରିବେ । କୌଣସି ମଧ୍ୟ ମହତ୍ଵପୂର୍ଣ୍ଣ କାର୍ଯ୍ୟ ଅଥବା ତା’ ବିଷୟରେ ନିର୍ଣ୍ଣୟ ନେବା ପାଇଁ ଉପଦେଶ । ପରିଜନ ତଥା ଭାଇ-ଭଉଣୀମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ସମୟ କଟାଇବେ । ପ୍ରତିଦ୍ୱନ୍ଦ୍ୱୀମାନଙ୍କୁ ପରାଜିତ କରି ପାରିବେ । ଶାରୀରିକ ଏବଂ ମାନସିକ ରୂପରେ ଆଜି ସୁସ୍ଥ ରହିବେ । ଜୀବନରେ ଆଧ୍ୟାତ୍ମିକତାର ଅନୁଭୂତ ହେବ । ପ୍ରତିକାର : କାହାରିଠାରୁ ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ

ବିଚ୍ଛା :

ଆଜି ଆପଣଙ୍କ ଜୀବନରେ ଏକ ନୂଆ ମୋଡ଼ ଆସିପାରେ ଆଜି ଆପଣ କୌଣସି ଆତ୍ମିୟ କିମ୍ବା ଅଜଣା ବ୍ୟକ୍ତିଙ୍କ ପାଖରୁ କିଛି ଶିକ୍ଷା ଲାଭ କରି ପାରନ୍ତି ଯାହା ଆପଣଙ୍କ ପାଇଁ ଜରୁରୀ ଥିଲା । ତାଙ୍କ ଉପଦେଶ ଉପରେ ଧ୍ୟାନ ଦିଅନ୍ତୁ । ଆଜିର ଦିନ ସବୁ ପ୍ରକାରରେ ଆପଣଙ୍କ ପାଇଁ ଲାଭଦାୟୀ ଅଟେ । କୌଣସି ପରୋପକାର କାର୍ଯ୍ୟ ଆପଣଙ୍କ ଦ୍ଵାରା ହେବ । ବ୍ୟାପାରରେ ଉଚିତ ଆୟୋଜନ ଦ୍ଵାରା ବ୍ୟାପାର ବୃଦ୍ଧି କରି ପାରିବେ । ଉଚ୍ଚ ଅଧିକାରୀଗଣ ଆପଣଙ୍କ କାର୍ଯ୍ୟର ପ୍ରଶଂସା ଆନନ୍ଦ ପୂର୍ବକ କରିବେ । ପିତା ଏବଂ ବଡ଼ଙ୍କର ଆଶୀର୍ବାଦ ଏବଂ ତାଙ୍କଠାରୁ ଲାଭ ମଧ୍ୟ ମିଳିବ । ଆୟରେ ବୃଦ୍ଧି ହେବାର ସମ୍ଭାବନା ଅଛି । ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ଧନୁ :

ଗୋଟେ ପରେ ଗୋଟେ ସମସ୍ୟାର କାରଣରୁ ଆପଣଙ୍କର ମାନସିକ ଶାନ୍ତି ଭଙ୍ଗ ହୋଇପାରେ । ଏହାର ଉପାୟ ଏହି କି ଆପଣ ଗୋଟେ ଗୋଟେ କରି ସମସ୍ୟା ଗୁଡ଼ିକୁ ସମାଧାନ କରନ୍ତୁ । ଆଜି ଆମୋଦ-ପ୍ରମୋଦରେ ନିଜକୁ ଆପଣ ଭୁଲି ଯିବାର ଦିନ ଅଟେ । ମନୋରଞ୍ଜନ ପ୍ରବୃତ୍ତିରେ ଆପଣ ମଜ୍ଜି ରହିବେ । ମିତ୍ରମାନଙ୍କ ସହିତ ଯାତ୍ରାର ଆୟୋଜନ ହେବ । ଭଲ ଖାଇବା ପିଇବା ଏବଂ ଭଲ ବସ୍ତ୍ର ଉପଲବ୍ଧ ହେବ । ମଧ୍ୟାହ୍ନ ପରେ ଆପଣ କିଛି ଅଧିକ ଭାବୁକ ହେବେ । ଏହା ମନର ବ୍ୟଥା ବୃଦ୍ଧି କରିପାରେ । ପ୍ରଭୁଙ୍କର ଭକ୍ତି ଏବଂ ଯୌଗିକ ଧ୍ୟାନରେ ମନକୁ ଶାନ୍ତି ପ୍ରାପ୍ତି ହେବ । ପ୍ରତିକାର-ଅସହାୟଙ୍କୁ ନିରାଶ କରିବେ ନାହିଁ ।

ମକର :

ଯଦି ଆପଣଙ୍କୁ କୌଣସି ସାହାଯ୍ୟର ଆବଶ୍ୟକତା ଥାଏ ତାହେଲେ ନିଜ ଲୋକଙ୍କ ଠାରୁ ସାହାଯ୍ୟ ମାଗିବାରେ ଆପଣ ପଛଘୁଞ୍ଚା କରନ୍ତୁ ନାହିଁ । ଯେତେ ସହଜରେ ଆପଣ ସାହାଯ୍ୟ କରନ୍ତି ସେତିକି ସେମାନେ ମଧ୍ୟ ଆପଣଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିବେ । ଆଜିର ଦିନ ଆପଣଙ୍କ ପାଇଁ ଶୁଭ ଫଳଦାୟୀ ଅଟେ । କାର୍ଯ୍ୟ ସିଦ୍ଧି ଏବଂ ଲକ୍ଷ୍ମୀ ପ୍ରାପ୍ତିର ଯୋଗ ଅଛି । ଶାରୀରିକ ଏବଂ ମାନସିକ ରୂପରେ ଆପଣ ଉତ୍ସାହୀ ତଥା ପ୍ରଫୁଲ୍ଲିତ ରହିବେ । ଏଥିପାଇଁ ପ୍ରତ୍ୟେକ କାର୍ଯ୍ୟ କରିବାରେ ଆପଣଙ୍କୁ ଉତ୍ସାହ ମିଳିବ । ମଧ୍ୟାହ୍ନ ପରେ ଆପଣ କିଛି ଦ୍ଵିଧାରେ ରହିବେ । ଘରେ ତଥା ବ୍ୟବସାୟରେ କାର୍ଯ୍ୟଭାର ରହିବ । ଅଧିକ ଖର୍ଚ୍ଚ ହୋଇପାରେ । ପ୍ରତିକାର – ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ :

ଆଜି ଆପଣ ନିଜକୁ ଠିକ ଭାବରେ ପରଖିବାକୁ ଚେଷ୍ଟା କରିବେ । ଆପଣ ନିଜର ମର୍ଯ୍ୟାଦାରେ ଧ୍ୟାନ ଦିଅନ୍ତୁ । ଏହି ମାର୍ଗରେ ଚାଲନ୍ତୁ, କାରଣ ଏଥିରେ ଆପଣଙ୍କୁ ବହୁତ ଖୁସି ମିଳିବ । ଆପଣ କୌଣସି ପବିତ୍ର ସ୍ଥାନକୁ ଯାଇପାରନ୍ତି । ବାଣୀ ଏବଂ ବଚନ କାରଣରୁ ଭ୍ରାନ୍ତି ନ ହେଉ, ଏହାର ଧ୍ୟାନ ରଖିବେ । କ୍ରୋଧର ମାତ୍ରା ବଢ଼ି ଯିବାରୁ କୌଣସି ବ୍ୟକ୍ତିଙ୍କ ସହିତ ଉଗ୍ର ଚର୍ଚ୍ଚା କିମ୍ବା ବିବାଦ ନ ହେଉ ମନରେ ବ୍ୟଗ୍ରତା ରହିବ । ଏଥିପାଇଁ ଆଧ୍ୟାତ୍ମିକତାର ଆଶ୍ରୟ ନେଲେ ମନ ଶାନ୍ତ ହେବ । ମଧ୍ୟାହ୍ନ ପରେ ଫୁର୍ତ୍ତି ଏବଂ ଉଲ୍ଲାସ ଅନୁଭବ କରିବେ । ପାରିବାରିକ ବାତାବରଣ ଆନନ୍ଦପ୍ରଦ ଏବଂ ଶାନ୍ତ ରହିବ । ପ୍ରତିକାର : ଆମିଷ ଓ ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ

ମୀନ :

ଆଜି ଆପଣଙ୍କ ମନ ବନ୍ଧୁମାନଙ୍କ ସହ ମଜ୍ଜା କରିବାକୁ ଚ଼ାହୁଁଛି । ଆଜିକାଲି ଆପଣଙ୍କ ସମ୍ପର୍କ ସୁଧାରିବାରେ ଲାଗିଛନ୍ତି ଯେଉଁଥି ପାଇଁ ଆପଣ ଖୁସି ଅଛନ୍ତି । ଆଜି ଆପଣ ଯେତେ ଅଧିକ ସମୟ ପାରିବେ ଆପଣଙ୍କ ପରିବାରଙ୍କ ସହ କଟାନ୍ତୁ । | ଆଜିର ଦିନ ସବୁ କ୍ଷେତ୍ରରେ ଲାଭପ୍ରଦ ଅଟେ । ସାମାଜିକ କ୍ଷେତ୍ରରେ ଆପଣ ଅଧିକ ସକ୍ରିୟ ରହିବେ ଏବଂ ତା’ର ଫଳ ସ୍ଵରୁପ ମାନ ସମ୍ମାନ ପ୍ରତିଷ୍ଠାରେ ମଧ୍ୟ ବୃଦ୍ଧି ହେବ । ଶାରୀରିକ ସ୍ଵାସ୍ଥ୍ୟ ବିଗିଡ଼ିବାର ଆଶଂକା ଅଛି । ଏଥିପାଇଁ ଆବେଶପୂର୍ଣ୍ଣ ମନକୁ ନିୟନ୍ତ୍ରଣରେ ରଖିବେ । ଧନର ଅଧିକ ଖର୍ଚ୍ଚ ନ ହେଉ, ଏହାର ଧ୍ୟାନ ରଖିବେ । ଜୀବନସାଥୀଙ୍କ ସହିତ ତାଳମେଳର ଅଭାବ ରହିବ । ମାତାଙ୍କର ସ୍ଵାସ୍ଥ୍ୟର ଚିନ୍ତା ହୋଇପାରେ । ପ୍ରତିକାର : କଳା କୁକୁରର ସେବା କରନ୍ତୁ

Share

Leave a Reply

Your email address will not be published. Required fields are marked *