22 ଫେବୃୟାରୀ 2019 ଶୁକ୍ରବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଟେନସନ ଦୂର ହେବ । କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ଲାଗି ରହିଥିଲେ ଆଜି ତାହାର ସମାଧାନ କରିପାରିବେ । ରାଜନୀତିରେ ଫାଇଦା ଉଠାଇବେ । ବ୍ୟବସାୟରେ ପ୍ରଚୁର ଲାଭହେବ । ମହିଳାଙ୍କ ମାନସିକ ସ୍ଥିତି ଭଲ ରହିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ।

ବୃଷ:-

ଶୁଭକାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡିବେ । ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ । କୌଣସି କାମ ପ୍ରତି ମନ ଲାଗିବ ନାହିଁ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ବିଚଳିତ ହୋଇପାରେ ।

ମିଥୁନ:-

ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ ନଚେତ୍ କ୍ଷତିରେ ପଡିବେ । ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ପଢାପଢିରେ ମାନସିକ ଶାନ୍ତି ମିଳିବ ।

କର୍କଟ:-

ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସାହାଯ୍ୟ କରିବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ କ୍ଷାତି ବଢ଼ିବ ।

ସିଂହ:-

ସ୍ଥଗିତଥିବା କର୍ମଟି ପୂରଣ ହେବ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପାରିବାରିକସ୍ତର ହସ ଖୁସିରେ କଟିବ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ମହିଳାମାନଙ୍କପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ ।

କନ୍ୟା:-

କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ  ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ ।

ତୁଳା:-

ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଚିନ୍ତା କରିବେ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ସନ୍ତାନ ଯୋଗେ ଖୁସି ରହିବେ ।

ବିଚ୍ଛା:-

ମାନସିକ ଦୁଶ୍ଚିନ୍ତାଦୂରହେବ । ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । ଶତୃବାଧା ଦୂରେଇ ଯିବ । ଆୟବୃଦ୍ଧି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ ।

ଧନୁ:-

ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ପରିବହନ ଓ ବ୍ୟବସାୟିକସ୍ଥିତି ସୁଦୃଢ ହେବ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ବିଦ୍ୟାରେ ଉନ୍ନତି କରିବେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପାରିବାରିକ ପରିସ୍ଥିତି ଯୋଗୁ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ ।

ମକର:-

ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ । ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତାକରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ ।

କୁମ୍ଭ:-

କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ । ନୂତନ ଦ୍ରବ୍ୟ କ୍ରୟ କରିବେ । ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ କେତେକ କର୍ମରେ ସଫଳତା ପ୍ରାପ୍ତି ହେବ । ସବୁଭଲ ଥିଲେ ମଧ୍ୟ ଆର୍ଥିକ ଅନାଟନ କାର୍ଯ୍ୟକ୍ଷେତ୍ରରେ ଅନ୍ତରାୟ ସୃଷ୍ଟି କରିବ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ । ପରକଥାରେ ପଡି ପରିବାରଲୋକଙ୍କୁ ଭୁଲ୍ ବୁଝନ୍ତୁ ନହିଁ ।

ମୀନ:-

ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ସଭାସମିତି, କଳା, କ୍ରୀଡ଼ା, ସଙ୍ଗୀତ ତଥା ନୂତନବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ । ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ । କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ସମାଧାନ ହେବ । ଶାରୀରିକସୁସ୍ଥତା ଅନୁଭବ କରିବେ । କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ଉପୁଜିଥିବା ବିବାଦ ମେଣ୍ଟିଯିବ ।

Leave a Reply

Your email address will not be published. Required fields are marked *