22 ଡିସେମ୍ବର 2018 ଶନିବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:–

ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବାଦ-ବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ବ୍ୟବସାୟରେ ଲାଭହେବ, ଋଣରୁ ମୁକ୍ତି ମିଳିବ । ଶତ୍ରୁବାଧା ଦୂରେଇ ଯିବ । ପ୍ରତିକାର:- ଅସହାୟା ବୃଦ୍ଧାକୁ ସାହାଯ୍ୟ କରନ୍ତୁ ।

ବୃଷ:–

ବ୍ୟବସାୟରେ ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ । ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ । ସାମାଜିକ ପ୍ରତିଷ୍ଠା ବୃଦ୍ଧି ହେବ । ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ । ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ । ଅଟକି ଥିବା କାର୍ଯ୍ୟ ଚାଲୁ ହେବ, ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ଶତୃରବିନାଶ, ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:–

ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେବେ । ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା ଘଟି ଅଶାନ୍ତି ବାତାବରଣ ସୃଷ୍ଟି ହେବ । ସନ୍ତାନ ସନ୍ତତି ପୀଡ଼ିତ ହେବାରୁ ମାନସିକ ଚିନ୍ତା ବୃଦ୍ଧି ପାଇବ । ଅନିଶ୍ଚିତ ଆୟ ତୁଳାନାରେ ବ୍ୟୟର ମାତ୍ରା ବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ । ବ୍ୟବସାୟିକ ସଫଳତାରେ ବାଧା ଉପୁଯିବ । ପ୍ରତିକାର:- ଦରିଦ୍ର ନାରାୟଣଙ୍କୁ ଖାଦ୍ୟ ଦିଅନ୍ତୁ ।

କର୍କଟ:–

ପରିବାରରେ ସୁସ୍ଥ ବାତାବରଣ ଜାରି । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଆୟ ଉପାର୍ଜନରେ ବାଧା ନାହିଁ । ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରିବେ । ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ ।

ସିଂହ:–

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ଆୟର ସ୍ରୋତ ଖୋଲିଯିବ । ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହେବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବ୍ୟବସାୟିକ ସଫଳତା ମିଳିବ । ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରତିକାର:- ଷଣ୍ଢକୁ ଗୁଡ଼ ରୁଟି ଖୁଆନ୍ତୁ ।

କନ୍ୟା:–

ବକେୟା ଅର୍ଥ କିଛି ମିଳିବ । ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି । ଆୟ ଉପାର୍ଜ୍ଜନର ବୃଦ୍ଧି, କର୍ମ ଓ ବ୍ୟବସାୟରେ ଉନ୍ନତି । ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ସନ୍ତାନ-ସନ୍ତତିଙ୍କ ମର୍ଜି ରକ୍ଷା କରି ଶାନ୍ତି-ଶୃଙ୍ଖଳାରୁ ଦୂରେଇ ଯିବେ । ପ୍ରତିକାର:- ଗାଈକୁ କିଛିଖାଦ୍ୟ ଖୁଆନ୍ତୁ ।

ତୁଳା:–

ଦାମ୍ପତ୍ୟ କଳହ ସୃଷ୍ଟି । ଶରୀର ଭଲ ରହିବ ନାହିଁ । ଉଦରପୀଡ଼ା, ରକ୍ତଚାପ ଓ ପୁରାତନ ରୋଗର ପ୍ରଭାବ ବୃଦ୍ଧି ପାଇବ । ମନକୁ ଆଘାତ ଲାଗିଲାପରି କଥା ଶୁଣିବେ । ପାରିବାରିକ କ୍ଷେତ୍ରରେ ଅଶାନ୍ତି ବିଶୃଙ୍ଖଳା ଦେଖାଦେବ । ନିଜ ଲୋକଙ୍କ ଶତ୍ରୁତା ଫଳରେ ମନରେ କ୍ଷୋଭ ଓ ହତାଶଭାବ ଦେଖାଦେବ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ । ପ୍ରତିକାର: କୁକୁରକୁ କିଛିଖାଦ୍ୟ ଖୁଆନ୍ତୁ ।

ବିଚ୍ଛା:–

ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ବୃ୍ତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ପାଇବେ । ଆୟର ସ୍ରୋତ ବୃଦ୍ଧି ହେବ । ପ୍ରତିକାର :- ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

ଧନୁ:–

ମାନସିକଚାପ ବୃଦ୍ଧି ଓ ସ୍ୱାସ୍ଥ୍ୟରେ ଉନ୍ନତୀ ଘଟିବ । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟିବ । ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ସ୍ୱାସ୍ଥ୍ୟରେ ଉନ୍ନତି, ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗ । ଆର୍ଥିକ ଦିଗରୁ ସୁବିଧା ହେଲେ ମଧ୍ୟ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ । ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ । ପ୍ରତିକାର:-ଦରିଦ୍ର ନାରାୟଣଙ୍କୁ ଖାଦ୍ୟ ଦିଅନ୍ତୁ ।

ମକର:–

ମନରେ ଶାନ୍ତି ସନ୍ତୋଷ ଦେଖାଦେବ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଦୂରଯାତ୍ରାରେ ସଫଳ ହେବେ । ପ୍ରତିକାର:- ଅସହାୟା ବୃଦ୍ଧାକୁ ସାହାଯ୍ୟ କରନ୍ତୁ ।

କୁମ୍ଭ:–

ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଗ୍ରସ୍ତ ରହିବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ବିପଦରେ ପକାଇବ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । କର୍ମରେ ଅସନ୍ତୋଷ, ମାନସିକ ଦୁଶ୍ଚିନ୍ତା, ପୁରାତନ ରୋଗରପ୍ରକୋପ ସହିତ ଉଦର ପୀଡ଼ା ଦେଖାଦେବ । ପରିବାରରେ ବ୍ୟୟ ବୃଦ୍ଧି ହେତୁ ଧନ ଆଶା କରିବା ନିରର୍ଥକ । ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଅଶାନ୍ତି ହେବେ । ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମୀନ:–

ପୁରାତନ ରୋଗର ଉପଶମ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବା ଦ୍ଵାରା କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ । ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ବ୍ୟବସାୟରେ ନୂତନଧାରା ଖୋଲିବେ । ଧର୍ମକାର୍ଯ୍ୟରେ ମତି । ପ୍ରତିକାର- ହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Leave a Reply

Your email address will not be published. Required fields are marked *