22 ନଭେମ୍ବର 2018 ଗୁରୁବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଉତ୍ତମ ରୋଜଗାର ମିଳିବ। ମହିଳାମାନେ କର୍ମ ନିଯୁକ୍ତି ପାଇବେ। ଅବିବାହିତ ଯୁବକ ଓ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ବୃଷ:-

ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ। ନୂତନ ଯୋଜନାରେ ସଫଳତା ମିଳିବ। ଗୃହସ୍ଥ ଜୀବନ ସୁଖମୟ ହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର– ପିଲାଙ୍କୁ ଧଳାମିଠା ଖାଇବାକୁ ଦେବେ।

ମିଥୁନ:-

ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ଓ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଦୂର ସ୍ଥାନକୁ ଯାତ୍ରା କରିବେ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ପ୍ରତିକାର–ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

କର୍କଟ:-

ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ରକ୍ତଚାପ, ମଧୁମେହ,ଉଦରପୀଡା ବୃଦ୍ଧିପାଇ ହନ୍ତସନ୍ତ କରିବ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଦେଖାଦେବା ଫଳରେ ଉଦଭ୍ରାନ୍ତ ହେବେ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ସିଂହ:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି ବ୍ୟବସାୟ ଓ କର୍ମ କରିଲେ ଲାଭବାନ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରତିକାର– ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ। ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ମହିଳାମାନେ ଭଲ କାମ କରି ସୁଖରେ ଦିନଟି ବିତାଇବେ। ପ୍ରତିକାର– ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ତୁଳା:-

ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଦିଗ ଭ୍ରଷ୍ଟର ଶିକାର ନ ହେଲେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପ୍ରତିକାର– ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ବିଛା:-

ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ବଡନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ। ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ। ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ଅଶାନ୍ତି ଦେଖାଦେବ । ଭାଇ ଓ ଭଉଣୀମାନଙ୍କ ସହ ମନୋମାଳିନ୍ୟ ହେବ। ପ୍ରତିକାର– ଆରାଧ୍ୟା ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଧନୁ:-

ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରତିକାର– ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ମକର:-

କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର– ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

କୁମ୍ଭ:-

ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମୀନ:-

ସତର୍କରେ ନ ଚାଲିଲେ ଅପବାଦ ବଦନାମ ହେବେ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ହଠାତ୍ କାହାର ଡକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। କୌଣସି ଭୁଲ୍ କାମ କରି ନିଜେ ଅନୁତାପ କରିବେ। ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ। ସ୍ୱାସ୍ଥ୍ୟ ହାନୀ ହେବ। ମହିଳାଙ୍କ ସହ ଅଯଥା ଝଗଡ଼ା ବଢ଼ିଯିବା ଫଳରେ ନିଜେ ଲଜ୍ଜିତ ହେବେ। ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

Leave a Reply

Your email address will not be published. Required fields are marked *