23 ନଭେମ୍ବର 2018 ଶୁକ୍ରବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ଆଜି ଆପଣଙ୍କୁ ନିଜର ସାଙ୍ଗମାନଙ୍କ ମଧ୍ୟରେ ଥିବା ସମ୍ପର୍କକୁ ଦେଖିବା ଆବଶ୍ୟକ ଅଟେ । ହୁଏତ ଆପଣଙ୍କ ମଧ୍ୟରେ ଇର୍ଷା ସୃଷ୍ଟି ହେଉଛି ଯାହାକି ଆଗକୁ ଯାଇ କ୍ଷତିକାରକ ହୋଇପାରେ  । ନିଜର ସମ୍ପର୍କ ମଧୁର କରିବା ପାଇଁ ଆପଣ ବହୁତ ଚ଼େଷ୍ଟା କରିଛନ୍ତି, ଚ଼େଷ୍ଟା ଜାରି ରଖନ୍ତୁ । ଆଜି ଆପଣ ଏକାଗ୍ରତା ଅନୁଭବ କରିବେ । ନିଜର କାମକୁ ଠିକ୍ ଭାବରେ କରିବା ପାଇଁ ପ୍ଲାନିଙ୍ଗ କରିପାରନ୍ତି । ଧାର୍ମିକ କାର୍ଯ୍ୟଗୁଡ଼ିକ ପଛରେ ଖର୍ଚ୍ଚ ହେବ । କଚେରୀର କାମରେ ଅତ୍ୟଧିକ ସାବଧାନ ରହିବାର ଆବଶ୍ୟକତା ଅଛି,ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ବୃଷ

ଆଜି ଆପଣ ଅନୁଭବ କରିବେ ଛୋଟ ଛୋଟ କଥାରେ ଆପଣଙ୍କ ଘରେ କଳି ହେଉଛି । ପରିବାରର ଲୋକଙ୍କ ମଧ୍ୟରେ ମତଭେଦ ବଢ଼ିବାରେ ଲାଗିଛି । ଆଜି ଆପଣଙ୍କର କୌଣସି ପ୍ରିୟଜନଙ୍କର ମନ ମଧ୍ୟ ଖରାପ ହୋଇ ପାରେ । ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆପଣ ଆଜି ରାଗି ମଧ୍ୟ ପାରନ୍ତି । ସନେ ରଖନ୍ତୁ କେବଳ ଥଣ୍ଡା ମିଜାସରେ ଆପଣଙ୍କ ପରିସ୍ଥିତିକୁ ସମ୍ଭାଳି ପାରିବେ । ଆଜି ଆପଣ ନିଜର ପସନ୍ଦର ବିଷୟ ଉପରେ ଏବଂ ଅଧିକ ସୂଚନା ଏକାଠି କରିବାପାଇଁ ପ୍ରୟାସ କରିବେ । ଆପଣଙ୍କ କଳ୍ପନା ଏବଂ ସୃଜନଶକ୍ତିର ପ୍ରଗତିରେ ସନ୍ତୋଷ ଅନୁଭବ କରିବେ । ବ୍ୟର୍ଥ ବାଦ-ବିବାଦ କିମ୍ବା ଚର୍ଚ୍ଚାରେ ନ ପଡ଼ିବା ପାଇଁ ଉପଦେଶ,ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ ।

ମିଥୁନ

ଆଜି ଆପଣ ନିଜ ଉପରେ କାର୍ଯ୍ୟ ବୋଧ ବଢ଼ି ଯାଇଛି ବୋଲି ଅନୁଭବ କରିବେ । ଏହି ଚ଼ିନ୍ତା ଘର ଏବଂ କାର୍ଯ୍ୟ ସହ ସମ୍ବନ୍ଧିତ ହୋଇଥାଇପାରେ । ଆଜି ଆପଣ ଶାନ୍ତ ରହି ନିଜର କାର୍ଯ୍ୟ ସମ୍ପାଦନ କରନ୍ତୁ । ଆପଣଙ୍କ ଅନ୍ତରର ବାଣି ହିଁ ଆପଣଙ୍କୁ ନୂତନ ଦିଗଦର୍ଶନ ଦେବ । ଆପଣ ନିଜେ ହିଁ ନିଜକୁ ଆଗେଇ ନେବାରେ ସାହାୟକ ହୋଇଛନ୍ତି ଏବଂ ଏବେ ଆପଣଙ୍କୁ ସଠିକ୍ ନିର୍ଣ୍ଣୟ ନେବା ଉଚ଼ିତ୍ । ଶାରୀରିକ ଏବଂ ମାନସିକ ରୂପରେ ସ୍ଵସ୍ଥତା ଏବଂ ସତେଜ ରହିବେ । ଆର୍ଥିକ ଦୃଷ୍ଟିରୁ ଆପଣଙ୍କ ଦିନ ଲାଭଦାୟୀ ରହିବ । ବନ୍ଧୁ ତଥା ମିତ୍ରମାନଙ୍କ ସହିତ ସୁରୁଚିପୂର୍ଣ୍ଣ ଭୋଜନର ଆନନ୍ଦ ନେବେ । ଏକାଧିକ ପର୍ଯ୍ୟଟନର ମଧ୍ୟ ଆୟୋଜନ ହେବାର ସମ୍ଭାବନା । ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ ।

କର୍କଟ

ଆଜି କାଲି ନିଜ ଲୋକଙ୍କ ସାଂଗରେ ଆପଣଙ୍କର ସମ୍ପର୍କ ଭଲ ନାହିଁ । ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆପଣ ଆଜି ରାଗି ମଧ୍ୟ ପାରନ୍ତି । ସନେ ରଖନ୍ତୁ କେବଳ ଥଣ୍ଡା ମିଜାସରେ ଆପଣଙ୍କ ପରିସ୍ଥିତିକୁ ସମ୍ଭାଳି ପାରିବେ । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ । ସ୍ଵାସ୍ଥ୍ୟର ଧ୍ୟାନ ରଖିବେ । ବ୍ୟାପାରରେ ଭାଗିଦାରୀ ସହିତ ସମ୍ବନ୍ଧ ଖରାପ ନ ହେଉ, ଏହାର ଧ୍ୟାନ ରଖିବେ । ବାଣୀ ଏବଂ ବ୍ୟବହାରକୁ ଆଜି ସଂତୁଳିତ ରଖିବାର ଆବଶ୍ୟକତା ଅଛି,ପ୍ରତିକାର : ପିତା ମାତାଙ୍କ ପରାମର୍ଶ ଗ୍ରହଣ କରନ୍ତୁ ।

ସିଂହ

ବନ୍ଧୁବାନ୍ଧବ କିମ୍ବା ପରିବାରସହ ଆଜି ଦିନରେ ଯାତ୍ରାଟି ଉପଭୋଗ ହେବ । ଏହି ଭ୍ରମଣ ଅତ୍ୟନ୍ତ ସୁଖ ଦାୟକ ହେବ ଏବଂ ଯାତ୍ରାରୁ ଫେରିବା ପରେ ଘଟଣା ଗୁଡିକ ଅନ୍ୟମାନଙ୍କୁ ମଧ୍ୟ ଆନନ୍ଦିତ କରିବ । ଆପଣ ଏହି ସମ୍ପର୍କକୁ ଶିଘ୍ର ଠିକ କରିବାକୁ ଚାହିଁବେ । କିନ୍ତୁ ଆପଣଙ୍କ ଚାହିଁବା ମୁତାବେକେ ଏମିତି ହୋଇପାରୁ ନାହିଁ । ବୋଧହୁଏ ତାଙ୍କୁ ଅଧିକ ସମୟ ଲାଗିବ ।କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ । ଆଜି ନିଜକୁ ମଧ୍ୟ ନିୟନ୍ତ୍ରଣ ରଖିବାକୁ ବହୁତ ଆବଶ୍ୟକ ଅଛି । ଖାଇବା ପିଇବାର ଧ୍ୟାନ ଯଦି ନ ରଖିବେ ତେବେ ସ୍ଵାସ୍ଥ୍ୟ ଖରାପ ହେବାର ପୂରା-ପୂରା ସମ୍ଭାବନା ଅଛି,ପ୍ରତିକାର:- ମସୁର ଡାଲି ମନ୍ଦିରରେ ଦାନ କରନ୍ତୁ ।

କନ୍ୟା

ଆଜି ଆପଣ ନିଜ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ଏବଂ ଆଉ କାହା କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ । ଭଲ ହେବ ନିଜ ବିଚ଼ାରକୁ ନିଜେ ଶୁଣନ୍ତୁ । କୌଣସି ବ୍ୟକ୍ତିର ବିଚ଼ାର ଧାରାକୁ ନିଜ ଉପରେ ପ୍ରଭାବିତ ହେବାକୁ ଦିଅନ୍ତୁ ନାହିଁ । ଆପଣ ନିଜ ପରିବାରବର୍ଗଙ୍କୁ ସମ୍ମାନ ପ୍ରଦର୍ଶନ କଲେ ସେମାନେ ମଧ୍ୟ ଆପଣଙ୍କୁ ପ୍ରତିଦାନରେ ଯଥୋଚ଼ିତ ସମ୍ମାନ ଦେବେ । ଆଜି ଅଳ୍ପ ବ୍ୟସ୍ତ ରହିପାରନ୍ତି । ଏହା ପଛରେ ଧନ ଖର୍ଚ୍ଚ ମଧ୍ୟ ହେବ । ସରକାରୀ କାମରେ ସଫଳତା ମିଳିବ । ଦୂରରେ ରହୁଥିବା ପରିଜନମାନଙ୍କ ଶୁଭ ସମାଚାର ମିଳିପାରେ । ପର୍ଯ୍ୟଟନର ସମ୍ଭାବନା ଅଛି । ପ୍ରତିକାର:- କୌଣସି ଜିନିଷ କାହାଠାରୁ ମାଗଣାରେ ଗ୍ରହଣ କରନ୍ତୁ ନାହିଁ ।

ତୁଳା

ନିଜର ଘରର ଦରଜାକୁ ଠିକ୍ ଭାବେ ବନ୍ଦ ରଖନ୍ତୁ । ନଚ଼େତ୍ ଆପଣ କ୍ଷତି ସହି ପାରନ୍ତି । ଘରର ସୁରକ୍ଷା ବିଷୟରେ ଧ୍ୟାନ ଦିଅନ୍ତୁ । ନହେଲେ କ୍ଷତି ସହିବାକୁ ପଡ଼ିପାରେ । ନିଜର ମୂଲ୍ୟବାନ ବସ୍ତୁକୁ ଏଠି ସେଠି ପକାନ୍ତୁ ନାହିଁ  । ଆଜି କାର୍ଯ୍ୟରେ ସମ୍ପୂର୍ଣ୍ଣ ବ୍ୟସ୍ତ ରହିବେ । ଏଥିପାଇଁ ଧନ ଖର୍ଚ୍ଚ ମଧ୍ୟ ହୋଇପାରେ । ସରକାରୀ କାମରେ ସଫଳତା ମିଳିବ । ଦୂରରେ ରହୁଥିବା ବନ୍ଧୁଙ୍କଠାରୁ ଶୁଭ ସମାଚାର ମିଳିପାରେ । ପର୍ଯ୍ୟଟନର ସମ୍ଭାବନା ଅଛି ।ଜଗନ୍ନାଥଙ୍କର ଆଶୀର୍ବାଦ ସହିତ ଆପଣ ନୂଆ କାର୍ଯ୍ୟର ପ୍ରାରମ୍ଭ କରି ପାରିବେ । ଚାକିରି କରୁଥିବା ଲୋକମାନଙ୍କ ପାଇଁ ଆଜିର ଦିନ ଶୁଭ ଅଟେ । ଆୟ ବୃଦ୍ଧି କିମ୍ବା ପଦୋନ୍ନତିର ଯୋଗ ଅଛି ।ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

ବିଛା

ବୋଧହୁଏ ଆଜି ଆପଣଙ୍କୁ ଲାଗିପାରେ କି ଆପଣଙ୍କୁ ସମସ୍ତେ ଭୂଲ୍ ବୁଝୁଛନ୍ତି । ମନେ ରଖନ୍ତୁ ଯେ ସବୁବେଳେ ଆମେ ସମସ୍ତଙ୍କୁ ଖୁସୀରେ ରଖି ପାରିବା ନାହିଁ । ଯଦି ଆପଣଙ୍କୁ ନିଜ ସଫଳତା ପାଇଁ ଅନ୍ୟମାନଙ୍କ ଠାରୁ ସହାନୁଭୂତି ମିଳୁଛି, ତେବେ ବ୍ୟସ୍ତ ହୁଅନ୍ତୁ ନାହିଁ । ଜଗନ୍ନାଥଙ୍କର ଆଶୀର୍ବାଦ ସହିତ ଆପଣ ନୂଆ କାର୍ଯ୍ୟଗୁଡ଼ିକର ପ୍ରାରମ୍ଭ କରି ପାରିବେ । ଚାକିରିରେ ଥିବା ଲୋକମାନଙ୍କ ପାଇଁ ଆଜିର ଦିନ ଶୁଭ ଅଟେ । ଆୟ ବୃଦ୍ଧି କିମ୍ବା ପଦୋନ୍ନତିର ଯୋଗ ଅଛି । ସରକାରୀ ଲାଭର ଆଶା ରଖିପାରନ୍ତି,ପ୍ରତିକାର:- ଗୁଡ଼ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

ଧନୁ

ଆଜି ଦିନଟି ଆପଣଙ୍କ ପାଇଁ ଶୁଭ ଅଟେ । ବହୁତ ମଜା କରନ୍ତୁ ଆଜି ଆପଣଙ୍କର ଭାବନା ସ୍ଥିର ରହିବ ଏବଂ ଆପଣ ବହୁତ ଆନନ୍ଦ ଅନୁଭବ କରିବେ । ଆଜି ଆପଣଙ୍କର ଆତ୍ମବିଶ୍ୱାସ ଦୃଢ଼ ଅଛି ,ତେଣୁ ଏହି ସମୟର ସଦୁପଯୋଗ କରନ୍ତୁ । ଆପଣଙ୍କ ମଧ୍ୟରେ ଚିନ୍ତାଧାରାରେ ବହୁତ ସାମଞ୍ଜସ୍ୟ ଥିବାରୁ ଏକା ସାଂଗରେ ସମୟ କଟାଇବାକୁ ବହୁତ ଭଲ ଲାଗିବ । ଏହି ସମ୍ପର୍କକୁ ଏହି ଭଳି ବଜାଇ ରଖନ୍ତୁ । ମାନସିକ ଏବଂ ଶାରୀରିକ ଆଳସ୍ୟ ହୋଇପାରେ । ପରିବାରରେ ବଡ଼ମାନଙ୍କ ସହିତ ମନମାଳିନ୍ୟ ନ ହେଉ, ଏହାର ଧ୍ୟାନ ରଖିବେ । ମାତାଙ୍କର ସ୍ଵାସ୍ଥ୍ୟ ଖରାପ ହୋଇପାରେ । ଆର୍ଥିକ କ୍ଷତିଗ୍ରସ୍ତ ଏବଂ ସାର୍ବଜନିକ ଜୀବନରେ ମାନହାନି ନ ହେଉ ଏହାର ଧ୍ୟାନ ରଖିବେ,ପ୍ରତିକାର : କଳା କୁକୁରର ସେବା କରନ୍ତୁ ।

ମକର

ଆଜିର ଦିନ ନିଜର ପରିଜନ ଏବଂ ପ୍ରିୟଜନ ମାନଙ୍କ ସହିତ ବିତାଇବାର ଶୁଭ ଦିନ ଅଟେ । ଆଜି ଆପଣ ଏମିତି ପ୍ରିୟଜନ ମାନଙ୍କ ସହିତ କଟେଇବେ ଯେଉଁ ମାନଙ୍କ ସହିତ ଆପଣ ବହୁତ ଦିନରୁ ଦେଖାକରି ପାରିନାହାନ୍ତି । ଶାନ୍ତିର ସହ ନିଜର କାଯ୍ୟରେ ନିୟୋଜିତ ରୁହନ୍ତୁ । କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ । ଆଜି ନିୟନ୍ତ୍ରଣ ରଖିବାକୁ ବହୁତ ଆବଶ୍ୟକ ଅଟେ । ଖାଇବା ପିଇବାର ଧ୍ୟାନ ଯଦି ନ ରଖିବେ ତେବେ ସ୍ଵାସ୍ଥ୍ୟ ଖରାପ ହେବାର ପୂରା ସମ୍ଭାବନା ଅଛି ,ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ

ଭବିଷ୍ୟତର ଯୋଜନା କରିବା ପାଇଁ ଏହି ସମୟ ଉପଯୁକ୍ତ ।  ଆପଣଙ୍କ ମଧ୍ୟରୁ ଯେଉଁ ଲୋକମାନେ ଖରାପ ପରିସ୍ଥିତିର ସାମ୍ନାକରୁଛନ୍ତି, ସେମାନେ ନିଜର ରଣନୀତିରେ ପରିବର୍ତ୍ତନ ଆଣିବା ଉଚ଼ିତ୍ । ଏହା ଦ୍ୱାରା ଆପଣ ସହଜରେ ଲକ୍ଷ ପ୍ରାପ୍ତି କରିପାରିବେ । ସରକାରୀ ଲାଭର ଆଶା ରଖିପାରନ୍ତି । ଗୃହସ୍ଥ ଜୀବନରେ ସୁଖ- ଶାନ୍ତି ରହିବ । ଉଚ୍ଚ ପଦାଧିକାରିମାନଙ୍କର ପ୍ରୋତ୍ସାହନ ଆପଣଙ୍କ ଉତ୍ସାହ ବଢ଼ାଇବ । ଅଧୂରା କାର୍ଯ୍ୟ ସଂପୂର୍ଣ୍ଣ ହେବ । ଦାମ୍ପତ୍ୟଜୀବନରେ ମଧୁରତା ରହିବ । ସରକାରଙ୍କ ତରଫରୁ ଲାଭ ପ୍ରାପ୍ତି କରି ପାରିବେ । ପ୍ରତିକାର : ବାପା ମାଆଙ୍କୁ ପୂର୍ଣ୍ଣ ଆଦର ଓ ସତ୍କାର କରନ୍ତୁ ।

ମୀନ

ଆଜି ଆପଣ ବହୁତ ପରିସ୍ଥିତି ସାମନାକରି ନିଜ ସାହସକୁ ବଜାୟ ରଖନ୍ତୁ । ବେଳେ ବେଳେ ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ । ନାଚ , ଗୀତ ଅଧ୍ୟୟନ ଓ ବଂଧୁ ମାନଙ୍କସହ ବାର୍ତ୍ତାଳାପ ରହି କାର୍ଯ୍ୟରେ ସମୟ କଟାଇପାରନ୍ତି । ବାଣୀ ଉପରେ ନିୟନ୍ତ୍ରଣ ରଖିବେ । ଏଥିପାଇଁ ବିଚାରକରି କଥାହେବେ । କୁଟୁମ୍ବମାନଙ୍କ ସହିତ ଭୁଲ ବୁଝାବଣା ନ ସୃଷ୍ଟି ହେଉ ଏହାର ଧ୍ୟାନ ରଖିବେ । ସ୍ଵାସ୍ଥ୍ୟର ଧ୍ୟାନ ରଖିବାକୁ ହେବ । ଶେୟାର-ସଟ୍ଟା ଆଦି ପ୍ରବୃତ୍ତିରେ ପୁଞ୍ଜି ନିବେଶ କରିପାରନ୍ତି,ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

Leave a Reply

Your email address will not be published. Required fields are marked *