23 ଡିସେମ୍ବର 2018 ରବିବାର – ଆଜି ଏହି ୪ଟି ରାଶିର ସବୁ ଦୁଃଖ ଦୂର କରିବେ ସୂର୍ଯ୍ୟଦେବ – ସବୁ କାମ ରେ ଖୁସି ମିଳିବ

ମେଷ:–

ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ଦୂର ଯାତ୍ରା କରି କଷ୍ଟରୁ ଅତିକଷ୍ଟରେ କାର୍ଯ୍ୟ ହାସଲ କରିବାକୁ ଚେଷ୍ଟା କରିବେ । ନୂଆ କାମ କିଛି ଆରମ୍ଭ କରିଲେ ବିପଦରେ ପଡି ପାରନ୍ତି । ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ । ଶତୃ ଓ ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ପ୍ରତିକାର–ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ବୃଷ:–

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପ୍ରତିକାର:- ଅସହାୟା ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:–

ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତିରେ ବୃଦ୍ଧି, ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:–

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । କର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ସୁଯୋଗ ରହିଛି । ହସ ଖୁସିରେ ସମୟ ବିତିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ପ୍ରତିକାର–ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ ।

ସିଂହ:–

ସଂଘର୍ଷ ଦ୍ଵାରା ସଫଳତା ମିଳିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ । ନିଜ ଲୋକ ମନମୋଟିଆ ହେବେ । ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରିବେ । ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ବିଳମ୍ବ ହେବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର– ଗାଈକୁ ଖାଇବାକୁ ଦେବେ ।

କନ୍ୟା:–

ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବ । ବନ୍ଧୁ ଓ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ପ୍ରତିକାର–ଗହମ, ଗୁଡ ପିଲାମାନଙ୍କୁ ଦାନ କରିବେ ।

ତୁଳା:–

ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । କର୍ମ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ପ୍ରତିକାର– ମସୁରଡାଲି ଧର୍ମସ୍ଥାନରେ ଦେବେ ।

ବିଛା:–

ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ । ବନ୍ଧୁଙ୍କ ଆଗମନ ହେବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର–ହନୁମାନ ମନ୍ଦିରରେ ଭୋଗକରି ବାଣ୍ଟନ୍ତୁ ।

ଧନୁ:–

ଚାକିରୀ ଓ ବ୍ୟବସାୟ କ୍ଷେତ୍ରରେ ବାଧା ଉପୁଜିବ । ଆର୍ଥିକ ସ୍ଥିତିରେ ବାଧା ହେବା ସହ ଶତୃ ବୃଦ୍ଧି ହେବ । ରୋଗ ଓ ଋଣର ଶୀକାର ହେବେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହେବ । ଦାମ୍ପତ୍ୟ ସୁଖରେ ବାଧା ଆସିବ । କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେବ । ପ୍ରତିକାର– ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

ମକର:–

ଆତ୍ମବିଶ୍ଵାସ ବୃଦ୍ଧି ପାଇବ । କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ । ଚାକିରୀରେ ଉନ୍ନତି କରିବେ । ବେରୋଜଗାରଙ୍କୁ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି । ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଜ୍ୟସହଯୋଗ କରିବାକୁ ବାଧ୍ୟ ହେବେ । ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ ।

କୁମ୍ଭ:–

ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ । ସାମାଜିକ ପ୍ରତିଷ୍ଠା ବୃଦ୍ଧି ହେବ । ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ । ଅଟକି ଥିବା କାର୍ଯ୍ୟ ଚାଲୁ ହେବ, ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର– ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ ।

ମୀନ:-

ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବ । କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ । ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

Share

Leave a Reply

Your email address will not be published. Required fields are marked *