25 ଫେବୃୟାରୀ 2019 ସୋମବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ଅଧିକାରୀ କାମରେ ପ୍ରସନ୍ନ ରହିବେ ଓ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ମାନସିକ ଶାନ୍ତି ମିଳିବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବା ଫଳରେ ମନ ଖୁସିହେବ । ବର୍ଚସ୍ଵ ପ୍ରଭାବ ଓ ପରାକ୍ରମ ବଢିବ । ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ । ଭବିଷ୍ୟତକୁ ଧ୍ୟାନରେ ରଖି ସନ୍ତୁଳିତ ବଜେଟ ତିଆରି କରିବେ ।

ବୃଷ:-

ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ନୂତନ ବସ୍ତୁ କ୍ରୟ କରିପାରିବେ । ପତିପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ । ମହିଳାମାନଙ୍କର ବୈଷୟିକ କ୍ଷେତ୍ରରେ ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ । ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ । ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେବ ।

ମିଥୁନ:-

ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ । ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । ଆତ୍ମକେନ୍ଦ୍ରିତ ହୋଇଯିବେ । ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ ।  ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ମହିଳାମାନେ ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ ।

କର୍କଟ:-

କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ । ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପଡୋଶୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ବାଦ-ବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ରାଜନୀତିରେ ସଫଳତା ମିଳିବ ।

ସିଂହ:-

ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ନୂତନ ବସ୍ତୁ କ୍ରୟ କରିପାରିବେ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ପତିପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ । ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତିହୋଇପାରେ ।

କନ୍ୟା:-

ଆତ୍ମକେନ୍ଦ୍ରିତ ହୋଇଯିବେ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ ।

ତୁଳା:-

କାମ-କାର୍ଯ୍ୟର ଦାୟିତ୍ଵ ବଢିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ଶୁଭ ବା ମଙ୍ଗଳ କାମ କରିପାରିବେ । ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ କଲେ କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ ଓ ସଫଳତା ଅର୍ଜନ କରିବେ । ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ ।

ବିଛା:-

କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ଜାଗା ଜମି ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇପାରେ । ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ । ବାହନ ଆଦି କ୍ରୟ କରିବା ପାଇଁ ଯୋଜନା କରି ପାରନ୍ତି । ସ୍ଵାସ୍ଥ୍ୟରେ ସୁଧାର ଆସିବ । ଅଚାନକ ଭାବରେ ଦୂରଯାତ୍ରା କରିବେ । ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ । କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ଘରୋଇ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ ।

ଧନୁ:-

ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ବ୍ୟବସାୟ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ଯୁବକ ଯୁବତୀମାନଙ୍କୁ ନୂଆ କାମ ନୂଆ ପ୍ରେରଣା ଆନନ୍ଦିତ କରିବ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ପ୍ରାୟକ୍ଷେତ୍ରରେ ଜୟ-ଜୟକାର ହେବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ଆମୋଦ-ପ୍ରମୋଦ, କ୍ରିଡା, ଦୂରଯାତ୍ରା ସବୁଥିରେ ସଫଳତା ମିଳିବ । ଭାଇମାନଙ୍କ ଠାରୁ ଲାଭ ମିଳିବ । ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇପାରେ । ସ୍ଵାସ୍ଥ୍ୟରେ ସୁଧାର ଆସିବ ।

ମକର:-

ବ୍ୟବସାୟରେ ସାମାନ୍ୟ ଲାଭ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ମହିଳାମାନେ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇ ଯିବ । କାର୍ଯ୍ୟ ବ୍ୟସ୍ତତା ଯୋଗେ ବିଛିନ୍ନ ହୋଇ ପଡିବା ଅସମ୍ଭବ ନୁହେଁ ।

କୁମ୍ଭ:-

ପତିପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ । କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ଅଚାନକ ଭାବରେ ଦୂରଯାତ୍ରା କରିବେ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ଘରୋଇ ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇପାରିବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ମହିଳାମାନେ କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ । ଆଡମ୍ବରରେ ଆଗ୍ରହ ବଢିବ ।

ମୀନ:-

ସମସ୍ତ ଚିନ୍ତା ଦୂର ହେବ । ପରିଶ୍ରମ କଲେ ଧନ ପ୍ରାପ୍ତି ହେବ । ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ । ପରାକ୍ରମ ବଢିବ । ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ମହିଳାମାନେ ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ସମୟ ଗୁଡିକ ହସ ଖୁସିରେ ବିତିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ ।

Leave a Reply

Your email address will not be published. Required fields are marked *