25 ନଭେମ୍ବର 2018 ରବିବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିପଦରେ ପଡିବେ । ବିଦ୍ୟା କ୍ଷେତ୍ରରେ ବିଜୟ ପ୍ରାପ୍ତ ହେବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ ।  ପ୍ରତିକାର– ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ବୃଷ:-

ମାନସିକ ଶାନ୍ତି ମିଳିବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ନୂତନ ଦ୍ରବ୍ୟ କ୍ରୟ କରିବେ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଶତୃମାନେ ଦୂରେଇ ଯିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ ।  ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରି କିଛି ଦାନ ଦିଅନ୍ତୁ ।

ମିଥୁନ:-

ସରକାରୀ କାମରେ ସଫଳତା ପାଇବେ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ସାମାଜିକ ପତିଆରା ଅମଳିନ ରହିବ ।  ପ୍ରତିକାର– ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

କର୍କଟ:-

ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । କର୍ମ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ସିଂହ:-

ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ସନ୍ତାନ ଯୋଗେ ଚିନ୍ତିତ ରହିବେ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ ।  ପ୍ରତିକାର–ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

କନ୍ୟା:-

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ଉନ୍ନତି ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ ।  ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।

ତୁଳା:-

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ ।  ପ୍ରତିକାର– ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ ।

ବିଛା:–

ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ ।  ପ୍ରତିକାର– ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ଧନୁ:–

ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ମନ ଓ ଶରୀର ଭଲ ରହିବ । କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ବିଦେଶ ଯାତ୍ରାରେ ସଫଳ ହେବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ ।  ପ୍ରତିକାର–ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ମକର:–

କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ ।  ପ୍ରତିକାର–ଗାଈକୁ କିଛି ଖୁଆନ୍ତୁ ।

କୁମ୍ଭ:–

ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖାଦେଇ ପାରେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ । ସ୍ଥଗିତଥିବା କର୍ମଟି ପୂରଣ ହେବ । ଆର୍ଥିକ ସଙ୍କଟ ଦେଖାଦେଇ ପାରେ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦରୁ ବଞ୍ଚିତ ହେବେ । ଶର୍ଦ୍ଦି ଓ ପିତ୍ତ ଦୋଷ ସାଙ୍ଗକୁ ଗୁହ୍ୟରୋଗ ସୃଷ୍ଟିହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ କ୍ଷତିରେ ପଡିବେ । ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ ।  ପ୍ରତିକାର– ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ରାଜନୀତିରେ ଫାଇଦା ଉଠାଇବେ । ପଢାପଢିରେ ମାନସିକ ଶାନ୍ତି ଓ ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ । ଜଗାଜମି, ଗୃହ ଉପକରଣ କ୍ରୟ କରିବେ । କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇପାରିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ ।  ପ୍ରତିକାର- ଗାଈକୁ କିଛିଖାଦ୍ୟ ଖାଇବାକୁ ଦିଅନ୍ତୁ ।

Leave a Reply

Your email address will not be published. Required fields are marked *