ଶୁକ୍ରବାର, 26 ଏପ୍ରିଲ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ନିକଟକୁ ଯାତ୍ରା କରି ବିଗିଡିଯାଇଥିବା କାର୍ଯ୍ୟ ସୁଧାରି ଦେବା ଫଳରେ ଲାଭବାନ୍ ହେବେ । ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ । ବୁଦ୍ଧି ବଳରେ ପ୍ରଚୁର ଅର୍ଥ ଲାଭହେବ ଓ ଆର୍ଥିକ ସମସ୍ୟାର ସମାଧାନ ହେବ । ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ । ବିଦ୍ୟା ଓ ଖେଳରେ ଉନ୍ନତି ହେବ । ଅଧ୍ୟୟନ-ଅଧ୍ୟାପନା କାର୍ଯ୍ୟରେ ପ୍ରଶଂସା ପାଇବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ମହିଳାମାନେ ବନ୍ଧୁମିତ୍ରଙ୍କ ସାହାଯ୍ୟରେ ଯାତ୍ରାରେ ବିଶେଷ ଲାଭାନ୍ୱିତା ହେବେ ।

ବୃଷ

ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଧାର୍ମିକ କାର୍ଯ୍ୟ ଆୟୋଜନ କରେଇବା ଦ୍ଵାରା ମାନ-ପ୍ରତିଷ୍ଠା ବଢିବ । ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ରାଜନୀତିରେ କୃତକାର୍ଯ୍ୟ ହେବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ଗୃହ ସମସ୍ୟା ଦୂର ହୋଇ କାର୍ଯ୍ୟ ମଧ୍ୟମ ଧରଣର ହେବ । ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେନାହିଁ । ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ । ମହିଳାମାନଙ୍କର ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ମିଳିବ । ମଉଜମସ୍ତୀରେ ସମୟ କତିବେ । ସତର୍କ ରହିଲେ ଲାଭଦାୟକ ହେବ ।

ମିଥୁନ

କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ । ମହିଳାମାନେ ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ବିଦ୍ୟାରେ ଉନ୍ନତି, ଖେଳରେ ଶାନ୍ତି ହେବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ । ଯାନବାହାନ କିଣନ୍ତୁ ନାହିଁ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହୋଇପାରେ ।

କର୍କଟ

ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ଆର୍ଥିକସ୍ଥିତି ପୂର୍ବପରି ରହିବ । ସାମୟିକ ଚିନ୍ତା ଦୂରହେବ । ମହିଳାମାନେ ପିଲାଙ୍କସହ ଖୁସିରେ ରହିବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

ସିଂହ

ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ ଓ କର୍ମରେ ସ୍ଥିରତା ଆସିବ । ରାଜନୀତିରେ ଯାତ୍ରାରେ ସମୟ କଟିବ ଓ ଲାଭ ପାଇ ପ୍ରସଂଶିତ ହେବେ । ବିଦ୍ୟାକ୍ଷେତ୍ରରେଧୈର୍ଯ୍ୟ ଓ ସଂଯମ ରଖି ବିଶେଷ ଲାଭାନ୍ୱିତ ହେବେ । କୃଷିରେ ଉନ୍ନତି ଫଳରେ ମନସନ୍ତୁଷ୍ଟ ରହିବ । ଖେଳରେ ବିଜୟୀ ହେବେ । ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ଶୁଭ ସମାଚାର ଶୁଣିବାକୁ ମିଳିବ । ନୂତନ ବନ୍ଧୁ ଭେଟ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ସମୟ ଗୁଡିକ ହସ ଖୁସିରେ ବିତିବ ।

କନ୍ୟା

ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ନୂତନ ବନ୍ଧୁଙ୍କ ଯୋଗେ ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, କୃଷିରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ । ମନୋରଞ୍ଜନ କରିବା ପାଇଁ ସମୟ ମିଳିବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ ।

ତୁଳା

ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ନୂଆ ନିଯୁକ୍ତିର ସୁଯୋଗ ଅଛି । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଦୁଃଖୀ ଲୋକଙ୍କୁ ସାହାରାହେବେ ବା ସାହାଯ୍ୟ କରିବେ । ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ବିଦ୍ୟାରେଉନ୍ନତି ଓ ମାନସିକ ଶାନ୍ତି ଅନୁଭବ କରିବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ ।

ବିଛା

କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ରୋଗୀ, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବିତିଯାଇଥିବା ମାମଲାରେ ସଫଳତା ମିଳିବ । ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେଉନ୍ନତି ହେବାରୁ ମନ ଖୁସି ରହିବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ ଓ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ମହିଳାମାନଙ୍କର ଅଧିକାରୀଙ୍କଠାରୁ ସହଯୋଗ ମିଳିବ ।

ଧନୁ

ରାଜନୀତିରେ ନିଜଲୋକମାନେ ବା ଦୂରେଇ ଯାଇଥିବା ସହକର୍ମୀ ମାନେ ପ୍ରସଂଶା କରିବେ । ମହିଳାମାନେ ଯାତ୍ରାରେ ବିଶେଷ ଲାଭାନ୍ୱିତ ହୋଇ ମାନସିକ ଶାନ୍ତି ଅନୁଭବ କରିବେ । ବିଦ୍ୟାରେ ଉନ୍ନତି ପାଇଁ ମନ ନିବେଶ କରିବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ସୁଧୁରି ଯିବ । ଅଚାନକ ଧନ ଲାଭ ହେବାରୁ ମନ ଖୁସି ରହିବ । ଖେଳରେ ବିଜୟୀ ହେବେ ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ବ୍ୟକ୍ତିଗତ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ ।

ମକର

ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ । ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ । ଚାକିରୀରେ ପ୍ରମୋଶନ ମିଳିବାର ସମ୍ଭାବନା ଅଛି । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । କାରବାରରେ ସ୍ଥିତି ଠିକ୍ ରହିବ । ବିଦ୍ୟାର୍ଥୀଙ୍କ ମାନସିକସ୍ଥିତି ଭଲ ରହିବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ ।

କୁମ୍ଭ

ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ପରୀକ୍ଷାରେ ସଫଳତା ପାଇବେ । ସମ୍ପତ୍ତି କ୍ରୟ କରିବେ । ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । କାରବାରରେ ସ୍ଥିତି ଠିକ୍ ରହିବ । ମହିଳାଙ୍କ ମାନସିକସ୍ଥିତି ଭଲ ରହିବ । ସ୍ୱାସ୍ଥ୍ୟସମସ୍ୟା ସୁଧୁରି ଯିବ । ନୂତନ ଲୋକଙ୍କ ସହିତ ଭେଟ ହେବ । ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ ।

ମୀନ

ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରାଭୂଷଣାଦି ଲାଭହେବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ଝମେଲାର ସମାଧାନ ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ବିଦେଶ ଯାତ୍ରାରେ ସୁଖଶାନ୍ତି ପାଇବା ସହ ଯଶ ଲାଭ ହେବ । ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

Leave a Reply

Your email address will not be published. Required fields are marked *