27 ଫେବୃୟାରୀ 2019 ବୁଧବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ସାକ୍ଷାତକାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ ।

ବୃଷ:-

ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଶୁଭ ବା ମଙ୍ଗଳ କାମ କରିପାରିବେ । ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ଅଳ୍ପ ପରିଶ୍ରମରେ ଅଧିକ ଧନ ଲାଭ ହେବ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । କର୍ମ ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ ।

ମିଥୁନ:-

ବ୍ୟବସାୟ ବାଣିଜ୍ୟ ମାମଲାରେ ଦୂରସ୍ଥାନ ଯିବାକୁ ପଡିବ ଓ ଲାଭ ହେବ । ବନ୍ଧୁଙ୍କ ଆଗମନ ହେବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେକ ସମସ୍ୟା ସମାଧାନ ହୋଇଯିବ । ଶତୃମାନେ କ୍ଷତି କରିବାକୁ ଚେଷ୍ଟା କରି ଅପଦସ୍ତ ହେବେ । ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ପରିବାରରେ ନିଜରପଦ ଗରିମା ବଜାୟ ରହିବ । ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ରାଜନୀତିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ ।

କର୍କଟ:-

ଯଶକୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ ।   ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ । ଆୟ ଉତ୍ତମ ହେବା ଫଳରେ ଆର୍ଥିକ ସ୍ଥିତି ସ୍ଵଛଳ ରହିବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ ।

ସିଂହ:-

ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ । ପରିବାରର ସମସ୍ତ ଆଶାପୂରଣ କରିବାକୁ ସାମର୍ଥ୍ୟ ହେବେ । ମହିଳାମାନେ ପୁରାତନ ରୋଗ ପୀଡାରୁ ଉପସମ ପାଇବେ । ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇପାରିବେ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ ।

କନ୍ୟା:-

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ ।

ତୁଳା:-

ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଜ୍ୟସହଯୋଗ କରିବାକୁ ବାଧ୍ୟ ହେବେ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ ।

ବିଛା:-

ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆର୍ଥିକ ସଙ୍କଟ ଦୂରେଇଯିବ । ଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ ।

ଧନୁ:-

ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଅତୁଟ ରହିବ । ବୁଦ୍ଧିମତା କାରଣରୁ ଅର୍ଥ ଲାଭହେବା ସହ ସମୟ ମଧ୍ୟ ଆନନ୍ଦମୟ ହେବ । ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀ ଲାଭାନ୍ଵିତ ହେବେ । ରାଜନୀତିରେ କୃତକାର୍ଯ୍ୟ ହେବେ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ । ପରିବାରରେ ସୁଖଶାନ୍ତି ଫେରି ଆସିବ ।

ମକର:-

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ ।

କୁମ୍ଭ:-

ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ପରିବାରରେ ମନୋମାଳିନ୍ୟ ଦୂରେଇ ଯିବ । କର୍ମ ସ୍ଥଳରେ ନିଜେ କଠିନ ପରିଶ୍ରମକରି  ପତିଆରା ରକ୍ଷା କରିବେ । ଉପରିସ୍ଥ ଅଧିକାରୀଙ୍କ କୃପା ଲାଭ କରି ପାରିବେ । ନିମ୍ନବର୍ଗର  ସହକର୍ମୀ କେହି ଉଦ୍ଦେଶ୍ୟ ପ୍ରଣୋଦିତ ହାନି ପହଞ୍ଚାଇବାର ଉଦ୍ୟମ କରି ଅପଦସ୍ତ ହେବେ । ମହିଳାମାନେ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ ।

ମୀନ:-

ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ । କୋର୍ଟ କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ବ୍ୟସ୍ତତା ବଢିଯିବ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ଵାସ କଲେ ଠକାମୀ ଭଣ୍ଡାମିର ଶୀକାର ହେବେ । ମହିଳାମାନେ ଅନ୍ୟମାନଙ୍କ କାମରେ ମନଦେଇ ନିଜକାମକୁ ଅବହେଳା କରିବେ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କଷ୍ଟସହି କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ଅସ୍ଥିରତା ଦେଖାଦେବ । ପାରିବାରିକ କ୍ଷେତ୍ରରେ ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ ।

Leave a Reply

Your email address will not be published. Required fields are marked *