3 ଜାନୁୟାରୀ 2019 ଗୁରୁବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ଆଜି କାଲି ନିଜ ଲୋକଙ୍କ ସାଂଗରେ ଆପଣଙ୍କର ସମ୍ପର୍କ ଭଲ ନାହିଁ । ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆପଣ ଆଜି ରାଗି ମଧ୍ୟ ପାରନ୍ତି । ସନେ ରଖନ୍ତୁ କେବଳ ଥଣ୍ଡା ମିଜାସରେ ଆପଣଙ୍କ ପରିସ୍ଥିତିକୁ ସମ୍ଭାଳି ପାରିବେ । ଆଜି ଆପଣ ବହୁତ ପରିସ୍ଥିତି ସାମନାକରି ନିଜ ସାହସକୁ ବଜାୟ ରଖନ୍ତୁ । ବେଳେ ବେଳେ ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ । ମାନସିକ ରୂପରେ ଦ୍ଵିଧା ଅନୁଭବ ହେବାରୁ କୌଣସି ନିଶ୍ଚିତ ନିର୍ଣ୍ଣୟ ନେବାରେ କଷ୍ଟ ହୋଇପାରେ । ନିରର୍ଥକ ଖର୍ଚ୍ଚରୁ ବଞ୍ଚନ୍ତୁ । ବାଣୀ ଉପରେ ନିୟନ୍ତ୍ରଣ ନ ରଖିବାରେ ପରିଜନମାନଙ୍କ ସହିତ ମନମାଳିନ୍ୟ ହେବାର ଆଶଂକା ଅଛି,ପ୍ରତିକାର-ଗୁଡ଼ ଓ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ

ବୃଷ

ଆଜି ଆପଣ ଆତ୍ମଜ୍ଞାନ ଆଧ୍ୟାତ୍ମିକ ଦିଗରେ ନିଜର ପ୍ରକୃତ ରୂପକୁ ଚିହ୍ନନ୍ତୁ ଓ ଆଧ୍ୟାତ୍ମିକଜ୍ଞାନକୁ ବଢାଇବାକୁ ଚେଷ୍ଟା କରନ୍ତୁ । ଏହି ମାର୍ଗରେ ଗତି କଲେ ଆଜି ଆପଣଙ୍କୁ ବହୁତ ଲାଭ ହେବ ଓ ଶାନ୍ତି ମଧ୍ୟ ମିଳିବ । କାର୍ଯ୍ୟ ସମ୍ପର୍କିତ ଭ୍ରମଣ କିମ୍ବା ଦର୍ଶନୀୟ ସ୍ଥାନ ବିତେଇବା ପାଇଁ କୋଉଁ ଆଡେ ଯାଇପାରନ୍ତି । ଏପ୍ରକାର ଭ୍ରମଣ ଫଳପ୍ରଦ ଏବଂ ଉପଭୋଗ କରିବେ । ଯଦି କାର୍ଯ୍ୟ ସମ୍ପର୍କିତ ଭ୍ରମଣ ହୋଇଥାଏ ସୁଫଳମିଳିବ । ମିତ୍ର ଏବଂ ପରିଜନମାନଙ୍କ ସହିତ ଆଜିର ଦିନ ଆନନ୍ଦ ପୂର୍ବକ ସମାପ୍ତ ହେବ । କୌଣସି ପର୍ଯ୍ୟଟନ ସ୍ଥଳକୁ ଯାତ୍ରା ମଧ୍ୟ ହୋଇପାରେ । ବ୍ୟବସାୟୀ ଲୋକମାନଙ୍କ ପାଇଁ ସମୟ ଅନୁକୂଳ ଅଟେ,ପ୍ରତିକାର-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମିଥୁନି

ନିଜର ପରିବାର ବର୍ଗଙ୍କୁ ସାହାଯ୍ୟ କରନ୍ତୁ କାରଣ ଯେବେ ଆପଣଙ୍କୁ ତାଙ୍କର ଦରକାର ପଡିବ ସେମାନେ ସବୁବେଳେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିଥିବେ । ଆପଣଙ୍କୁ ବିଦେଶ ଯିବା ପାଇଁ ନିମନ୍ତ୍ରଣ ମିଳିପାରେ ସେଥିପାଇଁ ସଜାଗ୍ ରୁହନ୍ତୁ ଏବଂ ଏହି ସୁଯୋଗକୁ ହାତଛଡା କରନ୍ତୁ ନାହିଁ । କିନ୍ତୁ ଆପଣଙ୍କୁ ମିତବ୍ୟୟୀ ହେବାକୁ ପଡ଼ିବ । ଆପଣଙ୍କ ସ୍ଵାସ୍ଥ୍ୟ ଆଜି ଭଲ ରହିବ । ବ୍ୟବସାୟିକ କ୍ଷେତ୍ରରେ ଲାଭ ହେବ । ସାଥିରେ କାମ କରୁଥିବା ଲୋକଙ୍କର ସହଯୋଗ ପ୍ରାପ୍ତ ହେବ । ପରିଜନମାନଙ୍କ ସହିତ ଆପଣ ସମୟ ଆନନ୍ଦପୂର୍ବକ ବିତାଇ ପାରିବେ । ପ୍ରତିକାର-କୁକୁରକୁ ରୁଟି ଖାଇବାକୁ ଦିଅନ୍ତୁ ।

କର୍କଟ

ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି । କୌଣସି ଏକ ଧର୍ମପୀଠ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣ ସ୍ଥାନ ବୁଲିବାକୁ ଯାଇପାରନ୍ତି । ଏହା ଏକ କମ୍ ସମୟର ଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ । ଆଜି ଆପଣ ଯାହା ନିଷ୍ପତ୍ତି ନେବେ ଭାବିଚ଼ିନ୍ତି ନିଅନ୍ତୁ ,କାରଣ ଆପଣ ନେଇଥିବା ନିଷ୍ପତ୍ତି ଉପରେ ପଶ୍ଚାତାପ ଯେପରି କରିବାକୁ ନ ପଡ଼େ । ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ । ସ୍ଵାସ୍ଥ୍ୟ ପ୍ରତି ଆଜି ଅଧିକ ଧ୍ୟାନ ରଖିବାର ଆବଶ୍ୟକତା ଅଛି । ସ୍ଵାସ୍ଥ୍ୟ ପଛରେ ଧନର ଖର୍ଚ୍ଚ ମଧ୍ୟ ହୋଇପାରେ । ଆଜି ଖାଇବା ପିଇବା ଘରେ ହିଁ କରନ୍ତୁ ତେବେ ଭଲ ହେବ । ଆଧ୍ୟାତ୍ମିକତା ପ୍ରତି ରୁଚି, ଧ୍ୟାନ ତଥା ଜପ ଆପଣଙ୍କୁ ଉଚିତ ମାର୍ଗକୁ ନେଇପାରିବ.ପ୍ରତିକାର-ବେଲ କାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ସିଂହ

ଆଜି ଆପଣଙ୍କ ଜୀବନରେ ଭ୍ରମ ସୃଷ୍ଟି ହୋଇପାରେ, ସାବଧାନ ରୁହନ୍ତୁ । ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ ଯେଉଁ ଥିରେ କି ଆପଣ ଆପଣଙ୍କର ସାଙ୍ଗ ମାନଙ୍କୁ କିଛି ଭୂଲ କଥା ନ କୁହନ୍ତୁ । ଆଜି ଦିନରେ ଆପଣଙ୍କର ମାନସିକ ଦୁଶ୍ଚିନ୍ତା ଅଧିକ ହେଇପାରେ । ପରିବାର ସଦଶ୍ୟ ମାନଙ୍କ ସହ ସମୟ ବିତାଇ ପାରନ୍ତି । ସାମୟିକ ନିରାପତ୍ତାର ଅଭାବ ଅନୁଭବ କରିବେ । କିନ୍ତୁ ଏହା ଖୁବ୍ ଶିଘ୍ର ଦୂର ହୋଇଯିବ । ମାନସିକ ରୂପରେ ଆଜି ଆପଣର ଉତ୍ସାହର ଅଭାବ ରହିବ, ଯାହାଦ୍ୱାରା ମନରେ ଅଶାନ୍ତି ରହିବ । ପରିଜନମାନଙ୍କ ସହିତ ମନମାଳିନ୍ୟ ହୋଇପାରେ । ସ୍ଥାବର ସଂପତ୍ତିର କାଗଜପତ୍ର କରିବା ସମୟରେ ବିଶେଷ ଧ୍ୟାନ ରଖିବେ । ମାନହାନି ନ ହେଉ ଏହାର ଧ୍ୟାନ ରଖିବେ,ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ । ପ୍ରତିକାର-ଅସହାୟକୁ ସାହାଯ୍ୟ କରନ୍ତୁ । ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା

ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ ।  ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି । କୌଣସି ବୃଦ୍ଧ ବ୍ୟକ୍ତିଙ୍କ ପାଇଁ ଆପଣଙ୍କ ସମ୍ପର୍କ ଖରାପ ହୋଇପାରେ । ଯଦି ଆପଣ କୌଣସି ବଡ଼ ଝଗଡ଼ାରେ ନା ଅଡ଼ୁଆରେ ପଡ଼ିଯାଇଛନ୍ତି , ତେବେ ତାକୁ ଶୀଘ୍ର ଠିକ୍ କରନ୍ତୁ । ଶାରୀରିକ ଏବଂ ମାନସିକ ରୂପରେ ଆପଣଙ୍କ ସ୍ଵାସ୍ଥ୍ୟ ପ୍ରସନ୍ନତାରେ ପୂର୍ଣ୍ଣ ରହିବ । ଉତ୍ସାହପୂର୍ଣ୍ଣ ବାତାବରଣ ହେବାରୁ ନୂଆ କାର୍ଯ୍ୟର ପ୍ରାରମ୍ଭ କରିବାର ପ୍ରେରଣା ମିଳିବ । ପାରିବାରିକ ବାତାବରଣରେ ସୁଖ-ଶାନ୍ତି ବନି ରହିବ ।

ତୁଳା

ଏହି ସମୟରେ ଆପଣଙ୍କ ସମ୍ପର୍କରେ ବିଶ୍ୱାସ ବଢିଯିବ । ଆପଣ ନଜ ଆତ୍ମୀୟଜନଙ୍କ ପାଖକୁ ଆସିବେ ଏବଂ ନିଜ ଜୀବନରେ ସେମାନଙ୍କର ମହତ୍ତ୍ୱ ବୁଝିପାରିବେ । ଆପଣ ପରିବାରର କାର୍ଯ୍ୟ କ୍ଷେତ୍ର ଏବଂ ବୈବାହିକ ଜୀବନରେ ସଫଳତାର ସ୍ୱାଦ ଉପଭୋଗ କରିବେ । ଆପଣଙ୍କର ଭବିଷ୍ୟତର ସୁଖ ସ୍ୱାଛନ୍ଦ୍ୟର ଭାବନା । ଆପଣଙ୍କ ଦିନଟି ସୁଖରେ କଟିବ । ଏହା ଅନ୍ୟମାନଙ୍କୁ ପ୍ରଭାବିତ କରିବ । ଆଜିର ଦିନ ଭାଗ୍ୟ ବୃଦ୍ଧି ହେବାର ଦିନ ଅଟେ । ବିଦେଶ କିମ୍ବା ଦୂର ଦେଶରୁ ଶୁଭ ସମାଚାର ପ୍ରାପ୍ତ ହେବ । ଛୋଟ ପ୍ରବାସ କିମ୍ବା କୌଣସି ଧାର୍ମିକ ଯାତ୍ରାଯୋଗୁଁ ମନର ପ୍ରସନ୍ନତାରେ ବୃଦ୍ଧି ହେବ । ଶାରୀରିକ ରୂପରେ ମଧ୍ୟ ଆଜି ସୁସ୍ଥ ରହିବେ । ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ ।

ବିଛା

ଯେଉଁ ଛାତ୍ରମାନେ ନିଜର ଉଚ୍ଚଶିକ୍ଷା ଲାଭ କରିବାକୁ ଚାହୁଁଛନ୍ତି , ଆଜି ଏକ ଶୁଭଦିନ ହିସାବରେ ଯୋଜନା ଆରମ୍ଭ କରନ୍ତୁ । କଣ ଶିକ୍ଷା କରିବେ ଏକ ଚିଠା ତିଆରି କରନ୍ତୁ ଏବଂ ତାହାର ଭଲମନ୍ଦ ବିଚାର କରନ୍ତୁ । ଆଜି ଆପଣ ଆତ୍ମବିଶ୍ଳେଷଣରେ ସମୟ ବିତାଇବେ । ଆପଣ କେତେ କଠିନ ପରିଶ୍ରମ କରି ଆଜି ପ୍ରତିଷ୍ଠିତ ହୋଇପାରିଛନ୍ତି , ସେ ବିଷୟରେ ଚ଼ିନ୍ତା କରିବେ ଏବଂ ଭବିଷ୍ୟତରେ କଣ କରିବେ ମଧ୍ୟ ଯୋଜନା କରିବେ । ଆପଣ ଭବିଷ୍ୟତରେ ଉପଯୁକ୍ତ ପାଇବା ପାଇଁ ଏହା ସାହାଯ୍ୟ କରିବ । ଆଜିର ଦିନ ଆପଣଙ୍କପାଇଁ ଶୁଭ ଅଟେ । ଯଶ କୀର୍ତ୍ତି ପ୍ରାପ୍ତ ହେବାରେ ସରଳତା ରହିବ । ବ୍ୟାପାର କ୍ଷେତ୍ରରେ ଭାଗିଦାରୀ ସହିତ ସମ୍ବନ୍ଧ ସକାରାତ୍ମକ ରହିବ । ବସ୍ତ୍ରାଭୂଷଣର କ୍ରୟରେ ମନ ଆନନ୍ଦିତ ହେବ । ପ୍ରତିକାର-ଗୁଡ଼ ଓ ଗହମ ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ଧନୁ

ଆପଣଙ୍କର କୌଣସି ପ୍ରିୟଜନ ଆପଣଙ୍କ ପାଇଁ ଶୁଭ ସମାଚ଼ାର ଆଣିବେ ଏବଂ ଆପଣ ସେଥିପାଇଁ ଗର୍ବ ଅନୁଭବ କରିବେ । ଏହି ସମୟ ଖୁସିର ଉତ୍ସବ କଟାଇବାର ଅଟେ । ସେମାନଙ୍କୁ କୌଣସି ଉପହାର, ଭଲ ନମ୍ବର ନ ହେଲେ ବହୁତ ପ୍ରଂଶସା ମିଳିପାରେ । ଯଦି ଆପଣଙ୍କ ବନ୍ଧୁ କିମ୍ବା ଆତ୍ମୀୟସଜ୍ଜନ ବିଦେଶରୁ ଆସୁଥାନ୍ତି ,ତେବେ ବୋଧହୁଏ ସେ ଆଜି ଆପଣଙ୍କ ଘରକୁ ଆପଣଙ୍କୁ ଭେଟିବା ପାଇଁ ଆସିବେ । ସେଥିପାଇଁ ନିଜ ଘରକୁ ସଫାସୁତୁରା କରନ୍ତୁ । ଆଜି ଦିନ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ । ଶାରୀରିକ ଏବଂ ମାନସିକ ରୂପରେ ଆପଣ ଅସୁସ୍ଥତାର ଅନୁଭବ କରିପାରନ୍ତି । ବ୍ୟର୍ଥ ଖର୍ଚ୍ଚ ନ ହେଉ, ଏହାର ଧ୍ୟାନ ରଖିବେ,ପ୍ରତିକାର-ଗାଈକୁ କିଛି ଖାଦ୍ୟ ଦେବେ ।

ମକର

ଆଜି ଆପଣଙ୍କର ଆଖପାଖ ଲୋକ ଆପଣଙ୍କୁ ଭୁଲ ବୁଝିପାରନ୍ତି, ଏଥି ପାଇଁ ଆପଣଙ୍କର ବିଚ଼ାରକୁ ସ୍ପଷ୍ଟଭାବରେ ଅଭିବ୍ୟକ୍ତ କରନ୍ତୁ । ଯାହାବି କୁହନ୍ତୁ ବୁଝି ସୁଝି କୁହନ୍ତୁ, ଯଦି ଆପଣଙ୍କର ଶବ୍ଦକୁ ଭୁଲ ବୁଝି ନିଆ ଯାଏ ତେବେ ଅସୁବିଧା ହୋଇପାରେ । ଆଜି ଆପଣଙ୍କ ମନ ବନ୍ଧୁମାନଙ୍କ ସହ ମଜ୍ଜା କରିବାକୁ ଚ଼ାହୁଁଛି । ଆଜିକାଲି ଆପଣଙ୍କ ସମ୍ପର୍କ ସୁଧାରିବାରେ ଲାଗିଛନ୍ତି ଯେଉଁଥି ପାଇଁ ଆପଣ ଖୁସି ଅଛନ୍ତି । ଆଜି ଆପଣ ଯେତେ ଅଧିକ ସମୟ ପାରିବେ ଆପଣଙ୍କ ପରିବାରଙ୍କ ସହ କଟାନ୍ତୁ । ଶାରୀରିକ ଏବଂ ମାନସିକ ରୂପରେ ଆଜି ସମ୍ପୂର୍ଣ୍ଣ ଦିନ ପ୍ରସନ୍ନତା ରହିବ । ବ୍ୟବସାୟ କ୍ଷେତ୍ରରେ କାର୍ଯ୍ୟର ପ୍ରଶଂସା ହେବାରୁ କାର୍ଯ୍ୟ ପ୍ରତି ଉତ୍ସାହ ମଧ୍ୟ ବଢ଼ିବ । ସାଥିରେ କାମ କରୁଥିବା ଲୋକଙ୍କର ମଧ୍ୟ ସହଯୋଗ ପ୍ରାପ୍ତ ହେବ । ପ୍ରତିକାର-ଅସହାୟକୁ ସାହାଯ୍ୟ କରନ୍ତୁ ।

କୁମ୍ଭ

ଆପଣ ଆଶାକରିଥିବା ଛୋଟ ଧରଣର ଯାତ୍ରାପାଇଁ ଆପଣ କୁଆଡେ ଯାଇପାରନ୍ତି । ଏହିଭଳି ଭଲ ସୁଯୋଗକୁ ହାତଛଡା କରନ୍ତୁ ନାହିଁ । ନିଜର କାର୍ଯ୍ୟ ଜନିତ ହେଉ କିମ୍ବା ବ୍ୟକ୍ତିଗତ ସୁଖ ପାଇଁ ହେଉ ଏହିଯାତ୍ରା ପଛରେ କିଛି ମହତ୍ତ୍ୱ ରହିଛି । ଯଦି ଆପଣଙ୍କର ନିକଟବର୍ତ୍ତୀ ସମ୍ପର୍କୀୟଙ୍କ ସାଙ୍ଗରେ କୌଣସି ମତଭେଦ ଅଛି ତାହା ସୁସମ୍ପର୍କରେ ପରିଣତ ହେବା ଆପଣ ଦେଖିବାକୁ ପାଇବେ । ଏହି ସୁସମ୍ପର୍କ ଦୁଇ ପକ୍ଷର ଚ଼େଷ୍ଟାର ପରିଣାମ ସୂରୂପ ହେବ । ବାଦ-ବିବାଦରେ ଫସନ୍ତୁ ନାହିଁ । ସନ୍ତାନମାନଙ୍କ ବିଷୟରେ ଚିନ୍ତା ହୋଇପାରେ । ବିଦ୍ୟାର୍ଥିମାନଙ୍କପାଇଁ ଅଭ୍ୟାସରେ ସଫଳତା ପ୍ରାପ୍ତ ହେବାରେ ତାଙ୍କର ଉତ୍ସାହରେ ବୃଦ୍ଧି ହେବ । ପ୍ରତିକାର-ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

ମୀନ

ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ । ଆଜି ଆପଣ ନିଜକୁ ପରିସ୍ଥିତି ସହିତ ଖାପଖୁଆଇ ଚ଼ଳିବାକୁ ଚ଼େଷ୍ଟା କରନ୍ତୁ । ଅସୁବିଧାଟି ଆସୁଥିବ ଏବଂ ଯାଉଥିବ କିନ୍ତୁ ଆପଣ ଏହାଜାଣିସାରିଛନ୍ତି ସକାରାତ୍ମକ ଭାବନା ରଖିଲେ ଆମେ ଆମ ଅସୁବିଧା ଗୁଡ଼ିକୁ ଭଲ ଭାବରେ ସମ୍ଭାଳି ପାରିବା । ଆଜିର ଦିନ ଆନନ୍ଦର ଦିନ ଅଟେ । ବ୍ୟାପାର ଏବଂ ଆୟରେ ବୃଦ୍ଧି ହେବ । ଆଜି ଆପଣଙ୍କ ଉପରେ ଲକ୍ଷ୍ମୀଙ୍କର କୃପା ରହିବ । ପରିଜନ ଏବଂ ମିତ୍ରମାନଙ୍କ ସହିତ ଆମୋଦ-ପ୍ରମୋଦର ବାତାବରଣ ରହିବ । ନୂଆ ସଂପର୍କ ଏବଂ ପରିଚୟ ବ୍ୟାପାର କ୍ଷେତ୍ରରେ ଲାଭପ୍ରଦ ରହିବ । ଛୋଟ ଯାତ୍ରା ଆନନ୍ଦଦାୟୀ ରହିବ । ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ ।

Leave a Reply

Your email address will not be published. Required fields are marked *