ରବିବାର 30 ମେ 2021- ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି 3 ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ରାଶିଫଳ ଆମ ଆଗାମୀ ଜୀବନ ର ଘଟଣା ସମ୍ପର୍କ ରେ ସୂଚନା ଦେଇଥାଏ । ପ୍ରତ୍ୟକ ଦିନ ଗ୍ରହ ଚଳନ ଉପରେ ଆମର ଜୀବନ ନିର୍ଭର କରୁଛି । କିଛି ବି ପରିବର୍ତ୍ତନ ହେଲେ ଏହା ଆମ ଜୀବନ ଉପରେ ବହୁତ ଗଭୀର ପ୍ରଭାବ ପକାଇଥାଏ ।

ସବୁଦିନ ଗ୍ରହଙ୍କ ସ୍ଥିତି ଆମ ଭବିଷ୍ୟତ କୁ ପ୍ରଭାବିତ କରିଥାଏ, ଏହି ରାଶିଫଳ ରେ ଆପଣଙ୍କୁ ଚାକିରି, ବ୍ୟାପାର, ସ୍ୱାସ୍ଥ୍ୟ ଶିକ୍ଷା ଓ ବୈବାହିକ ଜୀବନ ର ତଥ୍ୟ ଦର୍ଶାଇଥାଏ । ସେଥିପାଇଁ କିଛି ବି କରିବା ଆଗରୁ ପ୍ରତ୍ୟକ ଦିନ ନିଜର ରାଶି ଫଳ ନିଶ୍ଚୟ ଦେଖନ୍ତୁ ଓ ଏହା ଅନୁସାରେ ସତର୍କ ରହି କାମ କରନ୍ତୁ । ଯଦି ଆପଣ ମଧ୍ୟ ଆପଣଙ୍କ ଦିନ କିପରି ଅତିବାହିତ ହେବ ଜାଣିବାକୁ ଇଛୁକ ଅଛନ୍ତି ତେବେ ନିମ୍ନ ରେ ପଢନ୍ତୁ ।

ମେଷ:- ଆଜି ବୋଧେ ଆପଣ କୌଣସି ନୁଆ ସମ୍ପର୍କ ସ୍ଥାପନ କରିପାରନ୍ତି । ଆପଣଙ୍କର ଏହି ନୁଆ ବନ୍ଧୁ ଆପଣଙ୍କର ଖରାପ ସମୟରେ ମଧ୍ୟ ଆପଣଙ୍କ ସାଙ୍ଗରେ ରହିବ । ଆପଣ ଆଜି ଅନୁଭବ କରିବେ ଯେ ଆପଣ କେତେ ସୌଭାଗ୍ୟଶାଳି ଯେ ଆପଣଙ୍କୁ ଏହି ଭଳି ମିତ୍ର ମିଳିଛନ୍ତି । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ।

ବୃଷ:- ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ ମିଳିଯିବ । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସି ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ । ମନଭିତରେ ରାଗରେ ଜଳୁଥିଲେ ମଧ୍ୟ କିଛି କାହାକୁ କହିବାକୁ ସାହସ ହେବ ନାହିଁ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ।

ମିଥୁନ:- ଆପଣଙ୍କ ଭିତରେ ରଚ଼ନାତ୍ମକତା ବହୁପରିମାଣରେ ଅଛି, ଆଜିକା ଦିନଟି ଆପଣ ଏହାର ସମ୍ପୂର୍ଣ୍ଣ ବ୍ୟବହାର କରିପାରନ୍ତି । ଆପଣ ବହୁଦିନରୁ କିଛି କହିବାକୁ ଚ଼ାହୁଁଛନ୍ତି କିନ୍ତୁ କରିପାରୁନାହାନ୍ତି । ଆଜିକା ଦିନଟିକୁ ବ୍ୟବହାର କରି ଆପଣ ନିଜର ରଚ଼ନାତ୍ମକତାକୁ ଅଭିବ୍ୟକ୍ତ କରି ପାରନ୍ତି । ବିଦ୍ୟାରେ ଉନ୍ନତି କରିବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ।

କର୍କଟ:- ବର୍ତ୍ତମାନ ବୋଧହୁଏ ଆପଣ କୌଣସି କଠିନ କାମ କରୁଛନ୍ତି ।ଭଲ ଭାବରେ ବୁଝିବିଚ଼ାରି କାମ କରନ୍ତୁ ଏବଂ ନିଜର ବିଚ଼ାରକୁ ଷ୍ପଷ୍ଟ ଭାବରେ ଉପସ୍ଥାପନ କରନ୍ତୁ । ବ୍ୟସ୍ତ ହୋଇ କୌଣସି ଭୂଲ୍ କରନ୍ତୁ ନାହିଁ ।କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ଲାଗି ରହିଥିଲେ ଆଜି ତାହାର ସମାଧାନ କରିପାରିବେ।

ସିଂହ:- ଆଜି ଆପଣଙ୍କୁ ଆପଣଙ୍କ ଯୋଗ୍ୟତାର ବିକାଶ କରିବାର ସୁଯୋଗ ମିଳିପାରେ । ଏହି ସୁଯୋଗର ଆପଣ ପୂରା ଲାଭ ଉଠାନ୍ତୁ ଏବଂ ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ ।ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ।

କନ୍ୟା:- ବୋଧହୁଏ ଆଜି ଆପଣଙ୍କୁ ନିଜ ଆଖପାଖ ଲୋକଙ୍କ ପାଇଁ ନିରାଶ ହେବାକୁ ପଡ଼େ । ହୁଏତ ଏହାର କାରଣ ଆପଣଙ୍କୁ ତାଙ୍କଠାରୁ ଅଧିକ ଆଶା ରଖିବାକୁ ପଡ଼ିବ । ଏହାହିଁ ସତ୍ୟ ଯେ ଆମକୁ କାହାଠାରୁ ଅଧିକ ଆଶା ନ ରଖିବା ଉଚ଼ିତ୍ ।କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ ନଚେତ୍ କ୍ଷତିରେ ପଡିବେ।

ତୁଳା:- ଆଜି ଆପଣ ପରିବାରର କୌଣସି ସମସ୍ୟା ସମାଧାନ କରିବାକୁ ଚ଼େଷ୍ଟା କରିବେ । ଅନ୍ୟମାନେ ଆପଣଙ୍କ ପରାମର୍ଶ ଉପରେ ନିର୍ଭର କରନ୍ତୁ । ସମସ୍ତେ ଆପଣଙ୍କ ଉପରେ ନିର୍ଭର କରିବାଟା ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗିପାରେ ।ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଶୁଭକାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ।

ବିଛା:- ଯେଉଁ ଛାତ୍ରମାନେ ନିଜର ଉଚ୍ଚଶିକ୍ଷା ଲାଭ କରିବାକୁ ଚାହୁଁଛନ୍ତି , ଆଜି ଏକ ଶୁଭଦିନ ହିସାବରେ ଯୋଜନା ଆରମ୍ଭ କରନ୍ତୁ । କଣ ଶିକ୍ଷା କରିବେ ଏକ ଚିଠା ତିଆରି କରନ୍ତୁ ଏବଂ ତାହାର ଭଲମନ୍ଦ ବିଚାର କରନ୍ତୁ ।ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା, ମନ ବିଷାଦଗ୍ରସ୍ତ ହେବ। ପିତ୍ତଦୋଷ ବୃଦ୍ଧି ପାଇବ ଓ ଶରୀରପୀଡା ଅତି କଷ୍ଟକର ହେବ। ପାରିବାରିକ କ୍ଷେତ୍ରରେ କିଛି ହରାଇ ମନକଷ୍ଟ ହେବ। କେତେକ କର୍ମରେ ସଫଳତା ପ୍ରାପ୍ତି ହେବ।

ଧନୁ:- ଅସନ୍ତୋଷ ଓ ଅଶାନ୍ତିରେ ଦିନଟି କଟିବ । ବିଧିବଦ୍ଧକ ଚିନ୍ତା ମାଧ୍ୟମରେ କାରଣ ଖୋଜନ୍ତୁ । ଏହାର ସମାଧାନ ଅବଶ୍ୟ ବାହାରିବ । ଏଦୁଃସମୟ କିଛି କ୍ଷଣ ରହିଲା ପରେ ଅପସରି ଯିବ ।ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ବେବ। କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ ।

ମକର:- ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଚ଼ାହୁଁଛନ୍ତି, କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇଛି ଆପଣଙ୍କୁ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବା ଜରୁରୀ ।ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ।

କୁମ୍ଭ:- ନିଜ ସାଙ୍ଗ ସାଙ୍ଗରେ କୌଣସି ଯୁକ୍ତି କରନ୍ତୁ ନାହିଁ କାରଣ ମାନସିକ ଶାନ୍ତି ହରାଇ ବସିବେ ।ଯଦି ଆପଣ କୌଣସି ଅସୁବିଧାରେ ରହନ୍ତି ତଥାପି ନିଜକୁ ଶାନ୍ତି ରଖନ୍ତୁ ।ଏହି ସମୟରେ କୌଣସି ଯୁକ୍ତି ଆପଣଙ୍କର ସମ୍ପର୍କ ଓ ଶାନ୍ତି ପାଇଁ ଖରାପ ହୋଇପାରେ ।ମାନସିକ ଦୁଶ୍ଚିନ୍ତାଦୂରହେବ। ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ। ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ।

ମୀନ:- ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତା ଦେବ । ଆଜି ସବୁ କିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ । ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି । ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭ ଉଠାନ୍ତୁ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ।

Leave a Reply

Your email address will not be published. Required fields are marked *