31 ଡିସେମ୍ବର 2018 ସୋମବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଉତ୍ତମ ରୋଜଗାର ମିଳିବ । ମହିଳାମାନେ କର୍ମ ନିଯୁକ୍ତି ପାଇବେ । ଅବିବାହିତ ଯୁବକ ଓ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ବୃଷ:-

ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ । ନୂତନ ଯୋଜନାରେ ସଫଳତା ମିଳିବ । ଗୃହସ୍ଥ ଜୀବନ ସୁଖମୟ ହେବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ପ୍ରତିକାର– ପିଲାଙ୍କୁ ଧଳାମିଠା ଖାଇବାକୁ ଦେବେ ।

ମିଥୁନ:-

ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ଓ ସମ୍ମାନ ବୃଦ୍ଧି ହେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଦୂର ସ୍ଥାନକୁ ଯାତ୍ରା କରିବେ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି । ପ୍ରତିକାର–ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ ।

କର୍କଟ:-

ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ରକ୍ତଚାପ, ମଧୁମେହ,ଉଦରପୀଡା ବୃଦ୍ଧିପାଇ ହନ୍ତସନ୍ତ କରିବ । ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଦେଖାଦେବା ଫଳରେ ଉଦଭ୍ରାନ୍ତ ହେବେ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

ସିଂହ:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି ବ୍ୟବସାୟ ଓ କର୍ମ କରିଲେ ଲାଭବାନ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ଋଣ ଭରଣାରେ ସହଜ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ପ୍ରତିକାର– ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-

କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ । ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । ମହିଳାମାନେ ଭଲ କାମ କରି ସୁଖରେ ଦିନଟି ବିତାଇବେ । ପ୍ରତିକାର– ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ତୁଳା:-

ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଦିଗ ଭ୍ରଷ୍ଟର ଶିକାର ନ ହେଲେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପ୍ରତିକାର– ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ବିଛା:-

ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ବଡନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ । ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ । ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ । ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ । ପାରିବାରିକ କ୍ଷେତ୍ରରେ ଅଶାନ୍ତି ଦେଖାଦେବ । ଭାଇ ଓ ଭଉଣୀମାନଙ୍କ ସହ ମନୋମାଳିନ୍ୟ ହେବ । ପ୍ରତିକାର– ଆରାଧ୍ୟା ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ଧନୁ:-

ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପ୍ରତିକାର– ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

ମକର:-

କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ । ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ପ୍ରତିକାର– ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

କୁମ୍ଭ:-

ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ । କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ । ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମୀନ:-

ସତର୍କରେ ନ ଚାଲିଲେ ଅପବାଦ ବଦନାମ ହେବେ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ହଠାତ୍ କାହାର ଡକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । କୌଣସି ଭୁଲ୍ କାମ କରି ନିଜେ ଅନୁତାପ କରିବେ । ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ସ୍ୱାସ୍ଥ୍ୟ ହାନୀ ହେବ । ମହିଳାଙ୍କ ସହ ଅଯଥା ଝଗଡ଼ା ବଢ଼ିଯିବା ଫଳରେ ନିଜେ ଲଜ୍ଜିତ ହେବେ । ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ ।

Leave a Reply

Your email address will not be published. Required fields are marked *