4 ଫେବୃୟାରୀ 2019 ସୋମବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:–

ବୃତ୍ତିଗତ ଦୃଷ୍ଟିରୁ ଆୟରସ୍ରୋତ ବୃଦ୍ଧିହେବ ଓ ଆର୍ଥିକ ଦିଗରୁ ସୁରକ୍ଷିତ ରହିବେ । ଶର୍ଦ୍ଦି ଓ ପିତ୍ତ ଦୋଷ ରୋଗରୁ ମୁକ୍ତି ମିଳିବ । ଧାର୍ମିକ କାର୍ଯ୍ୟରେ ଲିପ୍ତ ରହିବେ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀ ଅନୁଭବ କରିବେ । ବିବାଦୀୟ ସଙ୍କଟ ସୃଷ୍ଟି ହୋଇପାରେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର ବର୍ଜନ କରନ୍ତୁ । ପରୀକ୍ଷାରେ ଯଥାର୍ଥ ଉତ୍ତର ଲେଖିବା ପାଇଁ ଭୁଲିଯିବେ । ପାରିବାରିକ ସ୍ତରରେ ସ୍ୱାର୍ଥ ପ୍ରବୃତ୍ତିର ଅଧିନ ହୋଇ ସମ୍ପର୍କର ମଧୁର ସ୍ୱାଦରୁ ଦୂରେଇ ଯିବେ । କୃଷିଜିବୀମାନେ ଉତ୍ସାହିତ ରହିଲେ ମଧ୍ୟ ଅନେକ କ୍ଷେତ୍ରରେ ସ୍ୱାଭିମାନ ନଷ୍ଟ ହେବାର ସମ୍ଭାବନା ଅଛି । ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

ବୃଷ:–

ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ମାନସିକ ଅସ୍ଥିରତା ଦୂର ହେବ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ବାଦବିବାଦରେ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ ଓ ଉନ୍ନତି ହେବାସହ ଗୃହବାହାନ ପ୍ରାପ୍ତି ହେବ । କୃଷିଜିବୀମାନେ କୌଣସି ଶୁଭ କାର୍ଯ୍ୟରେ ଯୋଗ ଦେଇ ହସଖୁସିରେ ସମୟ ବିତାଇବେ । ଆର୍ଥିକ ଦିଗରୁ ସୁବିଧା ସହଯୋଗ ମିଳିବ । ପୈତୃକ ସମ୍ପତ୍ତି ପ୍ରାପ୍ତି ହେବ । ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:–

ଯୁବକ ଯୁବତୀମାନେ ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କୃଷିଜୀବିମାନଙ୍କର ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଦାମ୍ପତ୍ୟ ଜୀବନରେ ଅଶାନ୍ତିର ଝଡ଼ ଦୂର ହୋଇଯିବ । ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ । ଶୁଭକାର୍ଯ୍ୟ ସମ୍ପାଦନ କରିବେ । ବିଦ୍ୟାର୍ଥୀମାନେ ପରିଶ୍ରମ କରି ପରିଶ୍ରମର ମୂଲ୍ୟ ପାଇବେ । ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ ।

କର୍କଟ:–

ପାରିବାରିକ କ୍ଷେତ୍ରରେ ନିଜର କ୍ରୋଧକୁ ଦମନକଲେ ହସଖୁସିର ବାତାବରଣ ଦେଖାଦେବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ସନ୍ତାନଙ୍କ ସୁଫଳ ଆଶାରେ ଉଲ୍ଲସିତ ହେବେ । ଧାର୍ମିକ କ୍ଷେତ୍ରରେ ନିୟୋଜିତ ହୋଇ ଅର୍ଥ ବ୍ୟୟ କରିବେ । ପ୍ରତିକାର-ଅସହାୟକୁ ଖାଇବାକୁ ଦିଅନ୍ତୁ ।

ସିଂହ:–

ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ଦୂର ହେବ । କୌଣସି ତିର୍ଥସ୍ଥାନକୁ ଗମନ କରିବା ପାଇଁ ଇଛୁକ ହେବେ । ନିଜର ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ । କୃଷିଜୀବିମାନଙ୍କର ସାମାଜିକ ପତିଆରା ଅମଳିନ ରହିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚିନ୍ତି କରିଲେ ଭଲ ହେବ ନଚେତ୍‌ ବିପଦରେ ପଡ଼ିବେ । ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଠିକ୍‌ ଫଳ ପାଇବେ ନାହିଁ । ପାରିବାରିକକ୍ଷେତ୍ରରେ ଅସନ୍ତୋଷ ଦେଖାଦେବ । ମହିଳାମାନେ ପିଲାମାନଙ୍କ କାର୍ଯ୍ୟପ୍ରତି ଦୃଷ୍ଟିରଖି ମନ ବିଷାଦଗ୍ରସ୍ତ ହେବ । ଚକ୍ଷୁପୀଡାପ୍ରତି ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର-କୁକୁରକୁ ଖାଇବାକୁ ଦିଅନ୍ତୁ ।

କନ୍ୟା:–

ସନ୍ତାନ-ସନ୍ତତିଙ୍କ ତରଫରୁ ଚିନ୍ତା ଦୂର ହେବ ଓ ଶୁଭସମାଚାର ଶୁଣିବାକୁ ମିଳିବ । କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବେ । ଆୟ ଉପାର୍ଜନ ଉତ୍ତମ ଧରଣର ହେବ । ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷା ଓ ସାକ୍ଷାତ୍କାରରେ ମନରେ ସନ୍ତୋଷ ଦେଖାଦେବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ ସାମାନ୍ୟ ପରିଶ୍ରମ କରିବାକୁ ପଡ଼ିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ମହିଳାମାନେ ବିଭିନ୍ନ ଦିଗରୁ ଲାଭବାନ୍ ହେବେ । କୃଷିଜୀବିମାନେ ପରିଶ୍ରମର ମୂଲ୍ୟ ପାଇବେ । ପ୍ରତିକାର-ଛୋଟପିଲାକୁ ଚକୋଲେଟ୍‌ ଦିଅନ୍ତୁ ।

ତୁଳା:–

ପାରିବାରିକକ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ । ବାଦବିବାଦ, ମାଲିମକଦ୍ଦମା, ପରୀକ୍ଷା, ପ୍ରତିଯୋଗିତା, ଖେଳ, କୁଦ, ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ଦୂର ହୋଇଯିବା ଫଳରେ ପ୍ରଶଂସିତ ହେବେ । ରାଜନୀତିରେ କୃତକାର୍ଯ୍ୟ ହେବେ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ବୃତ୍ତିଗତ ଦୃଷ୍ଟିରୁ ସବୁଦିଗରୁ ସୁରକ୍ଷିତ ରହିବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପ୍ରତିକାର-ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ବିଛା:–

ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ । ବିଦେଶ ଯାତ୍ରାରେ ଲାଭ ପାଇବେ । ମହିଳାମାନେ ପତୀବ୍ରତା ଓ ବନ୍ଧୁମାନଙ୍କ ହିତୈଷିଣୀ ହେବେ ଓ ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପ୍ରତିକାର-କାହାରିଠାରୁ ମାଗଣା ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

ଧନୁ:–

ରାଜନୀତି କ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ଦୂର ହୋଇଯିବ । ମହିଳାମାନେ ସନ୍ତାନ-ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । କର୍ମ ମୁଖରତା ଯୋଗେ ବିଚ୍ଛିନ୍ନ ହୋଇ ପଡ଼ିବା ଅସମ୍ଭବ ନୁହେଁ । ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେଲେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ଅନ୍ୟମନସ୍କ ରହିବେ । କୃଷିଜୀବିମାନଙ୍କର ଅସନ୍ତୋଷ ଜନକ ପରିସ୍ଥିତି ସୃଷ୍ଟି ହେବ ଓ ଅଯଥା ସମୟ ନଷ୍ଟହେବ । ପାରିବାରିକ ସ୍ଥିତିରେ ସୁଦୃଢ ହେବ । ମାନସିକ ଦୁଶ୍ଚିନ୍ତା ଦୂର ହେବ । ଧର୍ମକ୍ଷେତ୍ରରେ ଲିପ୍ତ ରହିବେ । ଋଣରୁ ମୁକ୍ତି ହେବାପାଇଁ ଯୋଜନା କରିବେ । ଶତ୍ରୁବାଧା ଦୂରେଇ ଯିବ । ପ୍ରତିକାର-ଘରୁ ବାହାରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ ।

ମକର:–

ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । କୃଷିଜୀବିମାନେ ସାମାଜିକ ପତିଆରା ଅମଳିନ ରହିବା ସହ କିଛି ଅର୍ଥ ଧାର୍ମିକ କ୍ଷେତ୍ରରେ ଦାନ କରିବାକୁ ବାଧ୍ୟ ହେବେ । ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ମାନସିକ ବିଷାଦ, ଦାମ୍ପତ୍ୟକଳହ, ଭୟ ଆଶଙ୍କା ଦୂରେଇ ଯିବ । ପାରିବାରିକକ୍ଷେତ୍ରରେ ସ୍ନେହ ସଦ୍ଭାବ ବିରାଜମାନ କରିବ । ମହିଳାମାନଙ୍କ ମାନସିକ ସ୍ଥିତି ଭଲ ରହିବ ଓ ଧୈର୍ଯ୍ୟ ସହନ ଶୀଳତା କାଏମ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପ୍ରତିକାର-ଅସହାୟକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:–

ଦାମ୍ପତ୍ୟ କଳହ ଦୂର ହେବ । ମନ ଓ ଶରୀର ସାମାନ୍ୟ ଭଲ ରହିବ । ଛାତ୍ର ଛାତ୍ରୀମାନଙ୍କର ପଢ଼ାପଡ଼ିରେ ମନ ଲାଗିବା ହେତୁ ସଠିକ୍‌ ଉତ୍ତର ଲେଖିପାରିବେ । କୃଷିଜୀବିମାନେ ତିର୍ଥସ୍ଥାନକୁ ଯାତ୍ରା କରି ଉଦରପୀଡ଼ା, ରକ୍ତଚାପ ରୋଗରୁ ମୁକ୍ତି ପାଇବେ । ଘରୋଇ କର୍ମଚାରୀଙ୍କ ନିଜଲୋକମାନେ ସାହାଯ୍ୟ ସହଯୋଗ କରିବେ । ପାରିବାରିକକ୍ଷେତ୍ରରେ ଅଶାନ୍ତି ବିଶୃଙ୍ଖଳା ଦୂରେଇଯାଇ ସହନ ଶୀଳତା କାଏମ ରହିବ । ମହିଳାମାନେ ପିଲାମାନଙ୍କ ସମସ୍ୟା ବିଷୟରେ ଚିନ୍ତା କରି ଖୁସି ରହିବେ । ଯୁବକ ଯୁବତୀମାନଙ୍କର ଆୟ ଉପାର୍ଜନରେ ବାଧା ସୃଷ୍ଟି ହେବନାହିଁ । ପ୍ରେମିକ ପ୍ରେମିକା ମାନଙ୍କର ମନରେକ୍ଷୋଭ ହତାଶାଭାବ ଦୂରହେବ । ପ୍ରତିକାର-ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ ।

ମୀନ:–

ବିବାଦୀୟ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ସମାଧାନ ହୋଇଯିବ । ଅଯଥା ବାକ୍ବିତଣ୍ଡା ବା ବାଦ ବିବାଦରୁ ଦୂରତା ରକ୍ଷାକରନ୍ତୁ । କୃଷିଜୀବିମାନେ ଧାର୍ମିକ କାର୍ଯ୍ୟରେ ଲିପ୍ତ ଥିବାରୁ ସମସ୍ତ କ୍ଷେତ୍ରରେ ରକ୍ଷା ପାଇବେ । ପାରିବାରିକକ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ସନ୍ତାନ-ସନ୍ତତିଙ୍କ ଦିଗରୁ ସୁସମ୍ବାଦ ପାଇ ଆନନ୍ଦିତ ହେବେ । ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଅନିଶ୍ଚିତ ଆୟ ଉପାର୍ଜ୍ଜନ କରିବେ ଓ ଅଭାବ ଅନାଟନ ଦୂରେଇ ଯିବ । ମହିଳାମାନେ ଶାରୀରିକ ସୁସ୍ଥତା ଅନୁଭବ କରିବେ । ଘରୋଇ କର୍ମଚାରୀମାନେ ବିବାଦୀୟ ଦୁଃସ୍ଥିତିରେ ଜଡ଼ିତ ହୋଇପାରନ୍ତି । ପ୍ରତିକାର-ବିଦ୍ୟାର୍ଥୀକୁ ସାହାଯ୍ୟ କରନ୍ତୁ ।

Leave a Reply

Your email address will not be published. Required fields are marked *