5 ଜାନୁୟାରୀ 2019 ଶନିବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ କ୍ଷତି ସହିବେ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା  ଠିକ୍ ହେବ ନାହିଁ । ବିଶେଷ କରି ମହିଳାମାନେ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡ଼ିବେ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିପାରେ । ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ଧାର୍ମିକ ଓ ମାଙ୍ଗଳିକ କାର୍ଯ୍ୟପାଇଁ ବ୍ୟସ୍ତ ରହିବେ । ପ୍ରତିକାର : ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ  ।

ବୃଷ:-

ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଯାତ୍ରା ଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ସନ୍ତାନ ଯୋଗେ ଆନନ୍ଦିତ ହେବେ । ବିଦ୍ୟାରେ ଉନ୍ନତି କରିବେ । ପ୍ରତିକାର : ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:-

ଉଚ୍ଚାଧିକାରୀ, ସହକର୍ମୀ,  ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପ୍ରତିକାର : ଗାଈକୁ କିଛିଖାଦ୍ୟ ଖୁଆନ୍ତୁ ।

କର୍କଟ:-

ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ । ପ୍ରତିକାର: ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ ।

ସିଂହ:-

ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟିତ ହେବେ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ । ପ୍ରତିକାର :- ଷଣ୍ଢକୁ ଗୁଡ଼ ଓ ରୁଟି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ ।   ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ ।

ତୁଳା:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ  ନୂତନ  ବ୍ୟବସାୟର ଯୋଜନା କରିବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ । ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ଯୋଗ ଅଛି । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ ।

ବିଛା:-

ମହିଳାମାନେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନେତାମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଅଚାନକ ଧନପ୍ରାପ୍ତି ହେବ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ଛାତ୍ର-ଛାତ୍ରୀମାନଙ୍କର ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ମହିଳାମାନଙ୍କର ଆକସ୍ମିକ ଅର୍ଥଲାଭହେବ । ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ତୀର୍ଥାଟନ କରି ଯାତ୍ରା କାଳରେ କଷ୍ଟ ଭୋଗିବେ । ପ୍ରତିକାର :- ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରି ଖାଦ୍ୟ ଦିଅନ୍ତୁ ।

ଧନୁ:-

ଜନସେବାରେ ନିଜକୁ ନିୟୋଜିତ କରିବେ । କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଶାନ୍ତି ପାଇବେ । ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ । ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ । ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ । କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ । ଦୂର ଯାତ୍ରାରେ ଶରୀରପୀଡା ଭୋଗ କରିବାସହ ମୂଲ୍ୟବାନ ଦ୍ରବ୍ୟ ଚୋରୀ ହେବାର ସୂଚନା ମିଳେ ।

ମକର:-

ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ । ଶତୃ ପରାଜିତ ହେବେ । ବାକିଥିବା ଅର୍ଥପ୍ରାପ୍ତି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ ।

କୁମ୍ଭ:-

ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ । ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ବ୍ୟବସାୟରେ ଭାଗୀଦାରମାନଙ୍କ ସହ ମତାନ୍ତର ମେଣ୍ଟିଯିବ । ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ ।

ମୀନ:-

କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟି ଯିବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ପରିବାରର କେତେକ ସମସ୍ୟା ସମାଧାନ ନେଇ ମାନସିକ ଶାନ୍ତି ଅନୁଭବ କରିବେ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ ।

Leave a Reply

Your email address will not be published. Required fields are marked *