5 ଡିସେମ୍ବର 2018 ବୁଧବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ଆଜି ଆପଣଙ୍କୁ କ୍ରୋଧ ଲାଗିବ । ଆଜି ଆପଣଙ୍କର ଜୀବନର ଉନ୍ନତି କ୍ଷେତ୍ରରେ କିଛି ପରିମାଣର ଅବନତି ଦେଖାଦେବ । କିନ୍ତୁ ଆପଣ ଏ କ୍ଷେତ୍ରରେ ଆଦୌ ବ୍ୟସ୍ତ ନହୋଇ ଏ ପରିସ୍ଥିତିର ମୁକାବଲା କରନ୍ତୁ । ଆଜିର ଦିନ ଆପଣ ନିଜର ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ପ୍ରତି ଯତ୍ନ ନେବେ । ଆର୍ଥିକ ଲାଭ ପ୍ରାପ୍ତି କରି ପାରିବେ । କୌଣସି ତୀର୍ଥଯାତ୍ରାରେ ଯାଇପାରନ୍ତି । ନିଜ ବନ୍ଧୁ ଏବଂ ମିତ୍ରମାନଙ୍କର ଆଗମନରେ ମନ ଖୁସି ହେବ । ଦାମ୍ପତ୍ୟଜୀବନରେ ନିକଟତା ଏବଂ ମଧୁରତା ରହିବ |କ୍ରୋଧର ମାତ୍ରା ଅଧିକ ରହିବ । ବ୍ୟର୍ଥ ଉଗ୍ରତା ଟାଳିବାକୁ ପ୍ରୟାସ କରନ୍ତୁ । ନହେଲେ କାର୍ଯ୍ୟ ବିଗିଡ଼ି ପାରେ । ସହକର୍ମିମାନଙ୍କର ସହଯୋଗ ମିଳିବ । ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଉପରେ ବିଜୟ ପ୍ରାପ୍ତି ହେବ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ବୃଷ

ଆଜି ସେହିଦିନ ଅଛି ଯେଉଁଦିନ ଆପଣଙ୍କର ଅଟକିଥିବା କାର୍ଯ୍ୟ ଗୁଡ଼ିକ ପୁରଣ କରାଯାଇପାରିବ । ଖାସ କରି ସେହି କାର୍ଯ୍ୟଗୁଡ଼ିକ ଯାହାକୁ ପୁରଣ କରିବା ପାଇଁ ଉଚ୍ଚ ଅଧିକାରୀ ମାନଙ୍କର ସ୍ୱୀକୃତୀ ଦରକାର ଥିଲା । ଆଜି ଆପଣ ନୂଆ କାର୍ଯ୍ୟର ପ୍ରାରମ୍ଭ କିମ୍ବା ଏହାର ଯୋଜନା ବନାଇପାରିବେ । ଚାକିରି କିମ୍ବା ବ୍ୟବସାୟରେ ଲାଭ ପ୍ରାପ୍ତି ହେବ । ମହିଳା ମିତ୍ର ଆପଣଙ୍କ ପ୍ରଗତିରେ ସହାଯକ ହେବେ । ଆର୍ଥିକ ଲାଭ ଦୃଷ୍ଟିରୁ ଆଜିର ଦିନ ବହୁତ ଭଲ ରହିବ । ଯାତ୍ରାରେ ଅନପେକ୍ଷିତ ବାଧା ଆସିପାରେ । ଆଜି କୌଣସି ନୂଆ କାର୍ଯ୍ୟର ପ୍ରାରମ୍ଭ କରନ୍ତୁ ନାହିଁ । ଆଧ୍ୟାତ୍ମିକ ସିଦ୍ଧି ପ୍ରାପ୍ତି ହେବାର ଯୋଗ ଅଛି । ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ ।

ମିଥୁନି

ଆଜି ଆପଣଙ୍କ ଘରେ ଖୁସିର ପରିବେଶ ରହିବେ । ଆଜି ଆପଣ ଏବଂ ଆପଣଙ୍କ ଘରଲୋକେ ମଉଜ ମଜଲିସରେ ମଜ୍ଜି ରହିବେ । ବିଦେଶରୁ ମଧ୍ୟ ଆପଣଙ୍କ ଆତ୍ମୀୟ ସଜ୍ଜନ ଆସି ପାରନ୍ତି । ତାଙ୍କୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତ ରୁହନ୍ତୁ । କୌଣସି ପ୍ରକାରର ସଙ୍କଟରେ ନ ପଡ଼ନନ୍ତୁ ସେଥିପାଇଁ ଦେଖିଚାହିଁ କାର୍ଯ୍ୟ କରିବାକୁ ଉପଦେଶ । ବ୍ୟବସାୟ କ୍ଷେତ୍ରରେ ଆଜି ଅଧିକାରୀମାନଙ୍କ ସାଙ୍ଗରେ ଉଗ୍ର ଚର୍ଚ୍ଚା କରିବେ ନାହିଁ, ଅନ୍ୟଥା କ୍ଷତି ହେବାର ସମ୍ଭାବନା ଅଛି । ଗୃହସ୍ଥଜୀବନରେ ଆନନ୍ଦପୂର୍ଣ୍ଣ ବାତାବରଣ ରହିବ | ମାତାଙ୍କର ସ୍ଵାସ୍ଥ୍ୟର ଚିନ୍ତା ହୋଇପାରେ । ସମ୍ବନ୍ଧିମାନଙ୍କ ସହିତ ମନମାଳିନ୍ୟର ପ୍ରସଙ୍ଗ ବନିପାରେ । ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ ।

କର୍କଟ

କୌଣସି ଆଇନଗତ ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ । ସବୁ କିଛି ଠିକ୍ ହୋଇଯିବ କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି । ଚାକିରି କିମ୍ବା ବ୍ୟବସାୟରେ ସଫଳତା ପାଇବାରୁ ତଥା ଉଚ୍ଚ ପଦାଧିକାରିମାନଙ୍କର ପ୍ରୋତ୍ସାହକ ବ୍ୟବହାରରେ ଆପଣ ଅତ୍ୟନ୍ତ ପ୍ରସନ୍ନତା ଅନୁଭବ କରିବେ । ବ୍ୟାପାରିମାନଙ୍କର ବ୍ୟାପାରରେ ବୃଦ୍ଧି ହେବ ଏବଂ ବାକୀ ପଡ଼ିଥିବା ରାଶି ପ୍ରାପ୍ତ ହେବ,ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

ସିଂହ

ଆପଣ ଆଶାକରିଥିବା ଛୋଟ ଧରଣର ଯାତ୍ରାପାଇଁ ଆପଣ କୁଆଡେ ଯାଇପାରନ୍ତି । ଏହିଭଳି ଭଲ ସୁଯୋଗକୁ ହାତଛଡା କରନ୍ତୁ ନାହିଁ । ନିଜର କାର୍ଯ୍ୟ ଜନିତ ହେଉ କିମ୍ବା ବ୍ୟକ୍ତିଗତ ସୁଖ ପାଇଁ ହେଉ ଏହିଯାତ୍ରା ପଛରେ କିଛି ମହତ୍ତ୍ୱ ରହିଛି । ଆଜି ଆପଣଙ୍କୁ ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖିବାକୁ ପଡ଼ିବ । ଶରୀରରେ ଫୁର୍ତ୍ତିର ଅଭାବ ରହିପାରେ । କୌଣସି ଧାର୍ମିକ କିମ୍ବା ମାଙ୍ଗଳିକ ପ୍ରସଂଗରେ ଆପଣଙ୍କ ଉପସ୍ଥିତି ରହିବ । ତୀର୍ଥ ଯାତ୍ରା କରିପାରନ୍ତି । ଚାକିରି, ବ୍ୟବସାୟ ସ୍ଥଳରେ ତଥା ପରିବାରରେ ମନମାଳିନ୍ୟ ହୋଇପାରେ,ପ୍ରତିକାର:- ଗ୍ରାମ ଦେବତୀଙ୍କୁ ବୁନ୍ଦି ଭୋଗ କରି ପିଲାମାନଙ୍କୁ ବାଣ୍ଟି ଦେବେ ।

କନ୍ୟା

ଆଜିର ଦିନ ବିଶ୍ରାମ କରନ୍ତୁ ଏବଂ ମିତ୍ର ମାନଙ୍କ ଗହଣରେ କଟାନ୍ତୁ । କିଛି ଦିନ ପୂର୍ବରୁ ମାନସିକ ଚ଼ିନ୍ତା ଯୋଗୁଁ ଆପଣ କିଛି ଭଲ ଅନୁଭବ କରୁନଥିଲେ କିନ୍ତୁ ଆଜି ଆପଣଙ୍କର ସବୁ ଚ଼ିନ୍ତା ଦୁର ହୋଇଯାଇଛି । ଶୁଭ କିମ୍ବା ଧାର୍ମିକ ମୁହୂର୍ତ୍ତରେ ଯାତ୍ରାର ଆୟୋଜନ ହେବ । ଭାଇ-ବନ୍ଧୁମାନଙ୍କ ସହିତ ସୌହାର୍ଦ୍ୟ ପୂର୍ଣ୍ଣ ବାତାବରଣରେ ଘରୋଇ ପ୍ରଶ୍ନର ଚର୍ଚ୍ଚା ହେବ । ବ୍ୟାବହାରିକ ଅବସରରେ ବାହରକୁ ଯାତ୍ରା କରିବେ । ବିଦେଶରୁ ଭଲ ସମାଚାର ଆସିବ |ଆପଣ କିଛି ଅଧିକ ସମ୍ବେଦନଶୀଳତା ହୋଇପାରନ୍ତି । ପାଣିକୁ ସମ୍ଭାଳି କରି ରୁହନ୍ତୁ । ସମୟାନୁସାରେ ଭୋଜନର ବ୍ୟବସ୍ଥା ହୋଇନପାରେ । ଚାକିରିପେଶା ଲୋକମାନଙ୍କୁ କିଛି ସମସ୍ୟା ହୋଇପାରେ । ଜମି ସମ୍ପତ୍ତିର କାର୍ଯ୍ୟଗୁଡ଼ିକରେ ସାବଧାନ ରହିବେ । ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ ।

ତୁଳା

ଯଦି ଆପଣଙ୍କୁ କୌଣସି ସାହାଯ୍ୟର ଆବଶ୍ୟକତା ଥାଏ ତାହେଲେ ନିଜ ଲୋକଙ୍କ ଠାରୁ ସାହାଯ୍ୟ ମାଗିବାରେ ଆପଣ ପଛଘୁଞ୍ଚା କରନ୍ତୁ ନାହିଁ । ଯେତେ ସହଜରେ ଆପଣ ସାହାଯ୍ୟ କରନ୍ତି ସେତିକି ସେମାନେ ମଧ୍ୟ ଆପଣଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିବେ । କାର୍ଯ୍ୟ ସଫଳତାରେ ବିଳମ୍ବ ଏବଂ ଶାରୀରିକ ଅସ୍ଵସ୍ଥତା କାରଣରୁ ଆପଣ ହତାଶାର ଭାବନା ଅନୁଭବ କରିପାରନ୍ତି । ଅତ୍ୟଧିକ କାମର ବୋଝରେ ଆଳସ୍ୟ ଏବଂ ମାନସିକ ଅଣନିଶ୍ୱାସୀ ଲାଗିପାରେ । ଯଦି ସମ୍ଭବ ତେବେ ଆଜି ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ,ପ୍ରତିକାର:- ଶିବ ଲିଙ୍ଗ ଉପରେ କଞ୍ଚା କ୍ଷୀର ଢ଼ାଳନ୍ତୁ ।

ବିଛା

ଯଦି ଆପଣଙ୍କୁ ଏମିତି ଲାଗେ ଯେ ପରିବାରରେ ଯେ କୌଣସି ସମସ୍ୟା ଲାଗୁଛି ତାହାଲେ ଆପଣ ତାହାକୁ ନଷ୍ଟ କରିବା ପାଇଁ ଚ଼େଷ୍ଟା କରିବା ଉଚ଼ିତ୍ । ସମ୍ପର୍କ ମଧ୍ୟରେ ଫାଟ ସୃଷ୍ଟି ହେବାକୁ ଦିଅନ୍ତୁ ନାହିଁ । ଶାରୀରିକ ଏବଂ ମାନସିକ ସୁସ୍ଥତା ତଥା ସତେଜତା ଅନୁଭବ ହେବ । କୁଟୁମ୍ବଜନମାନଙ୍କ ତଥା ମିତ୍ରମାନଙ୍କ ସହିତ ଯାତ୍ରା ଏବଂ ପାର୍ଟିର ଆୟୋଜନ ହେବ । ମନୋରଞ୍ଜନ ପାଇଁ ସମସ୍ତ ସାମଗ୍ରୀ ଆଜି ଆପଣଙ୍କୁ ଉପଲବ୍ଧ ହେବ । ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

ଧନୁ

ଆପଣଙ୍କର ରଚ଼ନାତ୍ମକତାକୁ ଆଜି ସମ୍ମାନ ଦିଆଜିବ । ଆଜି ଆପଣ ଅନ୍ୟମାନଙ୍କୁ ଅସୁବିଧାର ସମାସ୍ୟାରୁ ବାହାରକୁ ବାହାରିବାର ରାସ୍ତା ମଧ୍ୟ କହିବେ । ଆଜି ଆପଣ ନୂଆ କାର୍ଯ୍ୟର ପ୍ରାରମ୍ଭ କିମ୍ବା ଏହାର ଯୋଜନା ବନାଇପାରିବେ । ଚାକିରି କିମ୍ବା ବ୍ୟବସାୟରେ ଲାଭ ପ୍ରାପ୍ତି ହେବ । ମହିଳା ମିତ୍ର ଆପଣଙ୍କ ପ୍ରଗତିରେ ସହାଯକ ହେବେ । ଆର୍ଥିକ ଲାଭ ଦୃଷ୍ଟିରୁ ଆଜିର ଦିନ ବହୁତ ଭଲ ରହିବ,ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

ମକର

ଆଜି ଦିନରେ ଆପଣ ଅସୁଖି ଅନୁଭବ କରି ପାରନ୍ତି । କିଛି ସାମାନ୍ୟ ଦୁଶ୍ଚିନ୍ତା ମଧ୍ୟରେ ସମୟ କାଟିପାରନ୍ତି । କିନ୍ତୁ ଖରାପ ସମୟ ଆପେ ଆପେ ଦୁରେଇଯିବ । ସାମୟିକ ଭାବରେ ନିରାପତ୍ତାର ଅଭାବ ଅନୁଭବ କରି ପାରନ୍ତି । ଆଜିର ଦିନ ପ୍ରତ୍ୟେକ କାର୍ଯ୍ୟରେ ପ୍ରତିକୂଳତା ଅନୁଭବ କରିବେ । ସ୍ଵାସ୍ଥ୍ୟ ଖରାପ ହୋଇପାରେ, ଧ୍ୟାନ ରଖିବେ । ପାରିବାରିକ ସଦସ୍ୟମାନଙ୍କ ସହିତ ମନମାଳିନ୍ୟ ହେବାରୁ ଅଶାନ୍ତି ହୋଇପାରେ । ବାଣୀ ଉପରେ ନିୟନ୍ତ୍ରଣ ରଖିବେ । ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ ।

କୁମ୍ଭ

ଆଜି ଆପଣଙ୍କୁ ନିଜ ଘରେ ପୂର୍ଣ୍ଣ ଦିନ ବିତାଇଲେ ଆଜି ଆପଣ ନିଜ ପରିବାରର ସୁନ୍ଦରତାକୁ ଚିହ୍ନି ପାରିବେ । ତାଙ୍କ ଦ୍ୱାରା ମିଲିଥିବା ସହଯୋଗ ଆପଣଙ୍କ ମନକୁ ସ୍ପର୍ଶ କରିବ । ଆଜିର ଦିନ ଆପଣଙ୍କୁ ଖୁସି ଏବଂ ସଫଳତା ମିଳିବ । ପାରିବାରିକ ସଦସ୍ୟମାନଙ୍କ ସହିତ ଘରେ ସୁଖ-ଶାନ୍ତିରେ ଦିନ କଟାଇବେ । ଚାକିରି କରୁଥିବା ଲୋକଙ୍କୁ ଲାଭ ହେବ । ପ୍ରତିଦ୍ୱନ୍ଦ୍ୱୀମାନଙ୍କୁ ପରାସ୍ତ କରି ପାରିବେ । କାର୍ଯ୍ୟରେ ଯଶ ମିଳିବ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ମୀନ

ଆଜି ଯେମିତିବି ହେଉ ଆପଣ ଆଇନଗତ ସମସ୍ୟାରୁ ମୁକ୍ତି ପାଇଯିବେ । ଆପଣଙ୍କର କୌଣସି କଳିରେ ସମ୍ପୃକ୍ତ ହେବାର ସଙ୍କେତ ଅଛି । ଯଦି ସମ୍ଭବ ହୁଏ ଏହି ଗମ୍ଭୀର ସମସ୍ୟାକୁ ଶାନ୍ତିପୂର୍ବକ ସମାଧାନ କରିବାକୁ ଚ଼େଷ୍ଟା କରନ୍ତୁ । ଲେଖନ, ସାହିତ୍ୟ କ୍ଷେତ୍ରରେ କିଛି ନୂଆ କରିବାର ଆପଣଙ୍କୁ ପ୍ରେରଣା ମିଳିବ । ବିଦ୍ୟାର୍ଥୀ ଅଧ୍ୟଯନରେ ଉତ୍ତମ ପ୍ରଦର୍ଶନ କରି ପାରିବେ । ପ୍ରଣୟରେ ସଫଳତା ଏବଂ ପ୍ରିୟ ବ୍ୟକ୍ତିମାନଙ୍କର ସହିତ ସାକ୍ଷାତକରି ଆପଣଙ୍କ ମନ ହର୍ଷିତ ହେବ,ପ୍ରତିକାର-ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

Leave a Reply

Your email address will not be published. Required fields are marked *