5 ଫେବୃୟାରୀ 2019 ମଙ୍ଗଳବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ବ୍ୟବସାୟ କ୍ଷେତ୍ରରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କଲେ କ୍ଷତିରେ ପଡିବେ । ଛାତ୍ରଛାତ୍ରୀମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ । କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେବେ । ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ । ରାଜନୀତି କ୍ଷେତ୍ରରେ ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ବିଶେଷ କରି ମହିଳାମାନେ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ । ପ୍ରତିକାର– ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ ।

ବୃଷ:-

ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ପରକଥାରେ ପଡି ପରିବାର ଲୋକଙ୍କୁ ଭୁଲ୍ ବୁଝି ପାରନ୍ତି । ପ୍ରତିକାର–ଗାଈକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ବ୍ୟବସାୟ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ ଓ ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପନେବେ । ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ । ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।

କର୍କଟ:–

କର୍ମକ୍ଷେତ୍ରରେ ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ । ମହିଳାମାନେ ଶୁଭ କାମ କରି ପ୍ରଶଂସିତ ହେବେ । ଛାତ୍ରଛାତ୍ରୀମାନଙ୍କର ସଭାସମିତିରେ ସାହିତ୍ୟଚର୍ଚ୍ଚାରେ ସଫଳତା ମିଳିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ରାଜନୀତି କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବାଣିଜ୍ୟ କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-

କର୍ମ କ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ । ମହିଳାମାନେ ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ରାଜନୈତିକ କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ ଓ ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ପ୍ରତିକାର–ଷଣ୍ଢକୁ ଗୁଡରୁଟି ଖୁଆନ୍ତୁ ।

କନ୍ୟା:-

କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ ଓ ସାମାଜିକ ସ୍ତରରେ ସମ୍ମାନଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ମହିଳାମାନେ ପରକଥାରେ ପଡି ପରିବାର ଲୋକଙ୍କୁ ଭୁଲ୍ ବୁଝିବେ ଓ ପିଲାମାନଙ୍କ ପାଇଁ ବ୍ୟସ୍ତ ବିବ୍ରତ ହେବେ । ବ୍ୟବସାୟ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନରେ ଦାଗ ଲାଗିବ । ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

ତୁଳା:-

ଶିକ୍ଷାକ୍ଷେତ୍ରରେ ଊତ୍ସାହ ଏବଂ ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ । ରାଜନୀତି କ୍ଷେତ୍ରରେ କଥା ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ । ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ମହିଳାମାନେ ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେନାହିଁ । କର୍ମକ୍ଷେତ୍ରରେ ମିଥ୍ୟା ଆରୋପ ଓ କଳଙ୍କ ଲାଗିବ । ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ । ବ୍ୟବସାୟରେ ଲାଭ ଅପେକ୍ଷା କ୍ଷତି ଅଧିକ ହେବ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ବିଛା:-

ମହିଳା ମାନଙ୍କର ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଶତୃମାନେ ପରାଜିତ ହେବେ । ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ । ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ । ବନ୍ଧୁ ପରିବାର ଠାରୁ ସୁଖ ମିଳିବ । ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ । ପ୍ରତିକାର– ଅସହାୟକୁ ନିରାଶ କରିବେ ନାହିଁ ।

ଧନୁ:-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ମହିଳାମାନେ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ପ୍ରତିକାର– ଚଣାଡାଲି ମନ୍ଦିରରେ ଦାନ କରନ୍ତୁ ।

ମକର:-

ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ । ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରିବାକୁ ପଡିବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ । ମହିଳାମାନେ ନୂତନ କର୍ମ ନିଯୁକ୍ତି ପାଇବେ । ପିତା ମାତାଙ୍କ ଠାରୁ ସହଯୋଗ ମିଳିବ । ପରିବାର ଓ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ରାଜନୀତି କାର୍ଯ୍ୟରେ ସାମାଜିକ ଉତ୍ସବରେ ଯୋଗ ଦେଲେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିପାରେ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ । ମହିଳାମାନେ ପିଲାମାନ ସଫଳତାରେ ଖୁସିହେବେ । କର୍ମକ୍ଷେତ୍ରରେ ଅଧିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ । ପ୍ରତିକାର– ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ମୀନ:-

ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ । ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ନୂତନ କର୍ମ ନିଯୁକ୍ତି ପାଇବେ । ଶତ୍ରୁବାଧା ଦୂରେଇ ଯିବ ଓ ଋଣରୁ ମୁକ୍ତି ମିଳିବ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

Leave a Reply

Your email address will not be published. Required fields are marked *