7 ନଭେମ୍ବର 2018 ବୁଧବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ।  କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ।  ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତିରେ ବୃଦ୍ଧି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ।  ମହିଳା ମାନେ କର୍ମକ୍ଷେତ୍ରରେ ଉନ୍ନତି  କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ।  ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ।  ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଘରୋଇ କର୍ମଚାରୀମାନେ ଦ୍ରୁତଗତିରେ କାର୍ଯ୍ୟ କରି ଆୟ ଅଧିକ ହେବେକୁ ଚେଷ୍ଟା କରିବେ। ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ।

ବୃଷ:-

ଚାକିରୀରେ କେତେକ ସ୍ଥଳରେ ବିବାଦ ଘଟିବା ଯୋଗେ ସମ୍ମାନ ଓ ଅପମାନ ପାଇବେ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ବ୍ୟବସାୟରେ ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ଅନେକ କ୍ଷେତ୍ରରେ ଲଜ୍ଜା ଅପମାନ ସହ୍ୟ କରିବାକୁ ପଡିପାରେ। ବ୍ୟୟ ବୃଦ୍ଧି ହେତୁ ଧନ ଆଶା କରିବା ନିରର୍ଥକ ହେବ। ମହିଳାମାନେ କୃତଜ୍ଞତା ଜ୍ଞାପନ କରିବେ ଓ ପରୋପକାର କରି ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ସାବଧାନରେ ଚଳିବା ଦରକାର ନତୁବା ପ୍ରତ୍ୟେକ କ୍ଷେତ୍ରରେ ପରିହାସ ମୂଳକ ହେବେ।

ମିଥୁନ:-

ବାଦ-ବିବାଦ, ପ୍ରତିଯୋଗୀତା-ପରୀକ୍ଷା, ଓ ମାଲିମୋକଦ୍ଦମାର ସମାଧାନ ହେବ। ଚାକିରୀକ୍ଷେତ୍ରରେ ସମ୍ମାନିତ ଓ ଜୟଯୁକ୍ତ ହେବେ। ପାରିବାରିକ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବେ। କିଣାବିକା ବ୍ୟବସାୟରେ ଅଧିକ ଲାଭ ହେବ। ମହିଳାମାନେ ବ୍ୟବସାୟରେ  ସାମାନ୍ୟ ଲାଭ ପାଇବେ । ଛାତ୍ରଛାତ୍ରୀମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ।

କର୍କଟ:-

ରାଜନୀତି କ୍ଷେତ୍ରରେ ପଦୋନ୍ନତି ହେବାର ସମ୍ଭାବନା ଅଛି। ମହିଳାମାନେ ସତ୍‌ କାର୍ଯ୍ୟରେ ଲିପ୍ତ ହେବେ ଓ ସମ୍ମାନିତା ମଧ୍ୟ ହେବେ। ବ୍ୟବସାୟରେ  ସାମାନ୍ୟ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରେମିକ ପ୍ରେମିକା ମାନଙ୍କର ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ। କୃଷିକର୍ମରେ ପରିଶ୍ରମ ଫଳରେ ଆଶାନୁରୂପ ଲାଭ ହେବ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ।

ସିଂହ:-

ସ୍ୱର୍ଣ୍ଣାଦି ଧାତୁ ଦ୍ରବ୍ୟ ବ୍ୟବସାୟରେ ମାଲିକମାନଙ୍କର ମନତୃପ୍ତ କରାଇବେ। ମହିଳାମାମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ। କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ।  ଅଶାନ୍ତିର ଝଡ ଶାନ୍ତ ହେବ। ଧନପ୍ରାପ୍ତିର ସୁଯୋଗ ଥିଲେ ମଧ୍ୟ ବ୍ୟୟ ଅଧିକ ହେବ। ଆୟ ବ୍ୟୟ ସମାନ ରହିବ। ଛାତ୍ରଛାତ୍ରୀମାନେ ବିଦ୍ୟାରତ ହେବେ। ଶରୀରପୀଡ଼ା କଷ୍ଟକର ହେବ।

କନ୍ୟା:-

ବ୍ୟବସାୟରେ ନିଜସ୍ଵାର୍ଥ ପାଇଁ ଠିକିଲେ ଶିଖିବା ସ୍ଵଭାବ  ପ୍ରକାଶ ପାଇବ ଓ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ। ମହିଳାମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ଯୁବକ ଯୁବତୀମାନଙ୍କର ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ। କୃଷିଜୀବିମାନେ କଷ୍ଟ କଲେ ଭଲ ଫଳ ପାଇବେ। ଚାକିରୀ କ୍ଷେତ୍ରରେ ହାତେମାପି ଚାଖଣ୍ଡେ ଚଳିବା ଦରକାର। ଖଳପ୍ରକୃତିର ଲୋକ ବିରୁଦ୍ଧରେ ଲାଗିବେ। ମହିଳାମାନେ ପରିବାର ମଧ୍ୟରେ ବାତ୍ସଲ୍ୟ ମମତାରେ ଆବଦ୍ଧ ରହିବେ। ପାରିବାରିକ କ୍ଷେତ୍ରରେ କିଛି ହରାଇ ମନ ବିଚଳିତ ହେବ।

ତୁଳା:-

ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ବନ୍ଧୁବାନ୍ଧବଙ୍କ ମଧ୍ୟରେ କଳହ ଓ ମନାନ୍ତର ଦୂରେଇ ଯିବ। ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା। ବ୍ୟବସାୟରେ ଦୃଢ଼ ପ୍ରତିଜ୍ଞାରେ ଆବଦ୍ଧ ରହି କେତେକ ସ୍ଥଳରେ ଲାଭବାନ ହେବେ। ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ଲାଭବାନ ହେବେ।

ବିଛା:-

ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ ଓ ବକେୟା ଅର୍ଥ କିଛି ଆଦାୟ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ  ସଦ୍ଭାବ ଦେଖାଦେବ। ମହିଳାମାନେ ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। କେତେକ ସ୍ଥାନରେ ଦୈବ ଦୁର୍ଘଟଣା ଯୋଗେ କ୍ଷତିହେବ। ଛାତ୍ରଛାତ୍ରୀମାନେ ସାଙ୍ଗମେଳ ହୋଇ ମୌଜ ମଜଲିଶ୍ ରେ ବ୍ୟସ୍ତ ରହିବେ। ଧର୍ମକାର୍ଯ୍ୟକୁ ମନ ବଳାଇଲେ ଯୋଗ ଦେଇପାରିବେ।

ଧନୁ:-

କେତେକ କାର୍ଯ୍ୟରେ ବିକ୍ରମଶାଳୀ ହେଲେ ମଧ୍ୟ ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀମାନେ ଆମୋଦ ପ୍ରମୋଦ ମନୋରଞ୍ଜନ କାର୍ଯ୍ୟରେ ମାତି ଅନ୍ୟ ମନସ୍କ ରହିବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ଓ ସନ୍ତୋଷ ଜନକ ହେବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ ଓ ଉନ୍ନତି ହେବାସହ ଗୃହବାହାନ ପ୍ରାପ୍ତି ହେବ।

ମକର:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ବ୍ୟବସାୟରେ ସାମାନ୍ୟ ଲାଭ ପାଇ ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇପାରିବେ। କର୍ମ ମୁଖରତା ଯୋଗେ ବିଛିନ୍ନ ହୋଇ ପଡିବା ଅସମ୍ଭବ ନୁହେଁ। ପାରିବାରିକ କ୍ଷେତ୍ରରେ ଦାମ୍ପତ୍ୟ କଳହକୁ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ମହିଳାମାମାନେ ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବେ ଓ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ।

କୁମ୍ଭ:-

ଯେଉଁ କାର୍ଯ୍ୟରେ ହାତ ଦେବେ ସବୁଥିରେ ଲାଭବାନ ହେବେ। ଧନଲାଭ କରିବାର ଆଶା ଦେଖାଯାଏ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ମହିଳାମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ମାଲିମୋକଦ୍ଦମା, ସାକ୍ଷାତକାରରେ ଜୟଲାଭ ହେବ। ଦାମ୍ପତ୍ୟ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ଚାକିରୀକ୍ଷେତ୍ରରେ ସରକାରୀ ଚାପ ପଡିଲେ ମଧ୍ୟ ସଫଳତା ମିଳିବ। ସତର୍କ ନ ରହିଲେ ମାନସିକ ବିଷାଦ ଓ ଭୟ ଆଶଙ୍କା ଗ୍ରସ୍ତ ହେବେ।

ମୀନ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ଛାତ୍ର ଛାତ୍ରୀମାନେ ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ରାଜନୀତି କ୍ଷେତ୍ରରେ ସ୍ଵାର୍ଥକୁ କେନ୍ଦ୍ରକରି ସବୁଥିରେ ପଶିବାର ସୁଯୋଗ  ପାଇବେ। ମହିଳାମାନଙ୍କର ଦାମ୍ପତ୍ୟ କଳହ ମେଣ୍ଟିଯିବ, ମାନସିକ ଶାନ୍ତିମିଳିବ, ପଶୁ ସମ୍ପଦପ୍ରାପ୍ତିହେବ, ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ଯୁବକ ଯୁବତୀମାନଙ୍କର ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ।

Leave a Reply

Your email address will not be published. Required fields are marked *