ଶନିବାର, 19 ଅକ୍ଟୋବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ ।

ବୃଷ

ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ନୂଆ ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । କୋର୍ଟ-କଚେରୀ ଧନ୍ଦା ମଧ୍ୟରେ ଆଶ୍ଵସ୍ତି ଅନୁଭବ କରିବେ । ରାଜନୀତିରେ ସଫଳତା ମିଳିବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ ।

ମିଥୁନ

ଶତୃମାନେ ମଥାନତ କରିବେ । ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହୋଇପାରେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ରାଜନୀତିରେ ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ ଦେଇ ପ୍ରଶଂସା ପାଇବେ । ବାଦ-ବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ଶୁଭକାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ ।

କର୍କଟ

ଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ । ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ହାତକୁ ନେବେ ଓ ସ୍ଥାନାନ୍ତରର ଭୟ ଦୂରେଇ ଯିବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ରାଜନୈତିକ କ୍ଷେତ୍ରରେ ନୂତନ ଦିଗ୍ଦର୍ଶନ ପାଇ ଅବହେଳିତ ଲୋକଙ୍କସହ ମିଳାମିଶା କରିଉଚ୍ଚ ପ୍ରଶଂସିତ ହେବେ । ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି । ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ଗୃହୋପକରଣ, ନୂତନଦ୍ରବ୍ୟ କ୍ରୟ କରିବେ । ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ ।

ସିଂହ

ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ । ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ଉପୁଜିବ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

କନ୍ୟା

ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ । ନୂତନ ସମ୍ପତି କ୍ରୟ କରି ପାରନ୍ତି । ମାନସିକ ଦୁଶ୍ଚିନ୍ତାଦୂରହେବ । ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ ।

ତୁଳା

ରାଜନୀତିରେ ଫାଇଦା ଉଠାଇବେ । ବ୍ୟବସାୟରେ ପ୍ରଚୁର ଲାଭହେବ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ । ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ଲାଗି ରହିଥିଲେ ଆଜି ତାହାର ସମାଧାନ କରିପାରିବେ ।

ବିଛା

ଅସହାୟ ଓ ନୀଚ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ । ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଉପରିସ୍ଥଙ୍କୁ ଆପଣାର କରି ପରିବାର ଜନଙ୍କ କୃପାଭାଜନ ହେବେ । ବିବାଦୀୟ ପରିସ୍ଥିତି ଯୋଗୁ ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ । ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ । ନୂତନବନ୍ଧୁଙ୍କ ଆଗମନ ହେବ । ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ । ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ । ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ ।

ଧନୁ

ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ନିଜର କାର୍ଯ୍ୟବ୍ୟସ୍ତତା ଯୋଗୁ ଛୋଟ ଛୋଟ କାମକୁ ବୁଝି ବିଚାରି ନକଲେ ଦ୍ଵନ୍ଦରେ ପଡିବେ । ପାରିବାରିକ ସ୍ଥିତିର ଅବ୍ୟବସ୍ଥିତତାକୁ ଆଧାର କରି ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ରାଜନୈତିକ କ୍ଷେତ୍ରରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ଲୋକଙ୍କ ସମ୍ପର୍କରେ ରହିବାପାଇଁ ଇଣ୍ଟରନେଟ୍ ରେ ଯୋଗାଯୋଗ କରିବେ ।

ମକର

ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ଅନେକ ସମସ୍ୟାର ସମାଧାନ ହେବ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ । ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ । ମହିଳା ମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉତ୍ତମ ରୋଜଗାର କରି ପାରିବେ ।

କୁମ୍ଭ

କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ରାଜନୈତିକ କ୍ଷେତ୍ରରେ ଜନସେବା ଦ୍ଵାରା ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପରିବାରର କେତେକ ସମସ୍ୟା ନେଇ ମାନସିକ ପୀଡା ଅନୁଭବ କରିବେ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଛାତ୍ର-ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ ।

ମୀନ

ଘର-ପରିବାରକୁ ପ୍ରାଥମିକତା ଦେଇ ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପାଇବେ । ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ । ବାଦ-ବିବାଦ, ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ବ୍ୟବସାୟରେ ଆର୍ଥୀକ କ୍ଷେତ୍ରରେ ଆଶାତୀତ ଉନ୍ନତି ହୋଇପାରେ ଓ ଧନ ଲାଭ ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ ।

Leave a Reply

Your email address will not be published. Required fields are marked *