ରାଶିଫଳ ଆମ ଆଗାମୀ ଜୀବନ ର ଘଟଣା ସମ୍ପର୍କ ରେ ସୂଚନା ଦେଇଥାଏ । ପ୍ରତ୍ୟକ ଦିନ ଗ୍ରହ ଚଳନ ଉପରେ ଆମର ଜୀବନ ନିର୍ଭର କରୁଛି । କିଛି ବି ପରିବର୍ତ୍ତନ ହେଲେ ଏହା ଆମ ଜୀବନ ଉପରେ ବହୁତ ଗଭୀର ପ୍ରଭାବ ପକାଇଥାଏ । ସବୁଦିନ ଗ୍ରହଙ୍କ ସ୍ଥିତି ଆମ ଭବିଷ୍ୟତ କୁ ପ୍ରଭାବିତ କରିଥାଏ, ଏହି ରାଶିଫଳ ରେ ଆପଣଙ୍କୁ ଚାକିରି, ବ୍ୟାପାର, ସ୍ୱାସ୍ଥ୍ୟ ଶିକ୍ଷା ଓ ବୈବାହିକ ଜୀବନ ର ତଥ୍ୟ ଦର୍ଶାଇଥାଏ । ସେଥିପାଇଁ କିଛି ବି କରିବା ଆଗରୁ ପ୍ରତ୍ୟକ ଦିନ ନିଜର ରାଶି ଫଳ ନିଶ୍ଚୟ ଦେଖନ୍ତୁ ଓ ଏହା ଅନୁସାରେ ସତର୍କ ରହି କାମ କରନ୍ତୁ । ଯଦି ଆପଣ ମଧ୍ୟ ଆପଣଙ୍କ ଦିନ କିପରି ଅତିବାହିତ ହେବ ଜାଣିବାକୁ ଇଛୁକ ଅଛନ୍ତି ତେବେ ନିମ୍ନ ରେ ପଢନ୍ତୁ ।
ମେଷ
ଆଜି ବୋଧେ ଆପଣ କୌଣସି ନୁଆ ସମ୍ପର୍କ ସ୍ଥାପନ କରିପାରନ୍ତି । ଆପଣଙ୍କର ଏହି ନୁଆ ବନ୍ଧୁ ଆପଣଙ୍କର ଖରାପ ସମୟରେ ମଧ୍ୟ ଆପଣଙ୍କ ସାଙ୍ଗରେ ରହିବ । ଆପଣ ଆଜି ଅନୁଭବ କରିବେ ଯେ ଆପଣ କେତେ ସୌଭାଗ୍ୟଶାଳି ଯେ ଆପଣଙ୍କୁ ଏହି ଭଳି ମିତ୍ର ମିଳିଛନ୍ତି । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପାରିବାରିକସ୍ତର ହସ ଖୁସିରେ କଟିବ । କର୍ମ ପ୍ରତି ହତୋତ୍ସାହ ଏବଂ ସ୍ଵାସ୍ଥ୍ୟରେ ଅବନତି ଦେଖାଦେବ । ପ୍ରତିକାର-ଉପହାର ସ୍ୱରୂପ ଲାଲରଙ୍ଗର ବସ୍ତ୍ର ଓ ଲାଲରଙ୍ଗର ବସ୍ତୁ ଗ୍ରହଣ କରନ୍ତୁ ନାହିଁ ।
ବୃଷ
ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ ମିଳିଯିବ । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସି ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ । ମନଭିତରେ ରାଗରେ ଜଳୁଥିଲେ ମଧ୍ୟ କିଛି କାହାକୁ କହିବାକୁ ସାହସ ହେବ ନାହିଁ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ସନ୍ତାନ ଯୋଗେ ଚିନ୍ତିତ ରହିବେ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।
ମିଥୁନ
ଆପଣଙ୍କ ଭିତରେ ରଚ଼ନାତ୍ମକତା ବହୁପରିମାଣରେ ଅଛି, ଆଜିକା ଦିନଟି ଆପଣ ଏହାର ସମ୍ପୂର୍ଣ୍ଣ ବ୍ୟବହାର କରିପାରନ୍ତି । ଆପଣ ବହୁଦିନରୁ କିଛି କହିବାକୁ ଚ଼ାହୁଁଛନ୍ତି କିନ୍ତୁ କରିପାରୁନାହାନ୍ତି । ଆଜିକା ଦିନଟିକୁ ବ୍ୟବହାର କରି ଆପଣ ନିଜର ରଚ଼ନାତ୍ମକତାକୁ ଅଭିବ୍ୟକ୍ତ କରି ପାରନ୍ତି । ବିଦ୍ୟାରେ ଉନ୍ନତି କରିବେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପାରିବାରିକ ପରିସ୍ଥିତି ଯୋଗୁ କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।
କର୍କଟ
ଆଜି ଆପଣଙ୍କୁ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ, କାରଣ କିଛି ଭୁଲ ବୁଝାମଣା ଯୋଗୁଁ ଆପଣ ଏବଂ ଆପଣଙ୍କ ସମ୍ପର୍କୀୟମାନଙ୍କ ମଧ୍ୟରେ କଳି ହୋଇପାରେ । ଘର ଏବଂ ବାହାରର କାର୍ଯ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା ଆଜି ଆପଣଙ୍କର ମୂଳମନ୍ତ୍ର ହେବା ଉଚ଼ିତ୍ । ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଏବଂ ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ-ବିବାଦ କରନ୍ତୁ ନାହିଁ । ଆମୋଦ-ପ୍ରମୋଦ ସମ୍ବନ୍ଧିତ ବସ୍ତୁକୁ କିଣିବା ଯୋଗୁଁ କ୍ରେତାଙ୍କର ଖର୍ଚ୍ଚ ଅଧିକ ହେବାର ଆଶଂକା ଅଛି । ବ୍ୟବସାୟ କ୍ଷେତ୍ରରେ ବାତାବରଣ ଭଲ ରହିବ । ଆପଣଙ୍କ କାମରେ ଭଲ ବୃଦ୍ଧି ହେବ । ସ୍ଵାସ୍ଥ୍ୟ ପାଇଁ ଆଜିର ଦିନ ଭଲ । ପ୍ରତିକାର– ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।
ସିଂହ
ଆଜି ଆପଣଙ୍କ ମାନସିକ ଶକ୍ତି ଏହାର ଚ଼ରମ ସୀମାରେ ରହିବ । ଆପଣଙ୍କୁ ଅସୁବିଧା ଅବସର ଭଳି ଲାଗିବ ଏବଂ ଏହା ଆପଣଙ୍କ ପାଇଁ ବହୁତ ଲାଭ ଦାୟକ ହେବ । ବିପଦ ସହ ସଂଗ୍ରାମ କରିବାର ଆପଣଙ୍କର ଏହି ସ୍ୱଭାବ ଆପଣଙ୍କୁ ଆଗେଇ ନେବ । ଆଜ ଦିନ ଭଲ ଅଛି, ଆପଣ କାହା ସହିତ ଅଧିକ ବାଦ-ବିବାଦ କରନ୍ତୁ ନାହିଁ, ତାହାହିଁ ଆପଣଙ୍କ ପାଇଁ ହିତକର ହେବ । ଧାର୍ମିକ କାର୍ଯ୍ୟଗୁଡ଼ିକରେ ଏବଂ ଉପାସନାର ପଛରେ ଧନ ଖର୍ଚ୍ଚ ହୋଇପାରେ । ପରିଜନମାନଙ୍କ ସହିତ ମନମାଳିନ୍ୟ ନହେଉ ସେଥିପାଇଁ ବାଣୀକୁ ନିୟନ୍ତ୍ରିତ ରଖିବେ |ଆଜିର ଦିନ ଆପଣଙ୍କ ଆମଦନୀ ଭଲ ହେବାର ସଂକେତ ମିଳୁଛି । ଏହା ଫଳରେ ଆପଣଙ୍କୁ ଖୁସି ମିଳିବ । ପ୍ରେମ ସମ୍ବନ୍ଧରେ ସାଥୀର ମନକୁ ଛୁଇଁଲାଭଳି କଥା ହୋଇପାରେ |ପ୍ରତିକାର–ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।
କନ୍ୟା
ଆଜି ଆପଣଙ୍କର ନୂଆ ପରିଚୟ ଦ୍ୱାରା ନୂଆ ବନ୍ଧୁ କରିବେ । ଭଲ ହେବ ଯଦି ଆପଣ ଏହି ଦିଗରେ ପ୍ରଥମେ ପାଦ ବଢାଇବେ ଏବଂ କଥା ଆରମ୍ଭ କରିବେ । ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ କଟାଇଲେ ଶୁଭ ହେବ । ସ୍ଵାସ୍ଥ୍ୟ ଦୃଷ୍ଟିରୁ ଆଜି ଆପଣ ଆନନ୍ଦିତ ରହିବେ । ମିତ୍ର ତଥା ସମ୍ବନ୍ଧିମାନଙ୍କ ସହିତ ବୁଲିବାକୁ ଯିବାକୁ ଯୋଜନା ବନାଇବେ ଏବଂ ଆନନ୍ଦପ୍ରଦ ଯାତ୍ରା ମଧ୍ୟ କରି ପାରିବେ । ସାମାଜିକ ରୂପରେ ସମ୍ମାନ ପ୍ରାପ୍ତି ହେବ । ଭାଗିଦାରୀଙ୍କ ସହିତ ଚର୍ଚ୍ଚା ସକାରାତ୍ମକ ହେବ,ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।
ତୁଳା
ଆଜି ଆପଣ ନିଜ କଥା ଦ୍ଵାରା ଲୋକଙ୍କୁ ପ୍ରଭାବିତ କରିବେ, ଆପଣଙ୍କ ସମ୍ପର୍କୀୟ ଲୋକ ଆପଣଙ୍କୁ ହଇରାଣ କରି ପାରନ୍ତି । ଆଜି ଧନ ଲାଭ ପ୍ରାପ୍ତ ହବ, ଅଧିକ ଲୋକଙ୍କ ଉପରେ ଟଙ୍କା କଥା ଉପରେ ଭରସା କରନ୍ତୁ ନାହିଁ । ଆଜି ଆପଣଙ୍କ ଆର୍ଥିକ ଯୋଜନା ସଫଳ ହୋଇବ, ଆପଣ ଘର ଓ କାର୍ଯ୍ୟ ମଧ୍ୟରେ ସଠିକ ସନ୍ତୁଳନ ବନେଇ ରଖିବେ । କିଛି ଲୋକଙ୍କ ଜୀବନରେ ପ୍ରେମ ଜାଗା ନେଇ ପାରେ ।
ବିଛା
ଆଜି କାମ ଭଲ ରହିବ, ଖାଦ୍ୟ ପ୍ରତି ସଚେତ ରୁହନ୍ତୁ, ଘର ଲୋକଙ୍କ ସହ ରହିଥିବା ସମୟ ଆପଣଙ୍କ ପାଇଁ ବହୁତ ଆନନ୍ଦପୂର୍ଣ ରହିବ । ବହୁତ ସମୟ ଧରି ଭାରି ଲାଭ ପ୍ରାପ୍ତ କରି ପାରିବେ, ନୂଆ କାର୍ଯ୍ୟ ପାଇଁ ନିବେଶ କରି ପାରନ୍ତି ସମୟ ଶୁଭ ଅଟେ । ଆପଣଙ୍କ ଛାଇକିରି ବା ବ୍ୟବସାୟ କ୍ଷେତ୍ର ରେ ସ୍ପର୍ଦ୍ଧା ଯୁକ୍ତ ରହିବ, ଲୋକଙ୍କୁ ଆଜି ନିବେଶ କରିବାରୁ ବଞ୍ଚିବା ଉଚିତ, ଅଳସୁଆ ଅନୁଭବ କରିବେ ।
ଧନୁ
ଆଜି ଆପଣ ନିଜ ଶତ୍ରୁମାନଙ୍କ ଉପରେ ବିଜୟ ପ୍ରାପ୍ତ କରିବେ, ଆପଣ ସାମୁହିକ କାର୍ଯ୍ୟ ରେ ଭାଗ ନେଇ ପାରନ୍ତି । ବିଦ୍ୟାର୍ଥୀମାନଙ୍କ ପାଇଁ ଦିନ ଟିକେ ସମସ୍ୟା ହୋଇ ପାରେ, କିଛି ଅନାଆବଶ୍ୟକ ଖର୍ଚ ସାମ୍ନା କୁ ଆସି ପାରେ । ଅଟକି ଥିବା ଟଙ୍କା ଆଜି ଫେରିକି ପାଇ ପାରନ୍ତି, ଧନ ପ୍ରାପ୍ତି ପାଇଁ ବହୁତ ଭଲ ଅବସର ଅଟେ ।
ମକର
ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ । ଆଜିର ଦିନ ମଧ୍ୟମ ଫଳଦାୟୀ ଅଟେ । ସ୍ଵାସ୍ଥ୍ୟରେ ଖରାପ ହୋଇପାରେ । ଡାହାଣପଟ ଆଖିରେ ଯନ୍ତ୍ରଣା ହୋଇପାରେ । ପରିଜନମାନଙ୍କ ସହିତ ମନମାଳିନ୍ୟ ହୋଇପାରେ । ବିଦ୍ୟାର୍ଥିମାନଙ୍କପାଇଁ କଡ଼ା ପରିଶ୍ରମ କରିବାକୁ ହେବ । ପ୍ରତିକାର- ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।
କୁମ୍ଭ
ଆଜି ଆପଣ ଜାଣିପାରିବେ ଆପଣଙ୍କ ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ବନ୍ଧୁମାନେ ସବୁବେଳେ ଆଗଭର ଅଟନ୍ତି । ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ । ଘରେ ଆନନ୍ଦ ଉଲ୍ଲାସର ବାତାବରଣ ରହିବ । ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟ ସରଳତାରେ ସମ୍ପୂର୍ଣ୍ଣ ହେବ । ବ୍ୟାପାରିମାନଙ୍କୁ ବ୍ୟାପାରରେ ଭଲ ସୁଯୋଗ ମିଳିବ ଏବଂ ଆୟରେ ବୃଦ୍ଧି ହେବ । ଚାକିରି କରୁଥିବା ଲୋକମାନଙ୍କ ପାଇଁ ପ୍ରଗତିର ମାର୍ଗ ଖୋଲିବ,ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।
ମୀନ
କିଛି ସମୟରୁ ଆପଣଙ୍କ ଘରେ ଛୋଟଛୋଟ କଥାକୁ ନେଇ ଝଗଡା ସୃଷ୍ଟି ହେଉଛି । କିନ୍ତୁ ଆଜି ଆପଣ ଏହି ଝଗଡାକୁ ସମାପ୍ତ କରି ହିଁ ଦିଅନ୍ତୁ । ଆଜି ଆପଣ ନିଜର ଚେଷ୍ଟାରେ ଏହି କାର୍ଯ୍ୟଟି କରି ହିଁ ନିଅନ୍ତୁ । ଆଜି ଉତ୍ସାହର ଅଭାବ ରହିବ । ସନ୍ତାନମାଙ୍କର ସମସ୍ୟା ଏହାର କାରଣ ହୋଇପାରେ । ବ୍ୟବସାୟ ଏବଂ ଚାକିରିରେ ଅସୁବିଧା ସୃଷ୍ଟି ହେବ । କଷ୍ଟ ବିଚାର, ବ୍ୟବହାର କିମ୍ବା ଆୟୋଜନ କରିବା ପୂର୍ବରୁ ବିଚାର କରିବାର ଆବଶ୍ୟକତା ଅଛି, ପ୍ରତିକାର–ଘରୁ ବହାରିବା ସମୟରେ ମିଠାଦହି ଖାଇ ବାହାରନ୍ତୁ ।