ଆଜିର ରାଶିଫଳ, 16 ଅଗଷ୍ଟ 2021 ସୋମବାର – ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ମେଷ:-

ପରିବାରର ସମସ୍ୟା ସମାଧାନ ହୋଇଯିବ ଓ ଆର୍ଥିକ ଉନ୍ନତି ଫଳରେ ଶାନ୍ତି ପାଇବେ। ନିଜର ବୁଦ୍ଧି, ବିବେକ ଖଟାଇ ଅର୍ଥସମସ୍ୟାର ସମାଧାନ କରିପାରିବେ। ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ ଓ ସ୍ୱାସ୍ଥ୍ୟ ଠିକ୍ ରହିବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ଠାରୁ ଉଚ୍ଚ ସମ୍ମାନ ପାଇବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବୃଷ:-

କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ। ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡ଼ା ଅନୁଭବ କରିବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-

ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ସରକାରୀ କର୍ମଚାରୀମାନଙ୍କର ଉନ୍ନତିହେବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ବ୍ୟବସାୟରେ ପ୍ରଚୁର ଲାଭ ହେବ। ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଓ ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ। କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ପାରିବାରିକ ଜୀବନ ସୁଖମୟ ହେବ। ମାନସିକ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବାଦବିବାଦ, ମାଲି ମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମନ ଖୁସି ହୋଇ ପାରେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ପାରିବାରିକ ଜୀବନ ଆନନ୍ଦରେ କଟିବ ଓ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧିହେବ। ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ସୁନା, ରୂପା, ଅଳଙ୍କାର ଇତ୍ୟାଦି ବ୍ୟବସାୟରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ତୁଳା:-

କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଶାନ୍ତି ପାଇବା ସହ ଶାରିରୀକ ସୁସ୍ଥତା ଦେଖା ଦେବ। ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ହେବାସହ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ। କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ। ନୂତନ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ରାଜନୀତିରେ ପରୋପକାର ସମାଜସେବା କାର୍ଯ୍ୟରେ କୃତକାର୍ଯ୍ୟ ହେବେ। ବିଦ୍ୟା ଓ ଖେଳରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ।ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ମକର:-

ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତି ହେବ। କୁଟୁମ୍ବ ଓ ପାରିବାରିକ କ୍ଷେତ୍ରରେ ସାମାଜିକ ପତିଆରା ଅମଳିନ ରହିବା ସହ ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆନନ୍ଦିତ ହେବେ। ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ। ବାକିଥିବା ଅର୍ଥ ଆଦାୟ ହେବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ରାଜନୀତିରେ ଲୋକପ୍ରିୟତା, ବିଦ୍ୟାରେଉନ୍ନତି, ଖେଳରେ ପ୍ରଶଂସା, କୃଷିରେ ମନନିବେଶ କରିବେ। ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Leave a Reply

Your email address will not be published. Required fields are marked *