ଆଜିର ରାଶିଫଳ, 18 ଅଗଷ୍ଟ 2021 ବୁଧବାର – ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମରେ ହେବ ଉନ୍ନତି

ମେଷ:-

ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ। ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ସମାଜ ସେବା ଓ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ।

ବୃଷ:-

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ।  ପୁରାତନ ରୋଗରୁ ମୁକ୍ତି ମିଳିବ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ। ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବେ। କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ମିଥୁନ:-

ଅଧିକାରୀ କାମରେ ପ୍ରସନ୍ନ ରହିବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ବ୍ୟବସାୟମାନେ ଅଧିକ ଲାଭ କରିବେ। କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ  ଅଧିକ ମହତ୍ତ୍ୱ ଦେବେ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ବ୍ୟବସାୟମାନେ ଅଧିକ ଲାଭ କରିବେ। କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ  ଅଧିକ ମହତ୍ତ୍ୱ ଦେବେ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବନ୍ଧୁଙ୍କଠାରୁ ସାହାଯ୍ୟ ମିଳିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ। ଦୂରଯାତ୍ରା କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ଅଳ୍ପରେ ସନ୍ତୁଷ୍ଟ ହେବେ। କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଭଗୀଦାରିକ୍ଷେତ୍ରରେ ଆଖିବନ୍ଦ କରି ଯେକୌଣସି ପଦକ୍ଷେପ ନେଇ ପାରନ୍ତି। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। ରାଜନୀତି କ୍ଷେତ୍ରରେ ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ। ପୁରାତନ ରୋଗର ପ୍ରକୋପ ଉପଶମ ହେବ। ଅଚାନକ ଧନପ୍ରାପ୍ତିହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ସୁଖଶାନ୍ତିରେ ଦିନଟି କଟାଇବେ।  ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ତୁଳା:-

ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଋଣ ଭରଣା ପାଇଁ ଚେଷ୍ଟା କରିବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ବିଚ୍ଛା:-

ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ। ଋଣ ଭରଣାରେ ସହଜ ହେବ। ଗୃହବାହନ ପ୍ରାପ୍ତି ହେବ। ବନ୍ଧୁଙ୍କ ସାହାଯ୍ୟ କ୍ରମେ ଖେଳକୁଦରେ ବିଜୟୀ ହେବେ। ଦୂରଯାତ୍ରାରେ ମିତ୍ରମାନଙ୍କଦ୍ୱାରା ଅନେକକାର୍ଯ୍ୟରେ ସଫଳତା ମିଳିବ। ଆକସ୍ମିକ ଧନଲାଭ ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଭ୍ରମଣ ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭପାଇବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ଆୟ ଉତ୍ତମ ହେବ ଓ କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇ ପାରନ୍ତି । ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମକର:-

ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ। ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ। କାରବାରରେ ସ୍ଥିତି ଠିକ୍ ରହିବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହି ପ୍ରସଂଶା ପାଇବେ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

କୁମ୍ଭ:-

ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ରୋଗୀ, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ବିତିଯାଇଥିବା ମାମଲାରେ ସଫଳତା ମିଳିବ। ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଆଶାତୀତ ଲାଭ ଉଠେଇବେ। ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ଖର୍ଚ୍ଚ ବଢ଼ିବାଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମୀନ:-

ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ଉତ୍ତମ ରୋଜଗାର କରିପାରିବେ। ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଆର୍ଥିକସ୍ଥିତି ପୂର୍ବପରି ରହିବ। ସାମୟିକ ଚିନ୍ତା ଦୂରହେବ। ପିଲାଙ୍କସହ ଖୁସିରେ ରହିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷକରି ମନ ଖୁସି ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Leave a Reply

Your email address will not be published. Required fields are marked *