ଆଜିର ରାଶିଫଳ, 21 ଅଗଷ୍ଟ 2021 ଶନିବାର – ଆଜି କେମିତି ରହିବ ଆପଣଙ୍କ ଦିନ

ମେଷ:-

ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପ୍ରତିକାର:-ହଳଦୀ ଚନ୍ଦନ ମଥାରେ ଲଗାନ୍ତୁ।

ବୃଷ:-

ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବେ। ବାଦବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ସବୁ ଭଲ ଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ। କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହୋଇ ପାରନ୍ତି। ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାର– କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ହୋଟେଲ, ରେଡିମେଡ୍ ବସ୍ତ୍ର, ତେଲ ବ୍ୟବସାୟୀ, ମଡେଲିଂ, କଳାକାର, ଶିଳ୍ପକାରୀ ଓ ପନିପରିବା ଫସଲ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ସମୟ ଆନନ୍ଦମୟ ହେବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ମଧ୍ୟ ଲାଭହେବ। ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ବନ୍ଧୁ ମିଳନରେ ମହିଳାମାନଙ୍କ ମନ ପ୍ରଫୁ୍ଲ୍ଲ ରହିବ। ପରିବା ଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉଚ୍ଚପ୍ରଶଂସିତ ହେବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ପ୍ରତିକାର– ମୁହଁ ମିଠାକରି ଘରୁ ବାହାରନ୍ତୁ।

କନ୍ୟା:-

ଲୋକସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ସନ୍ତାନ ଯୋଗେ ଆନନ୍ଦିତ ହେବେ। ଛାତ୍ର-ଛାତ୍ରୀମାନେ ବିଦ୍ୟାରେ ଉନ୍ନତି କରିବେ ଓ ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ଭାଗ୍ୟ ଆପଣଙ୍କ ପାଇଁ ବୈମାତୃକ ମନୋଭାବ ସୃଷ୍ଟି କରିବ। ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ବ୍ୟବସାୟ କ୍ଷେତ୍ରରୁ ସାମାନ୍ୟ ଲାଭପ୍ରଦ ହେବେ। ତୀର୍ଥ ଯାତ୍ରା ଓ ଦେବ ଦର୍ଶନ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ। ପ୍ରତିକାର– କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟିତ ହେବେ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ବାଦବିବାଦ, ମାଲି ମକଦ୍ଦମାର ସମାଧାନ ହେବ। ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରି ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି। ଛାତ୍ର-ଛାତ୍ରୀମାନଙ୍କର ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଜନସେବାରେ ନିଜକୁ ନିୟୋଜିତ କରିବେ। ରାଜନେତାମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଅଚାନକ ଧନପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଶାନ୍ତି ପାଇବେ। ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ। ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। ବ୍ୟବସାୟରେ ସାଧାରଣ ପରିଶ୍ରମ ଫଳରେ ଅଧିକ ଉନ୍ନତି ହେବ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ପ୍ରତିକାର–ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ମୀନ:-

ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଥିଲେ ସମାଧାନ ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନବୃଦ୍ଧି ହେବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ। ବାକିଥିବା ଅର୍ଥ ପ୍ରାପ୍ତି ହେବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇ ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Leave a Reply

Your email address will not be published. Required fields are marked *