ଆଜିର ରାଶିଫଳ, 23 ଅଗଷ୍ଟ 2021 ସୋମବାର – ଆଜି କେମିତି ରହିବ ଆପଣଙ୍କ ଦିନ

ମେଷ:-

ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଶତୃ ପରାଜିତ ହେବେ । ବାକିଥିବା ଅର୍ଥପ୍ରାପ୍ତି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ । ବ୍ୟବସାୟରେ ଭାଗୀଦାରମାନଙ୍କ ସହ ମତାନ୍ତର ମେଣ୍ଟିଯିବ । କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ । ସ୍ୱାସ୍ଥ୍ୟ ଠିକ୍ ରହି ନ ପାରେ । ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟି ଯିବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ପରିବାରର କେତେକ ସମସ୍ୟା ସମାଧାନ ନେଇ ମାନସିକ ଶାନ୍ତି ଅନୁଭବ କରିବେ । ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହୋଇ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ଆର୍ଥିକସ୍ଥିତିରେ ସୁଧାର ଆସିବ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ନକରିବା ଉଚିତ୍ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ । ସ୍ୱାସ୍ଥ୍ୟ ଭଲ ରହିବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

କର୍ମକ୍ଷେତ୍ରଟି ସୁଦୃଢ ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ମହିଳାମାନେ ହସ ଖୁସିରେ ଚଳିବେ । ରାଜନୀତିରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ ସତର୍କ ରହିଲେ ଆର୍ଥିକ ଭରସାମ୍ୟ ରକ୍ଷାକରୀ ପାରିବେ ଓ ଶାନ୍ତିର ନିଃଶ୍ଵାସ ମାରି ପାରିବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ପ୍ରତିକାର– କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ ଓ ଆଶା ମୁତାବକ ଫଳ ପାଇବେ । ବାଦବିବାଦ, ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । ବକେୟା ଅର୍ଥ କିଛି ମିଳିବ । ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

କର୍ମକ୍ଷେତ୍ରରେ ପଦୋନ୍ନତି ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ନୂତନ ଯାନକ୍ରୟ, ଗୃହନିର୍ମାଣ ଆଦି କରି ପାରିବେ । ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ ରେ ଲାଭବାନ ହେବେ । ମାଲିମୋକଦ୍ଦମାରେ ସଫଳତା ମିଳିବ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ବିଗୁଣ ଲାଭ କରିବେ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ଯାତ୍ରାଫଳରେ ଉତ୍ସାହିତ ହେବେ ଓ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ । ପ୍ରତିକାର–ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ତୁଳା:-

କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦପଦବୀ ଲାଭ ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ଓ ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ । ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ । ଅତି ନିକଟର ବନ୍ଧୁବାନ୍ଧବଙ୍କସହ ଅତି ପ୍ରିୟତା ସୃଷ୍ଟିହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ଆର୍ଥିକ ସ୍ଥିତି ସ୍ଵଛଳ ରହିବ । ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗର ସହାୟତା ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ । ପ୍ରତିକାର– ମୁହଁ ମିଠାକରି ଘରୁ ବାହାରନ୍ତୁ ।

ଧନୁ:-

କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ । ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ । କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟ ବୃଦ୍ଧି କରିବାର ଇଚ୍ଛା ଜାଗ୍ରତ ହେବ । ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ । ପରିବାର ଭିତରେ ଜଗିରଖି ନଚଳିଲେ କଳହ ସୃଷ୍ଟି ହେବାର ସମ୍ଭାବନା । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ମକର:-

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି । ଅଟକିଥିବା କାର୍ଯ୍ୟ ପୂରଣ ହେବ । କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ଦୂରସ୍ଥାନକୁ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ପ୍ରତିକାର–ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-

କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ । କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ । ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ । ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀହେବେ । ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ପ୍ରତେକ କଥାକୁ ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ । ସ୍ଵାସ୍ଥ୍ୟରେ ଉନ୍ନତି ସହ ଅଧ୍ୟାତ୍ମିକ ତଥା ବୈଷୟିକ ରୁଚି ପୂର୍ତ୍ତି ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Leave a Reply

Your email address will not be published. Required fields are marked *