୭୦ ବର୍ଷ ପରେ ହେଉଛି ଏଭଳି ସଂଯୋଗ, ଶ୍ରୀ ଗଣେଶ କଲେ କୃପା, ଏହି ୪ଟି ରାଶି ହେବେ କୋଟିପତି

ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ, ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ ।  ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ ।  ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ । କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ ।

ବୃଷ ରାଶି :

ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ସ୍ୱାସ୍ଥ୍ୟ ଦୃଷ୍ଟିକୋଣରେ ସୁଧାର ଆସିବ । ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ ।

ମିଥୁନ ରାଶି :

ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତକାର୍ଯ୍ୟରେ ସଫଳତା ମିଳିବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ର ଆଭୂଷଣ, ବାହାନାଦି ପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବାକିଥିବା କାର୍ଯ୍ୟ ସଫଳତାପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ ।

ସିଂହ ରାଶି :

ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢିବ । ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ମଧ୍ୟ ସଫଳତା ପ୍ରାପ୍ତ ହେବ । ଘର ପରିବାରସ୍ଥିତି ଭଲ ରହିବ । କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ ।

ବିଛା ରାଶି :

ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ଅନେକ ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗା ନେଇଥିବା ଦ୍ଵନ୍ଦର ସମାଧାନ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବା ସହ ଆୟ ବୃଦ୍ଧି ଓ ସଫଳତା ପାଇବେ । ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ ଓ ସହଯୋଗ ପ୍ରାପ୍ତି ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ପ୍ରଶଂସିତ ହେବେ ।

Leave a Reply

Your email address will not be published. Required fields are marked *