ଭୟଙ୍କର ଶସ୍ତା ହେଲା ସୁନା- ଜାଣନ୍ତୁ ଆଜି କେତେ ଅଛି Gold Rate

କୋଭିଡ଼ ସମୟରେ ଆକାଶ ଛୁଆଁ ହୋଇଥିଲା ସୁନାଦର ତେବେ ବର୍ତ୍ତମାନର ସମୟରେ ସୁନାଦର ଟିକେ କମିବାରେ ଲାଗିଛି । କମିଲା ସୁନା ଦର । ‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୦୦ ଟଙ୍କା କମି ୪୬,୯୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୪୦ ଟଙ୍କା କମି ୫୧,୧୬୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି । ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୭୫୦ ଟଙ୍କା ଓ ୪୮,୮୨୦ ଟଙ୍କା ଛୁଇଁଛି ।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି । ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୦୦୦ ଟଙ୍କା ଓ ୪୯,୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୯୦୦ ଟଙ୍କା ଓ ୫୧,୧୬୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୨୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୪୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୦୭୦ ଟଙ୍କା ଓ ୫୦,୭୭୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି । ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୨୦୦୦ ଟଙ୍କା କମି ୬୯,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି ।

ଆଶା କରୁଛୁ କି ଆପଣଙ୍କୁ ଏହି ପୋଷ୍ଟ ଭଲ ଲାଗିଥିବ, ଏହି ଲେଖା କୁ ନିଶ୍ଚିତ ସେୟାର୍ କରନ୍ତୁ । ଆମେ ଆପଣଙ୍କ ପାଇଁ ଏଭଳି ସୂଚନା ପ୍ରତିଦିନ ନେଇ ଆସୁ,ଏଭଳି ଅଧିକ ସୂଚନା ପାଇଁ ଆମକୁ ଲାଇକ ଏବଂ ଫଲୋ ନିଶ୍ଚିତ କରନ୍ତୁ,ଧନ୍ୟବାଦ ।

Leave a Reply

Your email address will not be published. Required fields are marked *