ରବି ଚଳିଲେ ସିଂହକୁ- ଜାଣନ୍ତୁ ୧୨ ଟି ରାଶି ଉପରେ କଣ ରହିବ ପ୍ରଭାବ ଏହି ମାସଟି

ମେଷ:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ ଘରୋଇ କର୍ମକ୍ଷେତ୍ରରେ ସହକର୍ମୀ ଓ ପଦାଧିକାରୀମାନେ ଖୁସି ରହିବା ସହ ମାନସମ୍ମାନ ବୃଦ୍ଧିହେବ। ପରିବାରରେ ସାଧାରଣ ଚଳଣି ଅତୁଟ ରହି ସୁସ୍ଥ ବାତାବରଣ ଜାରି ରହିବ ଯାହାଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ। ପ୍ରତିଯୋଗୀତା ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟକ୍ଷେତ୍ରରେ ପରିବର୍ତ୍ତନ ହେବା ସହ ଆୟ ଉପାର୍ଜ୍ଜନରେ ବୃଦ୍ଧି ପାଇବ। କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବୃଷ:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ ପୁରାତନ ରୋଗର ପ୍ରକୋପ ହ୍ରାସ ହେଲେ ମଧ୍ୟ ଉଦରପୀଡ଼ା ଦେଖାଦେବ। ମାନସିକ ଦୁଶ୍ଚିନ୍ତା ଦୂରହେବ। ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭ ହେବ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେଇ ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନକରି ହସଖୁସିର ବାତାବରଣ ସୃଷ୍ଟି ହେବ ସୁସ୍ଥ ବାତାବରଣ ଜାରି ରହିବ। କରଜର ମାତ୍ରା ହ୍ରାସ ପାଇବ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହୋଇ ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟକର୍ମରେ ଅଂଶ ଗ୍ରହଣ କରିବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ନିର୍ମାଣ ମୂଳକ ଯୋଜନାରେ ଆଗେଇବେ। ଆଶା କରିଥିବା ଧନ ପ୍ରାପ୍ତି ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକଶାନ୍ତି ଫଳରେ ଏକାଗ୍ରତା ବଜାୟ ରହିବ। ଆୟର ସ୍ରୋତ ବୃଦ୍ଧି ହେବ। ମନର ଅଶାନ୍ତି ଅସନ୍ତୋଷ ଦୂରହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରିବେ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। ସାମାଜିକ ସ୍ତରରେ ଖ୍ୟାତି ହେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ସହ ଧୈର୍ଯ୍ୟ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ ।   ପ୍ରତିକାର:- ଈଶ୍ୱର ପ୍ରାର୍ଥନା ଓ ଧ୍ୟାନ ଦ୍ୱାରା ଶାନ୍ତି ମିଳିବ।

ସିଂହ:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ ସନ୍ତାନ ସନ୍ତତିଙ୍କର ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକଶାନ୍ତି ଫଳରେ ଆନନ୍ଦିତ ହେବେ। ଆୟରସ୍ରୋତ ଖୋଲିଯିବ ଓ ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଉନ୍ନତୀ ଘଟିବ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ସହ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ।  ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ବ୍ୟବସାୟିକ ସଫଳତା ମିଳିବ। ବ୍ୟବସାୟରେ ନୂତନଧାରା ଖୋଲିବେ ଓ ବିନା ପରିଶ୍ରମରେ ଧନପ୍ରାପ୍ତି ହେବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବା ସହ ପ୍ରଚୁର ଲାଭ ହେବ। ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଓ ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ଦୂରଯାତ୍ରାର ସୁଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।   

ତୁଳା:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ ଦୂରଯାତ୍ରାର ସୁଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହୋଇ ପଦୋନ୍ନତି ବା ନୂତନ କର୍ମପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟିକ ଗତିବିଧି ଠିକ୍ ରହିବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ ଆତ୍ମୀୟ ଶତ୍ରୁତା, ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଗୃହ, ଜମି କିମ୍ବା ପାରିବାରିକ ସମସ୍ୟାର ସମାଧାନରେ ସଫଳତା ଅର୍ଜନ ତଥା ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ। ଦୂରଯାତ୍ରାର ସୁଯୋଗ ପାଇବେ। ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ। କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ ।   ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ ସାମାଜିକ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। କେତେକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ ସାମାଜିକ ପ୍ରତିଷ୍ଠା ବଢ଼ିବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ। ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ। କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ। ବିଦ୍ୟାରେ ଉନ୍ନତି ଘଟିବା ସହ ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟ ଯୁକ୍ତ ହୋଇ ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇ ପାରନ୍ତି ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ ସରକାରୀ କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ। ବ୍ୟବସାୟରେ ପ୍ରସାର ଫଳରେ ମନ ମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ। ଛାତ୍ର ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବ ଓ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରି ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣି ପାରିବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଚାକିରି କ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ। କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦରେ ଅତ୍ୟଧିକ ଲାଭ ହେବ। ନୂତନ ବ୍ୟବସାୟର ସୁଯୋଗ ପାଇବେ। ସନ୍ତାନ ମାନଙ୍କ ପରୀକ୍ଷା ପ୍ରତିଯୋଗିତାର ଅଚାନକ ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Leave a Reply

Your email address will not be published. Required fields are marked *