ସୋମବାର 16 ଡିସେମ୍ବର 2019 – ମହାଦେବଙ୍କ କୃପାରୁ ଏହି ୪ ରାଶିଙ୍କୁ ମିଳିବ କିଛି ଖୁସି ଖବର

ରାଶିଫଳ ଗୁଡିକର ଆମ ଜୀବନରେ ବହୁତ ମହତ୍ଵ ରହିଛି । ରାଶିଫଳ ଦ୍ଵାରା ଭବିଷ୍ୟରେ ହେବାକୁ ଥିବା ଘଟଣା ଗୁଡିକର ଆଭାସ କରି ହେବ । ରାଶି ଗୁଡିକର ନିର୍ମାଣ ଗ୍ରହଙ୍କର ଗୋଚର ଓ ନକ୍ଷତ୍ରଙ୍କର ଚଳନ ଓ ଆଧାର ଉପରେ କରାଯାଏ । ପ୍ରତିଦିନ ଗ୍ରହର ସ୍ଥିତି ଆମର ଭବିଷ୍ୟ ନିର୍ଧାରିତ କରିଥାଏ । ଏହି ରାଶି ଫଳରେ ଆପଣଙ୍କୁ ଚାକିରି, ବେପାର, ସ୍ୱାସ୍ଥ୍ୟ, ଶିକ୍ଷା ଓ ବିବାହିତ ଜୀବନ ବିଷୟରେ ଜାଣିବାକୁ ମିଳିଥାଏ । ଯଦି ଆପଣ ଜାଣିବାକୁ ଚାହୁଁଛନ୍ତି ଆପଣଙ୍କ ଦିନ କିଭଳି କଟିବ ତେବେ ଏହାକୁ ପୁରା ପଢନ୍ତୁ ।

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ।

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ମିତ୍ରଙ୍କଠାରୁ ସହଯୋଗ ମିଳିବ। ଶୁଭ ସମାଚାର ପାଇ ଖୁସି ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ନିଜର କଳ୍ପନାଶକ୍ତି ଅତ୍ୟଧିକ ସକ୍ରିୟ ହେବ। ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇ ପାରନ୍ତି। ବ୍ୟବସାୟରେ ଭଲ ଲାଭ ପାଇବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ଓ ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଉତ୍ତମ ରୋଜଗାର ମିଳିବ। ନୂତନ କର୍ମ ନିଯୁକ୍ତି ପାଇବେ। ଗୃହସ୍ଥ ଜୀବନ ସୁଖମୟ ହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ବନ୍ଧୁ ମିତ୍ରଙ୍କର ସହଯୋଗରେ କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଆର୍ଥିକ  ଉନ୍ନତି ଦେଖାଦେବ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। କଠିନ  ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଆର୍ଥିକ ଉନ୍ନତି ଦେଖାଦେବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବ। ଆୟ ଉତ୍ତମ, ଶରୀର ସୁସ୍ଥରହିବ ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ। କ୍ରୀଡ଼ା, କଳା, ସଂସ୍କୃତି, ବାଣିଜ୍ୟବ୍ୟବସାୟ, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀହେବେ। ଘର ସାଜସଜ୍ଜାରେ ବ୍ୟସ୍ତ ରହିବେ। ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ। ପରିବାରରେ ସାଧାରଣ ବାତାବରଣ ରହିବ। ବ୍ୟବସାୟରେ ସମସ୍ତ ଆଶା ପୂରଣ ହେବ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ।  ନୂତନ କର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ। ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ। ବେପାର ବଣିଜରେ ପ୍ରଚୁର ଲାଭ ମିଳିବ। ନୂଆ ନୂଆ ଉପାୟ ଚିନ୍ତା କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ। ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ବ୍ୟବସାୟୀକ, ଆଧ୍ୟାତ୍ମିକ, ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅତି ଉତ୍ତମ ଫଳ ଭୋଗିବେ। ଭାଗ୍ୟଶାଳୀ, ସନ୍ତାନସୁଖ, ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପରହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବ। ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ। ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ  ପଢା ପଢିରେ ମନ ଦେବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚ୍ଚଶିକ୍ଷାର ସୁବିଧା ସୁଯୋଗ ପାଇବେ। ବିଦ୍ୟାର୍ଥୀ ମାନଙ୍କ ପାଇଁ ସମୟ ବିଶେଷ ଅନୁକୂଳ। ପ୍ରତିଯୋଗିତାରେ ପ୍ରଶାସନ ସେବା ସଂବନ୍ଧିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ ଅତ୍ୟନ୍ତ ଶୁଭସମୟ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଫଳ ପାଇବେ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ନୂତନ ବ୍ୟବସାୟ ଆରମ୍ଭ ପାଇଁ ଅତ୍ୟନ୍ତ ଉତ୍ତମ ସମୟ। ଯଶ-ମାନ-ପ୍ରତିଷ୍ଠା ବୃଦ୍ଧି ପାଇବ।

Leave a Reply

Your email address will not be published. Required fields are marked *