ସୋମବାର 18 ନଭେମ୍ବର 2019 – ଆଜି ଏହି ସବୁ ରାଶିର ବ୍ୟକ୍ତିଙ୍କୁ ମିଳିବ ପାରିବାରିକ ସୁଖ ଶାନ୍ତି

ରାଶିଫଳ ଆମ ଜୀବନ ର ଏକ ଅତ୍ୟାବଶ୍ୟକ ଅଂଶ, ରାଶିଫଳ ଆମ ଆଗାମୀ ଜୀବନ ର ଘଟଣା ସମ୍ପର୍କ ରେ ସୂଚନା ଦେଇଥାଏ । ସବୁଦିନ ଗ୍ରହଙ୍କ ସ୍ଥିତି ଆମ ଭବିଷ୍ୟତ କୁ ପ୍ରଭାବିତ କରିଥାଏ, ଏହି ରାଶିଫଳ ରେ ଆପଣଙ୍କୁ ଚାକିରି, ବ୍ୟାପାର, ସ୍ୱାସ୍ଥ୍ୟ ଶିକ୍ଷା ଓ ବୈବାହିକ ଜୀବନ ର ତଥ୍ୟ ଦର୍ଶାଇଥାଏ । ଆପଣଙ୍କ ଦିନ କିପରି ଅତିବାହିତ ହେବ ଜାଣିବାକୁ ଇଛୁକ ଥିଲେ, ନିମ୍ନ ରେ ପଢନ୍ତୁ ।

ମେଷ:-

ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ। ବାଦ-ବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଗୃହ, ଜମି ଓ ପାରିବାରିକ ସମସ୍ୟାରେ ପରିବର୍ତ୍ତନ ଆସିବ। ଛାତ୍ର-ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ।

ବୃଷ:-

ସମ୍ପତ୍ତି କ୍ରୟ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟ ଓ କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ।

ମିଥୁନ:-

କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ।

କର୍କଟ:-

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ବ୍ୟବସାୟ କ୍ଷେତ୍ରରେ କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ। ମହିଳାମାନଙ୍କର ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଉତ୍ତମ ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ।

ସିଂହ:-

ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ବ୍ୟବସାୟିକ ଗତିବିଧି ଠିକ୍ ରହିଲେ ମଧ୍ୟ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ମହିଳା ମାନଙ୍କର ବନ୍ଧୁ ମିତ୍ରମାନଙ୍କ ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ।

କନ୍ୟା:-

ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ବ୍ୟୟ ଅପେକ୍ଷା ଆୟ ବୃଦ୍ଧିପାଇବ। ଅନେକ ଗୁଡ଼ିଏ କାର୍ଯ୍ୟ ବ୍ୟସ୍ତତା ଭିତରେ ବ୍ୟତିବ୍ୟସ୍ତ ରହିବେ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସହ ପୁରାତନ ରୋଗର ପ୍ରକୋପର ଉପସମ ହେବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ।

ତୁଳା:-

ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳ ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ବ୍ୟବସାୟ ପ୍ରସାରଫଳରେ ଅତ୍ୟଧିକ ଲାଭହେବ।

ବିଚ୍ଛା:-

ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତି ହେବ। କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀ ମାନଙ୍କର ସହଯୋଗ ବୃଦ୍ଧିପାଇବ।

ଧନୁ:-

ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ବାଦବିବାଦ, କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ।

ମକର:-

ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ପରିବହନ ଓ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ।

କୁମ୍ଭ:-

ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ ଓ ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ।

ମୀନ:-

ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ମହିଳାମାନେ ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ।

Leave a Reply

Your email address will not be published. Required fields are marked *