ଶୁକ୍ରବାର, 18 ଅକ୍ଟୋବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ । ମାଲିମୋକଦ୍ଦମାରେ ସଫଳତା ମିଳିବ । ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ । କର୍ମକ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପଦୋନ୍ନତିର ସୂଚନା ପାଇବେ ।

ବୃଷ

ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ । କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ । ମନ ଓ ଶରୀର ଭଲ ରହିବ । କୃଷି ଓ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ବିଦେଶ ଯାତ୍ରାରେ ସଫଳ ହେବେ । ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ ।

ମିଥୁନ

କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ପାରେ । ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ରାଜନୈତିକ କ୍ଷେତ୍ରରେ ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନିକରି ଆଶାତୀତ ଉନ୍ନତି ହେବ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ ।

କର୍କଟ

ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ । ନୂତନ ବନ୍ଧୁ ଭେଟ ହେବେ । ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ । କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ । ରାଜନୈତିକ କ୍ଷେତ୍ରରେ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ସମ୍ପତ୍ତି କ୍ରୟ କରିବେ । ନୂତନ କର୍ମ ନିଯୁକ୍ତି ପାଇବେ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । ଶିକ୍ଷାର୍ଥୀମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ ।

ସିଂହ

ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ରାଜନୈତିକ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ସୁଯୋଗ ପାଇବାର ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷ ହେବ । ନୂତନ ବସ୍ତୁ କ୍ରୟ କରିବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ । ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ ।

କନ୍ୟା

ମହିଳାମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିଣୀ ହୋଇ ପାରିବେ । ପାରିବାରିକ ସମସ୍ୟା ସୁଧାରି ନେବେ ଓ ଶାରୀରିକ କଷ୍ଟ ଦୂର ହେବ । ରାଜନୈତିକ କ୍ଷେତ୍ରରେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । କର୍ମରେ ସ୍ଥିରବସ୍ଥା ଆସିବା ଫଳରେ ଆତ୍ମସନ୍ତୋଷ ଆଣିଦେବ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗକୁ ବଢିବେ ।

ତୁଳା

ମହିଳାମାନେ ହସ ଖୁସିରେ ଚଳିବେ । କର୍ମକ୍ଷେତ୍ରରେ ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ । ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । ଋଣ ଭରଣାରେ ସହଜ ହେବ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ସ୍ଵାସ୍ଥ୍ୟକ୍ଷେତ୍ରରେ ଉନ୍ନତିହେବ । ନୂଆ ଚାକିରୀ ହେବାର ସୁଯୋଗ ମିଳିବ । ରାଜନୈତିକ କ୍ଷେତ୍ରରେ ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ ।

ବିଛା

ଧୈର୍ଯ୍ୟ ଓ ସଂଯମତା ରକ୍ଷା କରି ପାରିଲେ ବିଗିଡି ଯାଇଥିବା କାର୍ଯ୍ୟ ସୁଧୁରି ଯିବ । ନୂତନ ଲୋକଙ୍କ ସହିତ ଭେଟ ହେବ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧି ହେବା ଯୋଗେ ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନ-ସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ ।

ଧନୁ

ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ରାଜନୈତିକ କ୍ଷେତ୍ରରେ ମନ ଲଗାଇ କାର୍ଯ୍ୟ କରିବେ । ଗୋ-ସଂପଦ, ଭୂମି, ବସ୍ତ୍ରଆଭୂଷଣ, ବାହାନାଦି ପ୍ରାପ୍ତି ହୋଇ ପାରେ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତ ହେବ ।

ମକର

ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ । ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ । ମନରେଥିବା କାମନା ପୂର୍ଣ୍ଣ ହେବ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ଶାରୀରିକ କଷ୍ଟ ଦୂର ହେବ । ରାଜନୈତିକ କ୍ଷେତ୍ରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ବ୍ୟବସାୟୀ ମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ ।

କୁମ୍ଭ

ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରି ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ସନ୍ତାନର ଭବିଷ୍ୟତକୁ ଧ୍ୟାନରେ ରଖି କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ ।

ମୀନ

ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ରାଜନୀତି କ୍ଷେତ୍ରରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ ।

Leave a Reply

Your email address will not be published. Required fields are marked *