ସୋମବାର, 21 ଅକ୍ଟୋବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ
ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । କୌଣସି ଶୁଭ ସମାଚାର ଶୁଣି ହସ-ଖୁସିରେ ସମୟ ବ୍ୟତୀତ ହେବ । କିନ୍ତୁ ବିରୋଧି ଓ ଶତୃମାନଙ୍କୁ ନଜର ରଖିବାକୁ ହେବ । କୌଣସି କାର୍ଯ୍ୟ ଆରମ୍ଭ କଲେ ପୁରଣରେ ବିଳମ୍ବ ହେବ । କୌଣସି ମହତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ । ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ । କଳା, ସାହିତ୍ୟ, କ୍ରିଡାକ୍ଷେତ୍ରରେ ପ୍ରଶଂସା ମିଳିବ ।

ବୃଷ
ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ମହିଳାମାନେ ନୂତନପନ୍ଥା ଅନୁସରଣ କରିବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନିଜର କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ ।

ମିଥୁନ
ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ଅଧୁରା କାର୍ଯ୍ୟ ପୂରଣ ହେବ । ବ୍ୟବସାୟରେ ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।

କର୍କଟ
କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସମସ୍ତ କ୍ଷେତ୍ରରେ ଖୁସି ମିଳିବ । କୌଣସି ଅଚିହ୍ନା ବ୍ୟକ୍ତିଙ୍କ ସାହାଯ୍ୟରେ ଉଚ୍ଚଆଶା ସଫଳ ହେବ । ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବେ । ଧନର ଆଗମନ ହୋଇପାରେ । ମାନସିକ ସ୍ଥିରତା ଦେଖାଦେବ । ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନ ଦ୍ରବ୍ୟ କ୍ରୟ କରିବେ । ପରିବାରରେ ମାନ ମନାନ୍ତର ଦୂର ହୋଇ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ରାଜନୀତି କ୍ଷେତ୍ରରେ ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରି ପାରିବେ ନାହିଁ ।

ସିଂହ
ପ୍ରେମୀ-ପ୍ରେମିକାଙ୍କ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ସମାଜ ସେବା ଓ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଆସିବ । ରାଜନୀତିରେ ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ପାରିବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ଗୃହବାହନ ପ୍ରାପ୍ତି ପରିଜନଙ୍କ ତରଫରୁ ଶୁଭ ସମାଚାର ମିଳିପାରେ ।

କନ୍ୟା
ଦୂରସ୍ଥାନକୁ ଯାତ୍ରା କାଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ । ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଉଚ୍ଚପ୍ରଶଂସିତ ହେବେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ । ପରିବାରରେ ମାନସିକ ଶାନ୍ତି ମିଳିବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ।

ତୁଳା
ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । କାମରେ ପ୍ରସନ୍ନ ରହିବେ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । କାରବାରରେ ସୁଧାର ଆସିବା ଫଳରେ ମନ ଓ ଶରୀର ଭଲ ରହିବ । କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ବିଦେଶ ଯାତ୍ରାରେ ସଫଳ ହେବେ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ ।

ବିଛା
ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ଧନ ଲାଭ ହେବାରୁ ମନ ଖୁସି ରହିବ । ସ୍ଥଗିତଥିବା କର୍ମଟି ପୂରଣ ହେବ । ରାଜନୀତି କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ପରିବାରରେ ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇପାରିବ । ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ । ଜଗାଜମି, ଗୃହ ଉପକରଣ କ୍ରୟ କରିବେ । ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ । ଆୟ ଊତ୍ତମ ସ୍ଥଳେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ ।

ଧନୁ
ରାଜନୀତି କ୍ଷେତ୍ରରେ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନିଜର ଯୋଜନା ମୁତାବକ କାର୍ଯ୍ୟକରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ ।

ମକର
ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ନୂତନପନ୍ଥା ଅନୁସରଣ କରିବେ । ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ବ୍ୟବସାୟରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଉତ୍ସାହ ବଢିବ । ରାଜନୀତି କ୍ଷେତ୍ରରେ ସେବାକାରୀ ମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସନ୍ତାନଙ୍କ ଉନ୍ନତି ଚିନ୍ତାରେ ମାନସିକ ଶାନ୍ତି ପାଇବେ ।

କୁମ୍ଭ
ରାଜନୀତି କ୍ଷେତ୍ରରେ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳି ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରି ପାରିବେ ଓ ଶାନ୍ତି ବିରାଜମାନ କରିବ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆଗ୍ରହ ବଢିବ । ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ ।

ମୀନ
ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ । ରାଜନୀତି କ୍ଷେତ୍ରରେ ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଧାର୍ମିକ କାର୍ଯ୍ୟରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ । ପାଖରେ ଥିବା ସାଥୀ, ବନ୍ଧୁ, ପ୍ରିୟଜନ ଓ ସହକର୍ମୀ ମାନଙ୍କ ଆର୍ଥିକ ସାହାଯ୍ୟ ସହଯୋଗ ଦ୍ଵାରା ବିଶେଷ ଲାଭବାନ ହେବେ ।

Leave a Reply

Your email address will not be published. Required fields are marked *