ବୁଧବାର, 23 ଅକ୍ଟୋବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ବାଦ-ବିବାଦ, ପ୍ରତିଯୋଗୀତା-ପରୀକ୍ଷା, ଓ ମାଲିମୋକଦ୍ଦମାର ସମାଧାନ ହେବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ଚାକିରୀରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ ।

ବୃଷ

କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ ।

ମିଥୁନ

କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ ।

କର୍କଟ

ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । କର୍ମ କ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ । ଜନ ସେବାରେ ନିଜକୁ ନିୟୋଜିତ କରିବେ । ତୀର୍ଥାଟନ କରି ଯାତ୍ରା କାଳରେ ଦୁଃଖୀ ଲୋକଙ୍କୁ ସାହାରାହେବେ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ ।

ସିଂହ

ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ରାଜନୀତି କ୍ଷେତ୍ରରେ ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ ଓ ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନ-ପ୍ରତିଷ୍ଠା ବଢିବ ।

କନ୍ୟା

ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଛାତ୍ରଛାତ୍ରୀ ମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଶୁଭ କାମ କରି ପ୍ରଶଂସିତ ହେବେ । ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ସଭା ସମିତିରେ ସାହିତ୍ୟ ଚର୍ଚ୍ଚାରେ ସଫଳତା ମିଳିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ।

ତୁଳା

ଚିନ୍ତା ଦୂର ହୋଇଯିବ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେଇ ପାରନ୍ତି । କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ ।

ବିଛା

ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ । ସାମାଜିକ ସ୍ତରରେ ସମ୍ମାନଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମ ପ୍ରତି ଊତ୍ସାହ ଏବଂ ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ । କର୍ମ କ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ ।

ଧନୁ

ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ । ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ । ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ ।

ମକର

ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ । ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ । ଦୂରସ୍ଥାନକୁ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ମଉଜ-ମସ୍ତିରେ ସମୟ କଟିପାରେ ।

କୁମ୍ଭ

ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । ସୁଖ ସମୃଦ୍ଧି ବୃଦ୍ଧି ହେବ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ ।

ମୀନ

ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ । ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ପାଇ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ । ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ ।

Leave a Reply

Your email address will not be published. Required fields are marked *