ଗୁରୁବାର, 24 ଅକ୍ଟୋବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ । ବନ୍ଧୁ ପରିବାର ଠାରୁ ସୁଖ ମିଳିବ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ । କର୍ମ କ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ ।

ବୃଷ

ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ଆର୍ଥିକ ଚିନ୍ତା ଦୁରହେବ । ରାଜନୀତି କାର୍ଯ୍ୟରେ ବିରୋଧୀ ମାନେ ହଇରାଣ ହୋଇ ମଥାନତ କରିବେ । ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ । ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରିବାକୁ ପଡିବ । ସାମାଜିକ ଉତ୍ସବରେ ଯୋଗ ଦେବେ । ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିପାରେ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ପରିବାରରେ କିମ୍ବା କୁଟୁମ୍ବରେ ଶୁଭ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ ।

ମିଥୁନ

ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ଭ୍ରମଣ କରିବାର ସୁଯୋଗ ଅଛି । ରାଜନୀତି କାର୍ଯ୍ୟରେ ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିବେ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ନିଜର ରଚନାତ୍ମକତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ । ଆର୍ଥିକ ମାମଲା ସୁଧୁରିବ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ ।

କର୍କଟ

ଋଣ ଭରଣାର ଯୋଜନା କରିବେ ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ । କର୍ମକ୍ଷେତ୍ରରେ କ୍ଷେତ୍ରରେ ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରି ହେବ । ଶତୃଙ୍କଠାରୁ ଦୂରେଇ ନରହିଲେ ମନସ୍ତାପ ବଢିଯିବ । ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ । ଶତୃଙ୍କ ସହିତ ମୁକାବିଲା କରିପାରିବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ମାନ୍ୟତାରେ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚ ସମ୍ପର୍କରୁ ଲାଭବାନ ହେବେ ଓ କୌଣସି ବରିଷ୍ଠ ରାଜନେତା ଦେଖାହୋଇ ପାରନ୍ତି ।

ସିଂହ

ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ବ୍ୟବ ସାୟରେ ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ରାଜନୈତିକ କ୍ଷେତ୍ରରେ ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବା ଫଳରେ ଲକ୍ଷ୍ୟ ସିଦ୍ଧିହେବ । କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ ।

କନ୍ୟା

କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ । ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣ କରିବାକୁ ଚେଷ୍ଟା କରିବେ । ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ଅର୍ଥ ଲାଭ କରିବେ । ପାରିବାରିକ ଜୀବନରେ ସୁଧାର ହେବ । ରାଜନୈତିକ କ୍ଷେତ୍ରରେ କୌଣସି ଶୁଭ ସମାଚାର ଶୁଣିବେ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ । ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ଓ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ରାଜକୀୟ ମାମଲାରେ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ ।

ତୁଳା

ତଳ ମହଲରୁ ଆଶାତୀତ ଲାଭ ପାଇବେ । ମାଲିମୋକଦ୍ଦମାରେ କୂଟନୀତିର ଶିକାର ହେବେ । ରାଜନୀତିରେ ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ-ବିବାହ, ଚାକିରୀ ଇତ୍ୟାଦି ସଂପୂର୍ଣ୍ଣ ହେବ । ବ୍ୟାପାରରେ ପ୍ରଚୁର ଲାଭ ହେବ, କିନ୍ତୁ କୌଣସି ଧାର୍ମିକ କାର୍ଯ୍ୟରେ ଅର୍ଥ କିଛି ବ୍ୟୟ କରିବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ ।

ବିଛା

ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମଚାରୀ ଓ ଶ୍ରମିକମାନେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ ।

ଧନୁ

ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ସେୟାର ବଜାରରେ ମୁନାଫା ମିଳିବ ଓ ପୁଞ୍ଜି ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରି ପାରନ୍ତି । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ରାଜନୀତିରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।

ମକର

ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ରାଜନୀତି କ୍ଷେତ୍ରରେ ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । କର୍ମଚାରୀ ଓ ଶ୍ରମିକମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷଜନକ ହେବ । ଜୀବନ ସାଥିଙ୍କ ସହ ଯୋଗରେ ଆଗକୁ ବଢିପାରିବେ । ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ ।

କୁମ୍ଭ

ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବା ଫଳରେ ସମସ୍ତ କ୍ଷେତ୍ରରେ ଖୁସି ମିଳିବ ।

ମୀନ

ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ । ନୂଆ ଚାକିରୀ ହେବାର ଅଫର୍ ମିଳିବ । ଶାରୀରିକ କଷ୍ଟ ଦୂର ହେବ । କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ । ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ରାଜନୀତି କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ । ନୂଆ ଜ୍ଞାନର ବୃଦ୍ଧି ହେବ । ଶୁଭ ସମାଚାର ମିଳିପାରେ । ପୁରୁଣା ନିବେଶ ଲାଭ ଦେବ । ଆର୍ଥିକସ୍ଥିତି ସୁଧୁରି ଯିବ, ଯଶ ପ୍ରତିଷ୍ଠା ମିଳିବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ ।

Leave a Reply

Your email address will not be published. Required fields are marked *