ଶୁକ୍ରବାର, 25 ଅକ୍ଟୋବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ମନରେଥିବା କାମନା ପୂର୍ଣ୍ଣ ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ।

ବୃଷ

ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ରାଜନୀତି ମାମଲାରେ ସଫଳତା ମିଳିବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ ।

ମିଥୁନ

ରାଜନୀତିରେ ସାମାଜିକ ପତିଆରା ଅମଳିନ ରହିବ ଓ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବା ସହ ଭୋଗବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ ।

କର୍କଟ

ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ ।

ସିଂହ

ପରିଶ୍ରମ ଓ ମେହନତର ପରିଣାମ ମିଳିବ । ସରକାରୀ କାମରେ ସଫଳତା ମିଳିବ । ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ସ୍ୱାସ୍ଥ୍ୟ ଭଲ ରହିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ ପୂର୍ଣ୍ଣକରି ପାରିବେ ।

କନ୍ୟା

କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ବହୁତ ଦିନରୁ ଚିନ୍ତା କରୁଥିଲେ ଯେଉଁ କାମ ବିଷୟରେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ସାମାଜିକ ପତିଆରା ଅମଳିନ ରହିବ । ନୂତନ ଦ୍ରବ୍ୟ କ୍ରୟ କରିବେ ।

ତୁଳା

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ନୂତନ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

ବିଛା

ପରିବାରରେ ମାନ ମନାନ୍ତର ଦୂର ହେବ । କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ମହିଳାମାନେ ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ ।

ଧନୁ

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ଅନେକ ଦିଗରୁ ଧନର ଆଗମନ ହୋଇ ପାରେ । ଗୃହବାହନ ପ୍ରାପ୍ତି ଓ ଉଚ୍ଚଆଶା ସଫଳ ହେବ । ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ । କର୍ମ କ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ।

ମକର

ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରି ପାରିବେ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ ।

କୁମ୍ଭ

ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ ଓ ସୁଖସମ୍ପତ୍ତି ଲାଭ ହେବ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବା ଫଳରେ ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ । ରାଜନୀତି କ୍ଷେତ୍ରରେ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବା ସହ ଅଶାନ୍ତିର ଝଡ ଶାନ୍ତ ହେବ ।

ମୀନ

ଶତୃମାନେ ଦୂରେଇଯିବେ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ରାଜନୀତି କ୍ଷେତ୍ରରେ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ । ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ ।

Leave a Reply

Your email address will not be published. Required fields are marked *