ବୁଧବାର 27 ନଭେମ୍ବର 2019 – ଏହି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ରାଶିଫଳ ଆମ ଜୀବନ ର ଏକ ଅତ୍ୟାବଶ୍ୟକ ଅଂଶ, ରାଶିଫଳ ଆମ ଆଗାମୀ ଜୀବନ ର ଘଟଣା ସମ୍ପର୍କ ରେ ସୂଚନା ଦେଇଥାଏ । ସବୁଦିନ ଗ୍ରହଙ୍କ ସ୍ଥିତି ଆମ ଭବିଷ୍ୟତ କୁ ପ୍ରଭାବିତ କରିଥାଏ, ଏହି ରାଶିଫଳ ରେ ଆପଣଙ୍କୁ ଚାକିରି, ବ୍ୟାପାର, ସ୍ୱାସ୍ଥ୍ୟ ଶିକ୍ଷା ଓ ବୈବାହିକ ଜୀବନ ର ତଥ୍ୟ ଦର୍ଶାଇଥାଏ । ଆପଣଙ୍କ ଦିନ କିପରି ଅତିବାହିତ ହେବ ଜାଣିବାକୁ ଇଛୁକ ଥିଲେ, ନିମ୍ନ ରେ ପଢନ୍ତୁ ।

ମେଷ:-

ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ପ୍ରବଳ ଲାଭବାନ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ, ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ।

ବୃଷ:-

ପ୍ରତିଦ୍ୱନ୍ଦିତା ବା ପ୍ରତିଯୋଗିତା କରିବା ସୁଯୋଗ ପାଇ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ। ସାବଧାନତା ଅବଲମ୍ବନ ନ କଲେ ଧନ ହାନି ହେବ। ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ଭୁଲବୁଝାମଣା ସୃଷ୍ଟି ନହେଲା ଭଳି କାମ କଲେ ଭଲ ହେବ। ଛାତ୍ରଛାତ୍ରୀମାନେ ଧାର୍ମିକ କ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କାମରେ ଭ୍ରମଣପ୍ରିୟ ହେବେ।

ମିଥୁନ:-

ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। ମହିଳାମାନଙ୍କର ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ ନଚେତ୍ କ୍ଷତିରେ ପଡିବେ।

କର୍କଟ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ। ପରିଜନ ଓ ସାଧୁଜନ ପ୍ରିୟ ହେବେ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନର ଆଗମନ ହୋଇପାରେ। ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ।

ସିଂହ:-

ପ୍ରତିଯୋଗିତା ପରୀକ୍ଷାରେ ଶୁଭଫଳ ମିଳିବ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଆର୍ଥିକସ୍ଥିତି ଭଲ ରହିବ କିଛି ଅସୁବିଧା ହେବ ନାହିଁ। ମିତ୍ରମାନେ ପରାମର୍ଶ ଦେଇ ସମସ୍ତ ଆଶା ପୂରଣ କରିବେ। ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ପୁରାତନ ରୋଗ ପୀଡ଼ାରୁ ଉପସମ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ।

କନ୍ୟା:-

ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବନାହିଁ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ।

ତୁଳା:-

ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ। ବନ୍ଧୁ ମିତ୍ରମାନେ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ। ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ। ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ। ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି।

ବିଚ୍ଛା:-

ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଆର୍ଥିକସ୍ଥିତି ପୂର୍ବପରି ରହିବ। ସାମୟିକ ଚିନ୍ତା ଦୂରହେବ। ମହିଳାମାନେ ପିଲାଙ୍କସହ ଖୁସିରେ ରହିବେ।

ଧନୁ:-

ରାଜନୈତିକ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଲାଗି ରହିଲେ ବି ଆଶାତୀତ ଲାଭ ପାଇବେ। ବିଦ୍ୟାରେ ଉନ୍ନତି ହେବ। ମହିଳାମାନଙ୍କ ପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ।

ମକର:-

ବ୍ୟବସାୟରେ ଲାଭବାନ ହେବେ। ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ।  ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ରାଜନୈତିକ କ୍ଷେତ୍ରରରେ ସ୍ଥିତି ସୁଦୃଢ଼ ହେବା ସହ କାର୍ଯ୍ୟଭାର ବୃଦ୍ଧିହେବ। ବ୍ୟକ୍ତିଗତ ସାର୍ବଜନୀନ ସମ୍ପର୍କରେ ବିକଶିତ ହୋଇ ସୁଖ ଶାନ୍ତି ମିଳିବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପାରନ୍ତି।

କୁମ୍ଭ:-

କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ।  ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ।

ମୀନ:-

ରାଜନୀତି କ୍ଷେତ୍ରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ମହିଳାମାନଙ୍କର ସମସ୍ତ ଚେଷ୍ଟା ସଫଳ ହେବା ଫଳରେ ଶାନ୍ତିପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାର ସୁଯୋଗ ମିଳିବ ଓ ଦୂରଯାତ୍ରାରେ ସଫଳ ହେବେ।

Leave a Reply

Your email address will not be published. Required fields are marked *