ରବିବାର, 27 ଅକ୍ଟୋବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ
ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ରାଜନୀତି କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରିବେ । ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ ।

ବୃଷ
ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ । ରାଜନୀତି କ୍ଷେତ୍ରରେ ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟ ହେବ । ରାଜନୀତି କ୍ଷେତ୍ରରେ ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ ।

ମିଥୁନ
ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ । ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ । ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ । ନୂଆ ଚାକିରୀ ହେବାର ସୁଯୋଗ ମିଳିବ ଓ ମନରେଥିବା କାମନା ପୂର୍ଣ୍ଣ ହେବ । ରାଜନୀତି କ୍ଷେତ୍ରରେ ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ ଓ ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ ।

କର୍କଟ
କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଆର୍ଥିକସ୍ଥିତିକୁ ସୁଧାରିପାରିବେ କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ବ୍ୟାପାର ବାଣିଜ୍ୟ ଓ କାମ-କାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ । କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷ ହେବ । ନୂତନ ବସ୍ତୁ କ୍ରୟ କରିବେ । ପରିବାରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଶାନ୍ତି ମିଳିବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ ।

ସିଂହ
ରାଜନୀତି କ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତି କରିପାରେ । ପଢାପଢିରେ ମାନସିକ ଶାନ୍ତି ମିଳିବ । ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ଜଗାଜମି, ଗୃହ ଉପକରଣ କ୍ରୟ କରିବେ ।

କନ୍ୟା
ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ବ୍ୟବସାୟୀମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ । ମନ ଓ ଶରୀର ଭଲ ରହିବ । କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ବିଦେଶ ଯାତ୍ରାରେ ସଫଳ ହେବେ । ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ ।

ତୁଳା
ରାଜନୀତି କ୍ଷେତ୍ରରେ ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ । ଶୁଭକାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି । କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

ବିଛା
ମହିଳାମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁଲାଭ ହୋଇପାରେ । ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ସକ୍ଷମ ହେବେ । ମାଲିମୋକଦ୍ଦମାରେ ସଫଳତା ମିଳିବ । ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ । ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ଦେଖାଦେବ । ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ । ରାଜନୀତି କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ।

ଧନୁ
ବିଦ୍ୟାର୍ଥୀମାନେ ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ମହିଳାମାନେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ପାଇବେ । ଦୂରସ୍ଥାନକୁ ଯାତ୍ରା କଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ବାଦ-ବିବାଦରୁ ଦୂରତା ରକ୍ଷା କରନ୍ତୁ । ରାଜନୀତି କ୍ଷେତ୍ରରେ ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ ।

ମକର
ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ନୂତନ ଲୋକଙ୍କ ସହିତ ଭେଟ ହେବ । ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ । ରାଜନୀତି କ୍ଷେତ୍ରରେ ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନ- ସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ ।

କୁମ୍ଭ
ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ରାଜନୀତି କ୍ଷେତ୍ରରେ ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ ।

ମୀନ
କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ । ଧର୍ମ-କର୍ମରେ ରୁଚି ରହିବ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା ଧନ ଲାଭ ହେବ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ରାଜନୀତି କ୍ଷେତ୍ରରେ ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ମହିଳାମାନଙ୍କର ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ଉଚ୍ଚବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ନୂତନ ବନ୍ଧୁ ଭେଟ ହେବେ । ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ ।

Leave a Reply

Your email address will not be published. Required fields are marked *