ସୋମବାର, 28 ଅକ୍ଟୋବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ । ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ । କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ । ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ ।

ବୃଷ

ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ମାଲିମୋକଦ୍ଦମାରେ ସଫଳତା ମିଳିବ । ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ଅତିରିକ୍ତ ଆୟର ଦରକାର ଅନୁଭବ ହେବ ।

ମିଥୁନ

ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ । ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇପାରିବେ । ମାତା-ପିତା ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ମହିଳାମାନଙ୍କର ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ଶତୃମାନେ ଦୂରେଇ ଯିବେ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ । ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ ।

କର୍କଟ

ଘରୋଇ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । ରାଜନୀତି କ୍ଷେତ୍ରରେ ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ । କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ପ୍ରଶଂସା ପାଇବେ । ମହିଳାମାନେ ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ଓ କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ଘର-ପରିବାରକୁ ପ୍ରାଥମିକତା ଦେବେ । ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ ।

ସିଂହ

ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ । ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ । ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ । ଜ୍ୟୋତିଷ, ତନ୍ତ୍ର-ମନ୍ତ୍ର, ଧାର୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ ।

କନ୍ୟା

ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ । ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ, ସେଥିପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ମେଣ୍ଟିବା ପାଇଁ ଚେଷ୍ଟା କାଲେ ସଫଳତା ପ୍ରାପ୍ତି ହେବ । କିଛି ନୂତନ କର୍ମ ଆରମ୍ଭ କଲେ ସମ୍ପର୍କୀୟଙ୍କଠାରୁ ସୌହାର୍ଦ ତଥା ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ ।

ତୁଳା

ମହିଳାମାନେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ବାହନ ଆଦି କ୍ରୟ କରିପାରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନିଜ ପରିଶ୍ରମରେ ସଫଳତା ପାଇବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ।

ବିଛା

ସ୍ଵାସ୍ଥ୍ୟରେ ସୁଧାର ଆସିବ । ଅଚାନକ ଭାବରେ ଦୂରଯାତ୍ରା କରି ପାରନ୍ତି । ଯାତ୍ରାରେ ସଫଳ ହେବେ । ଆଚାର ବ୍ୟବହାରରେ ଶାନ୍ତ ହୋଇ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ରାଜନୀତି କ୍ଷେତ୍ରରେ ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ ଦେଲେ ପ୍ରଶଂସା ପାଇବେ । ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନାହିଁ ।

ଧନୁ

ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ ଓ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ମହିଳାମାନଙ୍କର ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଲେ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ ।

ମକର

ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ଋଣ ଭରଣାରେ ସହଜ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ ଓ ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି ବ୍ୟବସାୟ ଓ କର୍ମ କରିଲେ ଲାଭବାନ ହେବେ ।

କୁମ୍ଭ

ରାଜନୀତି କ୍ଷେତ୍ରରେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ମହିଳାମାନେ ଭଲ କାମ କରି ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ ।

ମୀନ

ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ସାଧୁ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ ।

Leave a Reply

Your email address will not be published. Required fields are marked *